ଗୋଟିଏ ଦିନରେ ଓ୍ବାରରୁମ ସ୍ଥାପନ କଲା ଆର୍‌ବିଆଇ

କରୋନା ପାଇଁ ଦେଶର ଫାଇନାନ୍ସିଆଲ ସିଷ୍ଟମରେ ଯେଭଳି କୌଣସି ଅସୁବିଧା ନ ଉପୁଯେ ତାକୁ ଧ୍ୟାନରେ ରଖି ଭାରତୀୟ ରିଜର୍ଭ ବ୍ୟାଙ୍କ ତ୍ୱରୀତ ଭିତ୍ତିରେ ପଦକ୍ଷେପ ନେଇଛି। ରିଜର୍ଭ ବ୍ୟାଙ୍କ କରୋନା ସମସ୍ୟାକୁ ଧ୍ୟାନରେ ରଖି ଗୋଟିଏ ଦିନରେ ଓ୍ବାରରୁମ୍‌ ସ୍ଥାପନ କରିଛି। ଏଠାରେ ୯୦ ବିଶେଷଜ୍ଞ କାର୍ଯ୍ୟ କରୁଛନ୍ତି। ବିଜନେସ କଣ୍ଟିନଜେନ୍ସି ପ୍ଲାନ ମୁତାବକ ଏହାକୁ ସ୍ଥାପନ କରାଯାଇଛି ଯାହା ୨୪ ଘଣ୍ଟା କାମ କରିବ। ୯୦ କ୍ରିଟିକାଲ ଷ୍ଟାଫଙ୍କ ବାଦ ୬୦ ପ୍ରମୁଖ ପର୍ସୋନେଲ ଏହି ଟିମରେ ସାମିଲ ରହିଥିବା ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। କେବଳ ୯୦ କର୍ମଚାରୀଙ୍କ ମଧ୍ୟରେ କେବଳ ଅଧା କର୍ମଚାରୀ ଧାର୍ଯ୍ୟ ସମୟରେ କାମ କରିପାରିବେ। ଅନ୍ୟ ମାନେ କାମ ପାଇଁ ସର୍ବଦା ପ୍ରସ୍ତୁତ ହୋଇ ରହିବେ। ବିଶ୍ୱ ସ୍ତରରେ ଏଭଳି ଫାସିଲିଟି ଗଠନ କରିବା ଦିଗରେ ଆର୍‌ବିଆଇ ହେଉଛି ପ୍ରଥମ କେନ୍ଦ୍ରୀୟ ବ୍ୟାଙ୍କ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ମଧ୍ୟ ଏଭଳି ଫାସିଲିଟି ସ୍ଥାପନ ହୋଇ ନ ଥିଲା। ଏହି ଓ୍ବାରରୁମର କାର୍ଯ୍ୟ ହେଲା ଋଣ ପରିଚାଳନା, ରିଜର୍ଭ ପରିଚାଳନା ଏବଂ ମୁଦ୍ରାଗତ ପରିଚାଳନା। ବିପିସି ଅଧିନରେ ପରିଚାଳିତ ହେଉଥିବା ଅନ୍ୟ ଡାଟା ସେଣ୍ଟରଗୁଡିକ ମଧ୍ୟରେ ଷ୍ଟକଚର୍ଡ ଫାଇନାନ୍ସିଆଲ ମେସେଜିଂ ସିଷ୍ଟମ (ଏସ୍‌ଏଫ୍‌ଏମ୍‌ଏସ୍‌), ରିୟଲ ଟାଇମ ଗ୍ରସ ସେଟେଲମେଣ୍ଟ(ଆର୍‌ଟିଜିଏସ୍‌), ନ୍ୟାଶନାଲ ଇଲେକଟ୍ରୋନିକ୍ସ ଫଣ୍ଡ ଟ୍ରାନ୍ସଫର(ଏନ୍‌ଇଏଫ୍‌ଟି) ରହିଛି। ଏହାବାଦ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ନେଣଦେଣ ଲାଗି ଇ-କୁବର ଏହା ମଧ୍ୟରେ ମଧ୍ୟ ସାମିଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ବାଂଲାଦେଶରେ ମିଳିମିଳାରେ ୪୫୦ ଶିଶୁଙ୍କ ମୃତ୍ୟୁ; ୟୁନୁସ ସରକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଢାକା,୧୮।୫: ମାର୍ଚ୍ଚ ମାସରୁ, ବାଂଲାଦେଶରେ ମିଳିମିଳା ରୋଗରେ ୪୫୦ ରୁ ଅଧିକ ପିଲାଙ୍କ ମୃତ୍ୟୁ ହୋଇଛି। ଏହାକୁ ଦୃଷ୍ଟିରେ ରଖି, ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା…

ଯାନ୍ତ୍ରିକ ମାୟାଜାଲ

ଆଧୁନିକ ସଭ୍ୟତାର ଏକ କ୍ଷୁଦ୍ର ଯନ୍ତ୍ର ଆଜି ମାନବ ସମାଜର ଜୀବନଶୈଳୀକୁ ଏମିତି ବଦଳାଇ ଦେଇଛି ଯେ ସୂର୍ଯ୍ୟୋଦୟଠାରୁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଆମର ପ୍ରତିଟି ପଦକ୍ଷେପ ମୋବାଇଲ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ଶପଥ ନେଲେ କେରଳର ନୂଆ ମୁଖ୍ୟମନ୍ତ୍ରୀ

ଥିରୁଭାନନ୍ତପୁରମ,୧୮।୫: ସୋମବାର (୧୮ ମଇ, ୨୦୨୬) ତିରୁଭାନନ୍ତପୁରମର କେନ୍ଦ୍ରୀୟ ଷ୍ଟାଡିୟମରେ କଂଗ୍ରେସ ନେତା ଭି.ଡି. ସାଥୀସାନ୍‌ କେରଳର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ଏବଂ ସେ…

୩୦ ମିନିଟ ପର୍ଯ୍ୟନ୍ତ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ଯୁଦ୍ଧକୁ ନେଇ ହେଲା ନୂଆ ପ୍ଲାନ? ଜାଣନ୍ତୁ…

ଓ୍ବାଶିଂଟନ,୧୮।୫: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସପ୍ତାହେ ଧରି ଚାଲିଥିବା ତୀବ୍ର ସଂଘର୍ଷ ପରେ ବର୍ତ୍ତମାନ ଏକ ଅସ୍ତ୍ରବିରତି କାର୍ଯ୍ୟକାରୀ ହେଉଛି। ତଥାପି, ଏହା ସତ୍ତ୍ୱେ,…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ହଠାତ୍‌ ମାଡ଼ିଆସିଲା କାଳବୈଶାଖୀ, ବଜ୍ରପାତରେ ଚାଲିଗଲା ୨ ଜୀବନ

ଲକ୍ଷ୍ମୀପୁର,୧୮ା୫(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକ ଅଞ୍ଚଳରେ ରବିବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣଙ୍କ ଜୀବନ ଯାଇଛି। ଓଡ଼ିଆ ପେଣ୍ଟ ପଞ୍ଚାୟତର ତଳକାଇପଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri