ଗୋଟିଏ ରାତିରେ ୩ ଘରୁ ଚୋରି

ବଇଣ୍ଡା,୧୨।୮(ଡି.ଏନ.ଏ.)-ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ସଙ୍ଗେ ୩ଟି ଘରୁ ଟଙ୍କା, ସୁନା ଗହଣା, ରୂପା ସହ ଆସବାବପତ୍ର ଚୋରି ହୋଇଥିବା ସୋମବାର ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି। ଠାକୁରଗଡ଼ ଗ୍ରାମରେ ଧଣ୍ଡାତୋପା ଗ୍ରାମର ବିନୋଦ ମିଶ୍ରଙ୍କ ଘରୁ ଦୁର୍ବୃତ୍ତମାନେ ଘରେ ପଶି ୩ଟି ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ରୂପା ଓ ନଗଦ ୧୨ ହଜାର ଟଙ୍କା ଚୋରି ହୋଇଥିବା ତାଙ୍କ ଭାଇ କୁମୁଦ ମିଶ୍ର ସୋମବାର ଥାନାରେ ଅଭିଯୋଗ କରିଛନ୍ତି।
ବିନୋଦଙ୍କ ଦେହ ଅସୁସ୍ଥ ଥିବାବେଳେ ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଏହାର ସୁଯୋଗ ନେଇ ଦୁର୍ବୃତ୍ତମାନେ ତାଲା ଭାଙ୍ଗି ଚୋରି କରି ନେଇଯାଇଥିବା ସେ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି।
ସେହିପରି ନିର୍ମଳ ନାୟକ ଓ ତାଙ୍କ ଘରେ ଭଡ଼ା ଥିବା କୋରାବ ଗ୍ରାମର ନିରଞ୍ଜନ ଦେହୁରିଙ୍କ ଘରୁ ଦୁର୍ବୃତ୍ତମାନେ ୧୨ ହଜାର ଟଙ୍କା ସହ ୫ ଭରି ସୁନା ଓ ରୂପା ଚୋରି କରି ନେଇଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲେ ମଧ୍ୟ ଲୁଟେରାଙ୍କ ପତ୍ତା ପାଇ ପାରି ନାହିଁ। ପୋଲିସ ରାତ୍ରି ପାଟ୍ରୋଲିଂ ହେଉ ନ ଥିବା ଯୋଗୁ ଚୋରି ବଢୁଥିବା ଠାକୁରଗଡ଼ ଗ୍ରାମବାସୀ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ସ୍ତ୍ରୀ, ଝିଅଙ୍କୁ ନେଇ ଶ୍ୱଶୁରଘର ଯାଇଥିଲେ: ଫେରୁଥିବା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ….

ଭଞ୍ଜନଗର, ୨୪/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଯୋଗୀମାରି ରାସ୍ତାର ପାଣିଟାଙ୍କି ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

ବାହୁଡ଼ିଲେ ମହାବାହୁ : ଭକ୍ତିମୟ ଭବାନୀପାଟଣା ସହର

ଭବାନୀପାଟଣା,୨୪।୭:(ଉତ୍ତମ କୁମାର ଦାଶ)- ନବ ଦିନ ଯାତ୍ରା ସାରି ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବଡ଼ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ସାଥିରେ…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

ଗନ୍ଧର୍ବ କଳା ସମ୍ମାନ ପାଇଲେ ଗୌରୀ ଶଙ୍କର ଦୁର୍ଗା: କଳାହାଣ୍ଡି ପାଇଁ ପୁଣି ଆଣିଲେ ଗୌରବ

ଭବାନୀପାଟଣା,୨୪।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ମାଟିର ଜଣାଶୁଣା ଲୋକ ବାଦ୍ୟ କଳାକାର ତଥା ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଯୁବ ପୁରସ୍କାର ପ୍ରାପ୍ତ ପ୍ରତିଭା ଗୌରୀ ଶଙ୍କର…

ବଲାଙ୍ଗୀରରେ ବାହୁଡ଼ା ରଥଯାତ୍ରା: ମନ୍ଦିରକୁ ବାହୁଡ଼ିଲେ ତିନି ଠାକୁର

ବଲାଙ୍ଗୀର, ୨୪।୭ (ସୁନିଲ କୁମାର ମହାନ୍ତି): ଶୁକ୍ରବାର ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ପବିତ୍ର ବାହୁଡ଼ା ରଥଯାତ୍ରା ଭକ୍ତିମୟ ପରିବେଶରେ ସମ୍ପନ୍ନ ହୋଇଛି। ଶ୍ରୀଜିଉମାନେ ମାଉସୀମା ମନ୍ଦିରରୁ…

ବାହୁଡ଼ା ଯାତ୍ରାରେ ଜଗା ଦର୍ଶନ ହେଲା ଶେଷ ଦର୍ଶନ : ଦେଖିବାକୁ ଆସି…

ବରଗଡ଼,୨୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ -ଭଟଲି ରାସ୍ତାର ଗୋପାଳପୁର ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ଏକ ବାଇକ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri