ଯାଜପୁର ଅଫିସ,୧୬ା୯:ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍ଆରଇଜିଏସ୍)ରେ ହିତାଧିକାରୀଙ୍କୁ ବର୍ଷକୁ ୧୦୦ଦିନର କାମ ଯୋଗାଇ ଦେବାକୁ ନିର୍ଦ୍ଧାରଣ କରାଯାଇଛି। କିନ୍ତୁ କେତେକ କ୍ଷେତ୍ରରେ ସରକାରୀ ଅଧିକାରୀଙ୍କ ଆନ୍ତରିକତାର ଅଭାବ ଯୋଗୁଁ ହିତାଧିକାରୀମାନେ ନାନା ସମସ୍ୟାରେ ସମ୍ମୁଖିନ ହେବା ସହିତ ମାନସିକ ଚାପରେ ରହୁଛନ୍ତି ା ଯାହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳୁଛି ଦଶରଥପୁର ବ୍ଲକ ଅଧୀନ ଚମ୍ପେଇପାଳ ପଞ୍ଚାୟତ ତରାଙ୍ଗ ସାଗରପୁର ଗ୍ରାମରେ। ଅଭିଯୋଗ ଅନୁଯାୟୀ, ଏହି ଗ୍ରାମର ଦଳିତ ବିଧବା ମହିଳା ସ୍ମିତା ଦାସ ୧୬ା୭ା୨୦୨୦ ରେ ଏମ୍ଜିଏନଆରଇଜିଏସ୍ ଯୋଜନାରେ ଗୁହାଳ ନିର୍ମାଣ ନିମନ୍ତେ କାର୍ଯ୍ୟାଦେଶ ପାଇଥିଲେ। ସେ ନିର୍ଦ୍ଧାରିତ ସମୟ ମଧ୍ୟରେ ଧାରକରଜ କରି ୧୮ା୮ା୨୦୨୦ରେ କାମ ଶେଷ କରିଥିଲେ। ଏହି କାର୍ଯ୍ୟରେ ୧ ଲକ୍ଷ ୧୩ ହଜାର ଟଙ୍କାର ବ୍ୟୟ ବରାଦ ହୋଇଥିବାବେଳେ ସେ ମାତ୍ର ୪୮ ହଜାର ଟଙ୍କା ଏକାଧିକ କିସ୍ତିରେ ପାଇଛନ୍ତି। ବଳକା ଟଙ୍କା ପାଇଁ ସରପଞ୍ଚଙ୍କ ଠାରୁ ଆରମ୍ଭ କରି ଯନ୍ତ୍ରୀ ଓ ବିଡିିଓଙ୍କ ନିକଟକୁ ବାରମ୍ବାର ଧାଇଁଥିଲେ ମଧ୍ୟ ବଳକା ଅର୍ଥ ପାଇବାକୁ ସକ୍ଷମ ହୋଇପାରି ନାହାନ୍ତି। ତେଣୁ ବାରମ୍ବାର ଧାରା ଆଣିଥିବା ଲୋକଙ୍କ ତାଗିଦା ଓ ଚାପରେ ସମ୍ମୁଖୀନ ହୋଇ ସ୍ମିତା ଗୁରୁବାର ଏ ସମ୍ପର୍କରେ ଦଶରଥପୁର ବିଡିଓଙ୍କୁ ନିଜର ଅଭିଯୋଗ ଜଣାଇବାକୁ ଆସିଥିଲେ। ପ୍ରସାଶନ ତୁରନ୍ତ ତାଙ୍କର ପ୍ରାପ୍ୟ ନ ଦେଲେ ସେ ବାଧ୍ୟହୋଇ ଆମତ୍ହୂତି ଦେବେ ବୋଲି ସେ ବିଡିଓଙ୍କୁ ଲିଖିତ ଭାବରେ ଜଣାଇଛନ୍ତି। ଫାଇନାଲ ବିଲ କରିବାକୁ ସେ ଲାଞ୍ଚ ଦେବାରେ ଅକ୍ଷମ ହୋଇଥିବାରୁ ଏଭଳି ଦୁର୍ଦ୍ଦଶାର ସମ୍ମୁଖୀନ ହେଉଥିବା ଚର୍ଚ୍ଚା ହେଉଛି।
Posted inHome, Home Left, ଆମ ଜିଲା ଖବର, ଯାଜପୁର View All
ଜିଲା ମୁଖ୍ୟ ଚିକିତ୍ସାଳୟରେ ସ୍ବାସ୍ଥ୍ୟ ସେବାର ସମୀକ୍ଷା କଲେ ସ୍ବାସ୍ଥ୍ୟମନ୍ତ୍ରୀ, ଅଧିକାରୀମାନଙ୍କୁ କହିଲେ…
କୋରାପୁଟ/ଜୟପୁର,୧୬ା୮(ଅମିତାଭ ବେହେରା/ପବନ ପାଣିଗ୍ରାହୀ): କୋରାପୁଟ ଜିଲାର ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ନୂତନ କ୍ରିଟିକାଲ କେୟାର ୟୁନିଟ୍ ଉଦ୍ଘାଟିତ ହୋଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
କୂଳ ଲଙ୍ଘିଲା ବ୍ରାହ୍ମଣୀ ନଦୀ, ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା
ପଟ୍ଟାମୁଣ୍ଡାଇ,୧୬।୮(କଳ୍ପତରୁ ନାୟକ): ବନ୍ୟାପାଣିରେ ଫସିଲେ ୩ ଶହ ସ୍କୁଲ୍ ପିଲା । ଏଭଳି ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ୍ କୁଳସାହି…
ତାତିଲେ ଚାଷୀ, ଜେସିବି ଲଗାଇ କାଟିଦେଲେ ଘାଇ, ପାଣିରେ ବୁଡ଼ିଲା ଶହଶହ ଏକର ଚାଷଜମି
ମହାକାଳପଡ଼ା,୧୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାନଦୀରେ ବନ୍ୟା ଓ ବର୍ଷା ଜଳ ଖରିଫ ଋତୁରେ ଧାନ ଫସଲ ପ୍ରଭାବିତ ହୋଇଛି। ଫଳରେ ୫ ହଜାରରୁ ଅଧିକ ହେକ୍ଟର ଜମିରେ…
କାଲି ଏହି ଜିଲାରେ ସ୍କୁଲ ଛୁଟି, ଜାଣନ୍ତୁ…
କେନ୍ଦୁଝର,୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ ବଙ୍ଗୋପସାଗର…
କାର-ବୁଲେଟ୍ ମୁହାଁମୁହିଁ ଧକ୍କା, ଚାଲିଗଲା ବିଏସଏଫ ଯବାନଙ୍କ ଜୀବନ
ରିଆମାଳ,୧୬।୮(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ କୁଣ୍ଢେଇଗୋଳା ଥାନା କଟାସର ଶିବ ମନ୍ଦିର ଘାଟିରେ ଶନିବାର ଦିନ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଥିଲା ।…
ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ
ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ…
ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ
ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ…
୨୦୨୯ ନିର୍ବାଚନ ପାଇଁ BJPର ମାଷ୍ଟରପ୍ଲାନ୍, କାଲି ଘୋଷଣା ହେବ ନୂଆ ଟିମ୍! ଏହି ନେତାଙ୍କୁ ମିଳିବ ବଡ଼ ଦାୟିତ୍ବ
ନୂଆଦିଲ୍ଲୀ,୧୬।୮: ଭାଜପାରେ ଖୁବ୍ଶୀଘ୍ର ଏକ ବଡ଼ ସାଂଗଠନିକ ପୁନର୍ଗଠନ ହେବାକୁ ଯାଉଛି । ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନେତୃତ୍ୱରେ ଦଳର ନୂଆ ଟିମ୍ ଘୋଷଣା…
Archives

