ଗୋଟିଏ ଘରୁ ୩ ମୃତଦେହ ଉଦ୍ଧାର: ସ୍ତ୍ରୀ, ଝିଅଙ୍କୁ ହତ୍ୟା ପରେ ସ୍ବାମୀଙ୍କ ଆତ୍ମହତ୍ୟା

ଛତ୍ରପୁର, ୨୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅଧୀନ ପାଲିଆ ଛତ୍ରପୁର ମଝି ସାହିରେ ବୁଧବାର ଏକ ଦୁଃଖଦ ଘଟଣା ଘଟିିଛି। ଗୋଟିଏ ଘରୁ ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକମାନେ ହେଲେ ବୃନ୍ଦାବନ ବେହେରା ସ୍ତ୍ରୀ ଉର୍ମିଳା ଓ ଝିଅ ସୁନିତା।
ସୂଚନାଯୋଗ୍ୟ, ଉର୍ମିଳା ଓ ସୁନିତାଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ତଳେ ପଡିିଥିବା ବେଳେ ବୃନ୍ଦାବନଙ୍କୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ଖବର ପାଇ ଛତ୍ରପୁର ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ୩ ଜଣଙ୍କ ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି। ବୃନ୍ଦାବନ କାତି ସାହାଯ୍ୟରେ ସ୍ତ୍ରୀ ଓ ଝିଅଙ୍କୁ ହତ୍ୟା କରିବା ପରେ ଅନ୍ୟ ରୁମରେ ନିଜେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଛତ୍ରପୁର ଥାନା ଅଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟଙ୍କ ନେତୃତ୍ୱରେ ସାଇଣ୍ଟିଫିକ୍‌ ଟିମ ଓ ସନ୍ଧାନୀ କୁକୁର ସହାୟତା ନିଆଯାଇ ତଦନ୍ତ ଚାଲିଛି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ଅତିରିକ୍ତ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଛତ୍ରପୁର ଏସ୍‌ଡିପିଓ ଗୌତମ କିସାନ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚିି ଅନୁଧ୍ୟାନ କରୁଛନ୍ତି। ମୃତ୍ୟୁର କାରଣ ସ୍ପଷ୍ଟ ଜଣାପଡି ନ ଥିବା ବେଳେ ପାରିବାରିକ ଅଶାନ୍ତି ଯୋଗୁ ଏହି ଅଘଟଣ ଘଟିଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri