ଯାଜପୁର ଅଫିସ,୧୬ା୯:ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍ଆରଇଜିଏସ୍)ରେ ହିତାଧିକାରୀଙ୍କୁ ବର୍ଷକୁ ୧୦୦ଦିନର କାମ ଯୋଗାଇ ଦେବାକୁ ନିର୍ଦ୍ଧାରଣ କରାଯାଇଛି। କିନ୍ତୁ କେତେକ କ୍ଷେତ୍ରରେ ସରକାରୀ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁଁ ହିତାଧିକାରୀମାନେ ନାନା ସମସ୍ୟାରେ ସମ୍ମୁଖିନ ହେବା ସହିତ ମାନସିକ ଚାପରେ ରହୁଛନ୍ତି ା ଯାହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳୁଛି ଦଶରଥପୁର ବ୍ଲକ ଅଧୀନ ଚମ୍ପେଇପାଳ ପଞ୍ଚାୟତ ତରାଙ୍ଗ ସାଗରପୁର ଗ୍ରାମରେ। ଅଭିଯୋଗ ଅନୁଯାୟୀ, ଏହି ଗ୍ରାମର ଦଳିତ ବିଧବା ମହିଳା ସ୍ମିତା ଦାସ ୧୬ା୭ା୨୦୨୦ ରେ ଏମ୍ଜିଏନଆରଇଜିଏସ୍ ଯୋଜନାରେ ଗୁହାଳ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶ ପାଇଥିଲେ। ସେ ନିର୍ଦ୍ଧାରିତ ସମୟ ମଧ୍ୟରେ ଧାରକରଜ କରି ୧୮ା୮ା୨୦୨୦ରେ କାମ ଶେଷ କରିଥିଲେ। ଏହି କାର୍ଯ୍ୟରେ ୧ ଲକ୍ଷ ୧୩ ହଜାର ଟଙ୍କାର ବ୍ୟୟ ବରାଦ ହୋଇଥିବାବେଳେ ସେ ମାତ୍ର ୪୮ ହଜାର ଟଙ୍କା ଏକାଧିକ କିସ୍ତିରେ ପାଇଛନ୍ତି। ବଳକା ଟଙ୍କା ପାଇଁ ସରପଞ୍ଚଙ୍କ ଠାରୁ ଆରମ୍ଭ କରି ଯନ୍ତ୍ରୀ ଓ ବିଡିିଓଙ୍କ ନିକଟକୁ ବାରମ୍ବାର ଧାଇଁଥିଲେ ମଧ୍ୟ ବଳକା ଅର୍ଥ ପାଇବାକୁ ସକ୍ଷମ ହୋଇପାରି ନାହାନ୍ତି। ତେଣୁ ବାରମ୍ବାର ଧାରା ଆଣିଥିବା ଲୋକଙ୍କ ତାଗିଦା ଓ ଚାପରେ ସମ୍ମୁଖୀନ ହୋଇ ସ୍ମିତା ଗୁରୁବାର ଏ ସମ୍ପର୍କରେ ଦଶରଥପୁର ବିଡିଓଙ୍କୁ ନିଜର ଅଭିଯୋଗ ଜଣାଇବାକୁ ଆସିଥିଲେ। ପ୍ରସାଶନ ତୁରନ୍ତ ତାଙ୍କର ପ୍ରାପ୍ୟ ନ ଦେଲେ ସେ ବାଧ୍ୟହୋଇ ଆମତ୍ହୂତି ଦେବେ ବୋଲି ସେ ବିଡିଓଙ୍କୁ ଲିଖିତ ଭାବରେ ଜଣାଇଛନ୍ତି। ଫାଇନାଲ ବିଲ କରିବାକୁ ସେ ଲାଞ୍ଚ ଦେବାରେ ଅକ୍ଷମ ହୋଇଥିବାରୁ ଏଭଳି ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ଚର୍ଚ୍ଚା ହେଉଛି।
Posted inHome, Home Left, ଆମ ଜିଲା ଖବର, ଯାଜପୁର View All
ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…
ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...
ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ
ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍
ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍ ଟ୍ରେନ୍ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....
ଯୁବକଙ୍କୁ ଚାପିଦେଲା ଟ୍ରକ୍: ଆଉ ତା’ପରେ…
କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍ ଧକ୍କାରେ ଜଣେ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ
ବ୍ୟାଙ୍କକ୍,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...
ପାରମ୍ପରିକ ‘ଟୋକି ପର୍ବ’ ପାଇଁ ଚଳଚଞ୍ଚଳ କଳାହାଣ୍ଡି: ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…
ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...
Archives


