Posted inଜାତୀୟ

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ ଆରମ୍ଭ: ଆସିଲେନି ରାହୁଲ, ମାୟା, ମମତା

ନୂଆଦିଲ୍ଲୀ, ୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ସଂସଦ ଭବନର ଲାଇବ୍ରେରୀରେ ଆରମ୍ଭ ହୋଇଛି। ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗ ଦେଇଛନ୍ତି। କିନ୍ତୁ ଏହି ବୈଠକରେ ବିପକ୍ଷ କଂଗ୍ରେସ, ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ, ବିଏସପି ମୁଖ୍ୟ ମାୟାବତୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଯୋଗଦେଇନାହାନ୍ତି। ଏନସିପି ମୁଖ୍ୟ ଶରତ ପାଓ୍ବାର ଏହି ବୈଠକରେ ଭାଗ ନେଇଛନ୍ତି। ସେହିିପରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ଓ୍ବାଇଏସଆର କଂଗ୍ରେସ ନେତା ଜଗନମୋହନ ରେଡ୍ଡୀ ବୈଠକ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରୀ, ରକ୍ଷା ମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରମୁଖ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, ସମୟ ଓ ଅର୍ଥ ସଞ୍ଚୟ କରିବା ଲକ୍ଷ୍ୟରେ ଲୋକସଭା ଓ ରାଜ୍ୟ ବିଧାନସଭାଗୁଡିକ ପାଇଁ ଏକା ସାଙ୍ଗରେ ନିର୍ବାଚନ କରିବା ସକାଶେ ପ୍ରଧାନମନ୍ତ୍ରୀ ବାରମ୍ବାର ଗୁରୁତ୍ୱାରୋପ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri