Posted inଖେଳ

ଗୋଟିଏ ନିଷ୍ପତ୍ତି ବହୁ କ୍ରିକେଟରଙ୍କ କ୍ୟାରିୟର ଶେଷ କରିଦେଲା

ହରାରେ,୧୯ା୭- ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଜିମ୍ବାଓ୍ବେ କ୍ରିକେଟକୁ ସସ୍‌ପେଣ୍ଡ କରିଛି। ଆଇସିସିର ଏଭଳି ନିଷ୍ପତ୍ତି ଜିମ୍ବାଓ୍ବେର ପ୍ରାୟ କ୍ରିକେଟରଙ୍କ କ୍ୟାରିୟରକୁ ଶେଷ କରି ଦେଇଛି। କ୍ରିକେଟର ସିକନ୍ଦର ରାଜା ଏ ସମ୍ପର୍କରେ ଟୁଇଟ୍‌ କରି କହିଛନ୍ତି, ଏଭଳି ଅନ୍ତର୍ଜାତୀୟ କ୍ରିକେଟ ଛାଡ଼ିବି ବୋଲି ଚିନ୍ତା କରି ନ ଥିଲି। କେଉଁ ଭଳି ଏକ ନିଷ୍ପତ୍ତି ଗୋଟିଏ ଦଳକୁ ଅଜଣା କରିଦେଲା। ଏହାଦ୍ୱାରା ବହୁ କ୍ରିକେଟର ଓ ଲୋକ ରୋଜଗାର ହରାଇ ବସିଲେ, ଯାହାକି ବହୁ ପରିବାରକୁ ପ୍ରଭାବିତ କରିବ। ଏହା ବହୁ କ୍ରିକେଟରଙ୍କ କ୍ୟାରିୟରର ଶେଷ କରିଦେଇଛି ବୋଲି ରାଜା ଟୁଇଟ୍‌ କରିଛନ୍ତି। ସେହିଭଳି ପୂର୍ବତନ ଅଧିନାୟକ ବ୍ରେଣ୍ଡନ ଟେଲର ଲେଖିଛନ୍ତି, ଜିମ୍ବାଓ୍ବେ କ୍ରିକେଟକୁ ସସ୍‌ପେଣ୍ଡ କରିବା ଆଇସିସିର ନିଷ୍ପତ୍ତି ହୃଦୟବିଦାରକ। ଆମକୁ କୌଣସି ସରକାରୀ ସହାୟତା ମିଳୁନାହିଁ। ବହୁ ଖେଳାଳି, ସପୋର୍ଟ ଷ୍ଟାଫ, ଗ୍ରାଉଣ୍ଡ ଷ୍ଟାଫ ବେକାରି ହୋଇଗଲେ। ଉଲ୍ଲେଖଥାଉ କି, ଦୁର୍ନୀତି ଅଭିଯୋଗ ଆସିବା ପରେ ଜିମ୍ବାଓ୍ବେ କ୍ରିକେଟର ସମସ୍ତ କର୍ମକର୍ତ୍ତାଙ୍କୁ ବହିଷ୍କୃତ କରିବା ସହ ଏକ ସରକାରୀ ଏଜେନ୍ସି ସ୍ପୋଟର୍‌ସ ଆଣ୍ଡ୍‌ ରିକ୍ରିଏଶନ କମିଟି (ଏସ୍‌ଆର୍‌ସି) ପରିଚାଳନା ଦାୟିତ୍ୱ ହାତକୁ ନେଇଛି। ଯାହାଫଳରେ ଦେଶ ଆଇସିସିର ଧାରା ୨.୪ (ସି) ଏବଂ ଡି’ର ଉଲ୍ଲଂଘନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

କାନପୁରରେ ବାରମ୍ବାର ଖସୁଛି ଅତଡ଼ା: ସ୍ଥିତି ଅନୁଧ୍ୟାନ କଲେ ଅଧିକାରୀ

ଛେନାପଦୀ/ହାଟଡିହୀ,୧୨l୯(ନିରାକାର ପରିଡା/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ ପଞ୍ଚାୟତ କାନପୁର ଗ୍ରାମର ଦକ୍ଷିଣ ପାର୍ଶ୍ୱ ସାଳନ୍ଦୀ ନଦୀ ଦ୍ୱାରା ବାରମ୍ବାର ଅତଡ଼ା ଖସି କାନପୁର…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?