Posted inରାଜ୍ୟ

ଗୋଚର ଜମିକୁ ଜେସିବି ଦ୍ୱାରା ସଫା କରିବା ନେଇ ଅଭିଯୋଗ: ସବର୍ଣ୍ଣ, ଅସବର୍ଣ୍ଣ ମଧ୍ୟରେ ବିବାଦ

ରଣପୁର,୨୯ା୬(ସ୍ବ.ପ୍ର.): ଅନ୍ୟ ଏକ ଗ୍ରାମର ଅସବର୍ଣ୍ଣ ଜାତିର ଲୋକେ ସବର୍ଣ୍ଣଙ୍କ ଗୋଚର ଜମିକୁ ଜେସିବି ଲଗାଇ ସଫା କରିବା ଘଟଣାକୁ ନେଇ ରଣପୁର ଅଞ୍ଚଳରେ ୨ ଗୋଷ୍ଠୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏ ନେଇ ସବର୍ଣ୍ଣମାନେ ଶୁକ୍ରବାର ତହସିଲଦାର ଓ ଥାନା ଅଧିକାରୀଙ୍କ ନିକଟରେ ଅସବର୍ଣ୍ଣମାନଙ୍କ ବିରୋଧରେ ଲିଖିତ ଅଭିଯୋଗ କରିଛନ୍ତିି । ତହସିଲଦାର ଏହାର ତଦନ୍ତ କରିବାକୁ ସ୍ଥାନୀୟ ଆର୍‌ଆଇଙ୍କୁ ନିଦ୍ଦେର୍ଶ ଦେଇଛନ୍ତିି । ଅଭିଯୋଗରୁ ପ୍ରକାଶ ଯେ, ନୟାଗଡ ଜିଲା ରଣପୁର ତହସିଲ ଅନ୍ତର୍ଗତ ମୁଶାଝରି ଗ୍ରାମରେ ୩୦ରୁ ଊଦ୍ଧ୍ୱର୍ର୍ ପରିବାର ବସବାସ କରିଆସୁଛନ୍ତି ।  ଗ୍ରାମ ନିକଟସ୍ଥ କିଛି ଗୋଚର ଜମିରେ ସେମାନଙ୍କର ଗୃହପାଳିତ ପଶୁମାନେ ଚରାବୁଲା କରିଥାନ୍ତି । ତେବେ କିଛିମାସ ହେବ ଅନ୍ୟ ଏକ ଗ୍ରାମ ସିନ୍ଦୁରିଆର କିଛି ଅସବର୍ଣ୍ଣ ଲୋକେ ମୁଶାଝରି ଗ୍ରାମ ନିକଟସ୍ଥ ଗୋଚର ଜମି ଓ ରାସ୍ତାକୁ ଜେସିବି ଦ୍ୱାରା ସଫା କରିଥିବା ଅଭିଯୋଗ ହୋଇଛି । ଏହାଦ୍ୱାରା ମୁଶାଝରି ଗ୍ରାମବାସୀ ଏହି ରାସ୍ତା ଓ ଜମିରେ ଲଗାଇ ଥିବା ଫଳଗଛ ନଷ୍ଟ ହୋଇଯାଇଛି। ଉକ୍ତ କାର୍ଯ୍ୟକୁ ବିରୋଧ କରିବାରୁ ଅସବର୍ଣ୍ଣ ଗୋଷ୍ଠୀ ଜାତିଆଣ ମାମଲା କରିବାକୁ ଧମକ ଦେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସବର୍ଣ୍ଣ ପରିବାରର ମହିଳା/ପୁରୁଷ ଏକଜୁଟ ହୋଇ ରଣପୁର ତହସିଲଦାର ଓ ଥାନାରେ ଅସବର୍ଣ୍ଣଙ୍କ ନାମରେ ଲିଖିତ ଅଭିଯୋଗ କରିଛନ୍ତି । ପ୍ରଶାସନ ପକ୍ଷରୁ ଏହାର ସମାଧାନ ନ ହେଲେ ଆଗାମୀ ଦିନରେ ଗୋଷ୍ଠୀ ସଂଘର୍ଷ ହେବାର ଆଶଙ୍କା ପ୍ରକାଶ ପାଇଛି। ତେଣୁ ଜିଲାପାଳ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ରାଜ୍ୟସ୍ତରୀୟ ଓପନ୍ ଟ୍ରାପ୍ ସୁଟିଂ ଚାମ୍ପିୟନସିପ୍-୨୦୨୬: ସ୍ୱର୍ଣ୍ଣ ପଦକ ଜିତିଲେ ଥୁଆମୂଳ ରାମପୁରର ଶୁଭମ

ଥୁଆମୂଳ ରାମପୁର,୨୨ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ୍ ପାଇଁ ଗୌରବ । ଅନୁଗୁଳ ଜିଲା ତାଳଚେରସ୍ଥିତ ‘ରାଜା ହୃଦୟ ଚନ୍ଦ୍ର ଦେବ ସୁଟିଂ କମ୍ପ୍ଲେକ୍ସ’ଠାରେ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri