Posted inଖେଳ

ଗୋଟିଏ ଓଭରରେ ୩୪ ରନ୍‌: ଟି୨୦ରେ ଭାରତର ସବୁଠୁ ମହଙ୍ଗା ବୋଲର ହେଲେ ଶିବମ ଦୁବେ

ମାଉଣ୍ଟ ମାଉଁଗନୁଇ,୨।୨: ଅନ୍ତିମ ଟି୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ପାଞ୍ଚମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୫-୦ରେ ମୂଳପୋଛ କରିଛି। ଯଦିଓ ଭାରତ ଜିତିଛି କିନ୍ତୁ ଅଲରାଉଣ୍ଡର ଶିବମ ଦୁବେଙ୍କ ପାଇଁ ଏହି ମ୍ୟାଚ୍‌ ସବୁଠୁ ଖରାପ ଥିଲା। ସେ ମ୍ୟାଚରେ ଏକ ଓଭରରେ ୩୪ ରନ ଦେଇଛନ୍ତି। ଟି୨୦ ଅନ୍ତର୍ଜାତୀୟ ମ୍ୟାଚରେ ଗୋଟିଏ ଓଭରରେ ସର୍ବାଧିକ ରନ ଦେବାରେ ଭାରତୀୟ ବୋଲର ହୋଇଛନ୍ତି। ଇନିଂସର ୧୦ମ ଓଭରରେ ୬, ୬, ୪, ୪, ୬, ୬ ରନ୍‌ ଦେଇଥିଲେ ଦୁବେ। ଉକ୍ତ ଓଭରରେ କ୍ରିଜ୍‌ରେ ଥିଲେ ରସ ଟେଲର ଓ ଟିମ ସିଫର୍ଟ। ସିଫର୍ଟ ପ୍ରଥମ ଦୁଇଟି ବଲରେ ଛକା ମାରିଥିଲେ ଏବଂ ତୃତୀୟ ବଲରେ ଚୌକା ମାରିଥିଲେ। ଏହା ପରେ ସେ ୧ ରନ ନେଇ ଟେଲରଙ୍କୁ ଷ୍ଟ୍ରାଇକ ଦେଇଥିଲେ। ଟେଲର୍‌ ଏହା ପରେ ଦୁବେଙ୍କୁ ଆକ୍ରମଣ କରିଥିଲେ। ଟେଲର ପ୍ରଥମେ ନୋ’ ବଲରେ ଚୌକା ମାରିଥିଲେ। ଏହା ପରେ ପଞ୍ଚମ ଓ ଷଷ୍ଠ ବଲରେ ଲଗାତାର ଛକା ମାରିଥିଲେ। ଫଳରେ ଦୁବେଙ୍କ ଏହି ଓଭରରେ ୩୪ ରନ ହୋଇଥିଲା। ୨୦୧୬ରେ ଷ୍ଟୁଆର୍ଟ ବିନ୍ନି ୱେଷ୍ଟଇଣ୍ଡିଜ ବିପକ୍ଷରେ ଗୋଟିଏ ଓଭରରେ ୩୨ ରନ ଦେଇଥିଲେ ଯାହାକୁ ଭାଙ୍ଗିଛନ୍ତି ଦୁବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ମାଙ୍ଗାନିଜ ବୋଝେଇ ୩ ଡମ୍ପରକୁ ମାଡ଼ି ବସିଲା ବନ ବିଭାଗ

ଯୋଡ଼ା,୨୭ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ସେକ୍ସନର ବୈତରଣୀ କ ସଂରକ୍ଷିତ ଜଙ୍ଗଲ ନିକଟ ତିରିଂ ପାହାଡ଼ ନିକଟରୁ ବନ ବିଭାଗ ଚଢ଼ାଉ କରି ଚୋରାଚାଲାଣ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri