ଗୋଖାଦ୍ୟ ବୋଝେଇ ଟ୍ରକ୍‌ରେ ୪ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଚାଲାଣ: ଟ୍ରକ ଜବତ, ୨ ଗିରଫ

କୋରାପୁଟ,୧୫।୧୧(ସ୍ବ.ପ୍ର.): କୋରାପୁଟ ଜିଲା ପଟ୍ଟାଙ୍ଗିଠାରେ ଶୁକ୍ରବାର ଏକ ଟ୍ରକରୁ ସ୍ଥାନୀୟ ପୋଲିସ ଦ୍ୱାରା ୪ କ୍ୱିଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ ହୋଇଛି। ଗୋଖାଦ୍ୟ ସାମଗ୍ରୀ ନେଇ ଆନ୍ଧ୍ରରୁ କୋରାପୁଟ ଆଡ଼କୁ ଯାଉଥିବା ଟ୍ରକରେ ୯୦ଟି ପ୍ୟାକେଟ୍‌ରୁ ଉକ୍ତ ପରିମାଣର ଗଞ୍ଜେଇ ଜବତ ହୋଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ବିହାର ରାଜ୍ୟର ୨ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। କୌଣସି ସୂତ୍ରରୁ ଖବରପାଇ ପଟ୍ଟାଙ୍ଗି ପୋଲିସ ଜଗି ରହିଥିଲା। ତେବେ ଆଜି ସକାଳେ ଏହି ଟ୍ରକଟି ପଟାଙ୍ଗି ଅତିକ୍ରମ କରିବାବେଳେ ପୋଲିସ ଅଟକାଇ ଯାଞ୍ଚ କରିଥିଲା। ଉକ୍ତ ୯୦ଟି ପ୍ୟାକେଟରୁ ୪ କ୍ୱିଣ୍ଟାଲ ୬୩ କେଜି ଗଞ୍ଜେଇ ଜବତ କରାଯାଇଥିଲା ା ପୋଲିସ ପକ୍ଷରୁ ଏହି ଘଟଣାର ଅଧିକ ଅନୁସନ୍ଧାନ ଜାରିରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri