Posted inଜାତୀୟ

ଦେଢ ବର୍ଷ ମଧ୍ୟରେ ଭାଜପାର ୭ ବରିଷ୍ଠ ନେତାଙ୍କ ପରଲୋକ

ନୂଆଦିଲ୍ଲୀ,୨୪।୮: ୨୦୧୮ ଅଗଷ୍ଟ ୧୪ରୁ ୨୦୧୯ ଅଗଷ୍ଟ ୨୪ ମଧ୍ୟରେ ଏଭଳି ଦୁଃଖଦ ଘଟଣା ଘଟିଛି। ସେମାନଙ୍କ ମଧ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ, ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକର, ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ଏବଂ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀ ରହିଛନ୍ତି। ଶନିବାର ୧୨ଟା ୭ରେ ଏମ୍ସ୍‌ରେ ଜେଟଲୀଙ୍କ ପରଲୋକ ଘଟିଛି। ଏହାପୂର୍ବରୁ ୨୦୧୮ ଅଗଷ୍ଟ ୧୪ରେ ଛତିଶଗଡ଼ ପୂର୍ବତନ ରାଜ୍ୟପାଳ ବଳରାମ୍‌ଜୀ ଦାସ ଟଣ୍ଡନଙ୍କର ୯୦ ବର୍ଷ ବୟସରେ ପରଲୋକ ଘଟିଥିଲା। ଏହାର ଦୁଇ ଦିନ ପରେ ୨୦୧୮ ଅଗଷ୍ଟ ୧୬ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀ ୯୪ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ୨୦୧୮ ଅକ୍ଟୋବର ୨୭ରେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମଦନ ଲାଲ୍‌ ଖୁରାନାଙ୍କ ପରଲୋକ ୮୨ ବର୍ଷ ବୟସରେ ହୋଇଥିଲା। ୨୦୧୮ ନଭେମ୍ବର ୧୨ରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅନନ୍ଥ କୁମାରଙ୍କ ୫୯ ବର୍ଷ ବୟସରେ ପରଲୋକ ଘଟିଥିଲା। ୨୦୧୯ ମାର୍ଚ୍ଚ ୧୭ରେ ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକର ୬୪ ବର୍ଷରେ ଦେହତ୍ୟାଗ କରିଥିଲେ। ସେହିପରି ୨୦୧୯ ଅଗଷ୍ଟ ୬ରେ ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ ୬୭ ବର୍ଷରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri