Posted inଜାତୀୟ

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ: ଭାଗ ନେବ ନାହିଁ କଂଗ୍ରେସ

ନୂଆଦିଲ୍ଲୀ, ୧୯।୬: ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସଂସଦ ଭବନର ଲାଇବ୍ରେରୀରେ ବୁଧବାର ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। କିନ୍ତୁ ଏହି ବୈଠକରେ ବିପକ୍ଷ କଂଗ୍ରେସ ଯୋଗଦେବ ନାହିଁ ବୋଲି ସ୍ପଷ୍ଟ କରିଛି। ସେହିପରି ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ, ବିଏସପି ମୁଖ୍ୟ ମାୟାବତୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଏହି ବୈଠକରେ ଯୋଗଦେବେବେ ନାହିଁ ବୋଲି ଜଣାପଡିଛି। ଏହି ବୈଠକଙ୍କ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରୀ, ରକ୍ଷା ମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରମୁଖ ସାମିଲ ହେବେ। ସୂଚନାଯୋଗ୍ୟ, ସମୟ ଓ ଅର୍ଥ ସଞ୍ଚୟ କରିବା ଲକ୍ଷ୍ୟରେ ଲୋକସଭା ଓ ରାଜ୍ୟ ବିଧାନସଭାଗୁଡିକ ପାଇଁ ଏକା ସାଙ୍ଗରେ ର୍ନିବାଚନ କରିବା ସକାଶେ ପ୍ରଧାନମନ୍ତ୍ରୀ ବାରମ୍ବାର ଗୁରୁତ୍ୱ ଆରୋପ କରି ଆସୁଛନ୍ତି। ଆଇନ କମିଶନ ସ୍ବୀକୃତିପ୍ରାପ୍ତ ୭ଟି ଜାତୀୟ ଓ ୫୯ଟି ରାଜ୍ୟସ୍ତରୀୟ ଦଳକୁ ଚିଠି ଲେଖିଥିଲେ। ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବା ପୂର୍ବରୁ ଆଇନ କମିଶନ ରାଜନୈତିକ ଦଳ, ସମ୍ବିଧାନ ବିଶାରଦ, ବ୍ୟୁରୋକ୍ରାଟ, ଶିକ୍ଷାବିତ୍‌ ଏବଂ ସାଧାରଣ ନାଗରିକଙ୍କଠାରୁ ମତାମତ ଲୋଡାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri