ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି

କଟକ ଅଫିସ,୧୬।୧୧: ବାଲିଯାତ୍ରାର ଚତୁର୍ଥ ସନ୍ଧ୍ୟାରେ ଗଣକବି ବୈଷ୍ଣବ ପାଣି ମଞ୍ଚରେ ଶ୍ରୀଜନ ଛାନ୍ଦ ଡ୍ୟାନ୍ସ ଗ୍ରୁପର ଗୋଟିଏ ନୃତ୍ୟରେ ଦୁଇଟି ରାଜ୍ୟର ସଂସ୍କୃତି ଓ ପରମ୍ପରା ଦେଖିବାକୁ ମିଳିଥିଲା। ପଶ୍ଚିମବଙ୍ଗ ଓ ଓଡ଼ିଶାର ସଂସ୍କୃତିକୁ ନେଇ ଗ୍ରୁପର କଳାକାରମାନେ ନୃତ୍ୟ ପରିବେଷଣ କରିଥିଲେ। ତାଙ୍କର କୃଷ୍ଣଲୀଳା, କାଳୀ ଓ ଶିବ ତାଣ୍ଡବରେ ଦର୍ଶକମାନେ ମନ୍ତ୍ରମୁଗ୍ଧ ହୋଇଥିଲେ। ବ୍ରହ୍ମପୁରର ପ୍ରିନ୍ସ ଡ୍ୟାନ୍ସ ଗ୍ରୁପର ଜୟ ହୋ ଗୀତରେ ଦେଶଭକ୍ତିର ଝଲକ ଦେଖିବାକୁ ମିଳିଥିଲା। କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ସାଧବ ବୋହୂ ସଙ୍ଗୀତ ଦର୍ଶକଙ୍କ ହୃଦୟକୁ ଛୁଇଁଥିଲା। ଲୋକପ୍ରିୟ କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କ ସଙ୍ଗୀତ ଦର୍ଶକମାନଙ୍କୁ ବାନ୍ଧି ରଖିଥିଲା। କଟକର ସଂସ୍କୃତି ବିହାର ଗୀତିନାଟ୍ୟ କରିଥିଲେ। ଛତିଶଗଡ଼ର ଅନିଲ ଗାରଓ୍ବୋଲ ଆଣ୍ଡ ଗ୍ରୁପ ପକ୍ଷରୁ ଗେଡି ଲୋକନୃତ୍ୟ ପ୍ରଦର୍ଶିତ ହୋଇଥିଲା। ଜିଲା କଳା, ସଂସ୍କୃତି ସଂଘ, କଟକ ନୃତ୍ୟୋତ୍ସବ କମିଟି ପକ୍ଷରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସେହିପରି ମହାନଦୀ ମଞ୍ଚରେ ଶିବାଜୀ ଡ୍ୟାନ୍ସ ଏକାଡେମୀର ସମ୍ବଲପୁରୀ ନୃତ୍ୟକୁ ଦର୍ଶକମାନେ ଉପଭୋଗ କରିଥିଲେ। ସୁଲଗ୍ନା ମହାନ୍ତି ମଞ୍ଚ ପରିଚାଳନା କରିଥିଲେ। ଅତିଥିଭାବେ ଜିଲା ଶିକ୍ଷାଧିକାରୀ ନିରଞ୍ଜନ ବେହେରା, କଳା ସଂସ୍କୃତି ବିଭାଗର ସଦସ୍ୟ ସବିତା ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ନଦୀରେ ଗୋଧୋଇବାକୁ ଯିବା ହେଲା କାଳ, ପାଣିରେ ବୁଡ଼ି ଚାଲିଗଲା ୨ଜୀବନ

ଝାରସୁଗୁଡ଼ା,୧୪।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସଦର ଥାନା ଅନ୍ତର୍ଗତ ଇବ ନଦୀକୁ ରବିବାର ଅପରାହ୍ନରେ ଗାଧୋଇ ଯାଇଥିବା ସମୟରେ ପାଣିରେ ବୁଡ଼ି ଦୁଇ ଜଣ ଯୁବକଙ୍କର ଅକାଳ…

କୋରାପୁଟରେ ରଜ ମହୋତ୍ସବ

କୋରାପୁଟ,୧୪।୬(ଅମିତାଭ ବେହେରା ): ଓଡ଼ିଶାର ଗଣପର୍ବ ରଜର ଉତ୍ସାହ ଏବେ ଗାଁଠୁ ସହର ସବୁଠି ପରିଲକ୍ଷିତ ହେଉଛି। ଏହି ପରିପ୍ରେକ୍ଷୀରେ କୋରାପୁଟ ସ୍ଥିତ ସ୍ଥାନୀୟ ଦକ୍ଷତା ବୃଦ୍ଧି…

ବଙ୍ଗ ରାଜନୀତିରେ ବଡ଼ ଖେଳ! ଏହି ଦଳରେ ମିଶିବେ ଟିଏମସିର ବିଦ୍ରୋହୀ ଏମପି, ବଡ଼ ସୂଚନା ଦେଲେ….

କୋଲକାତା,୧୪।୬: ବିଦ୍ରୋହୀ ଟିଏମସି ଏମପିମାନେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରିପୋର୍ଟ ଅନୁସାରେ, ମିଶ୍ରଣ ପରେ ସେମାନେ ନ୍ୟାସନାଲିଷ୍ଟ ସିଟିଜେନ୍ସ ପାର୍ଟିରେ ଯୋଗଦେବେ ଏବଂ ଏନଡିଏକୁ…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri