Posted inଫୁରସତ

ଗୋଟିଏ ଦିନରେ ବିବାହ ବାର୍ଷିକୀ ପାଳନ କରନ୍ତି ୫ ଭାଇ

ସିରମୋର,୧୩।୫: ଦମ୍ପତିଙ୍କ ପାଇଁ ବିବାହ ବାର୍ଷିକୀର ସ୍ବତନ୍ତ୍ର ମହତ୍ତ୍ୱ ରହିଥାଏ। ଏହାକୁ ପାଳନ କରିବାଲାଗି ସଭିଏଁ ପ୍ରୟାସ ମଧ୍ୟ କରିଥାନ୍ତି। ତେବେ ୫ ଭାଇଙ୍କ ବିବାହ ବାର୍ଷିକୀ ଗୋଟିଏ ଦିନରେ ପାଳିତ ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। କିନ୍ତୁ ଏହା ସତ। ହିମାଚଳପ୍ରଦେଶର ସିରମୋର ଜିଲାର ଗିରିପାରର ଆଞ୍ଜ୍‌ଭୋଜ୍‌ ଅଞ୍ଚଳର ନଘେତା ଗାଁରେ ବାସ କରୁଥିବା ୫ ଭାଇ ପ୍ରତିବର୍ଷ ମେ ୧୨ରେ ସେମାନଙ୍କ ବିବାହ ବାର୍ଷିକୀ ପାଳନ କରିଥାନ୍ତି। ଏହି ଦିନ ଘରେ ଏକ ବଡ଼ ଉତ୍ସବ ହୋଇଥାଏ। ୧୯୯୮ ମେ ୧୨ରେ ଘରର ଦୁଇ ବଡ଼ ପୁଅ ସୁରେଶ ଶର୍ମା ଏବଂ ଦିନେଶ ଶର୍ମାଙ୍କ ବିବାହ ଯଥାକ୍ରମେ ମିଥଲେଶ ଏବଂ ରୀତାଙ୍କ ସହିତ ହୋଇଥିଲା। ଏହାପରେ ୨୦୦୯ ମେ ୧୨ରେ ରାଜୁ ଶର୍ମା ଏବଂ ସୁଦେଶ ଶର୍ମାଙ୍କ ବିବାହ ତାରା ଏବଂ ପ୍ରମିଳାଙ୍କ ସହିତ ହୋଇଥିଲା। ସେହିପରି ୨୦୧୮ ମେ ୧୨ରେ ସୁଭାଷ ଶର୍ମାଙ୍କ ବିବାହ ଶ୍ୟାମାଙ୍କ ସହିତ ହୋଇଥିଲା। ପରିବାରର ୫ ଭାଇ ଗୋଟିଏ ଘରେ ବାସ କରୁଛନ୍ତି। ବୋହୂମାନେ ଗୋଟିଏ ରୋଷେଇ ଘରେ ରନ୍ଧାବଢ଼ା କରିଥାନ୍ତି। ଏହି ସଂଯୁକ୍ତ ପରିବାର ସ୍ଥାନୀୟ ଅଞ୍ଚଳରେ ଏକ ଉଦାହରଣ ସୃଷ୍ଟି କରିଥିବା ଲୋକେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ପାକିସ୍ତାନ ବିପକ୍ଷ ବଡ଼ ମ୍ୟାଚ ପୂର୍ବରୁ ଭାରତକୁ ଝଟ୍‌କା, ଟି-୨୦ ବିଶ୍ୱକପ ମଧ୍ୟରେ ହସ୍ପିଟାଲରେ ଭର୍ତ୍ତି ହେଲେ…

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ ମଧ୍ୟରେ ଟିମ ଇଣ୍ଡିଆର ସମସ୍ୟା ବଢ଼ିଛି। ଷ୍ଟାର ଓପନର ଅଭିଷେକ ଶର୍ମା ଅସୁସ୍ଥ ଅଛନ୍ତି। ଟିମ ମ୍ୟାନେଜମେଣ୍ଟ ଏହା ଘୋଷଣା କରିଛି। ଶର୍ମା…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ନ୍ୟୁଜିଲାଣ୍ଡକୁ ବଡ଼ ଝଟକା: ଟି-୨୦ ବିଶ୍ୱକପରୁ ବାହାରିଲେ ଏହି ବଡ଼ ଖେଳାଳି

ନୂଆଦିଲ୍ଲୀ,୧୧।୨: ନ୍ୟୁଜିଲାଣ୍ଡ ICC ଟି-୨୦ ବିଶ୍ୱକପ ୨୦୨୬ରେ ଲଗାତାର ଦୁଇଟି ମ୍ୟାଚ ଜିତି ଏକ ଦୃଢ଼ ଆରମ୍ଭ କରିଥିଲା, କିନ୍ତୁ କିୱି ଦଳ ଚଳିତ ଟୁର୍ନାମେଣ୍ଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri