ଗୋଠଛଡ଼ା ହାତୀ ଶାବକ ଚିନ୍ତାରେ ବନ ବିଭାଗ:ପାଟିରେ ଘା’, ବିଗୁଡୁଛି ସ୍ବାସ୍ଥ୍ୟ

ଢେଙ୍କାନାଳ ଅଫିସ, ୨୯।୬ ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ୍‌ ରାସୋଳ ଥାନା ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲରେ ଗୋଠରୁ ଅଲଗା ହୋଇଯାଇଥିବା ହାତୀ ଶାବକର ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ପଡ଼ିଛି ବନ ବିଭାଗ। ବାରମ୍ବାର ଉଦ୍ୟମ ସତ୍ତ୍ୱେ ହାତୀ ଛୁଆ ଜଙ୍ଗଲକୁ ଯାଉନାହିଁ। ଅନ୍ୟପଟେ ପାଟିରେ ଘା’ ହୋଇଯାଇଥିବାରୁ ସେ ଖାଦ୍ୟ ହଜମ କରିପାରୁନାହିଁ। ତା’ର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ଜୁନ୍‌ ୨୬ରେ ଶିମିଳିପାଳରୁ ଆସିଥିବା ବିଶେଷଜ୍ଞ ଦଳ ହାତୀ ଛୁଆର ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ତଥାପି ଏହାର ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ହେଉନାହିଁ। କପିଳାସ ଚିଡ଼ିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ୪ ହାତୀ ରହିଥିବାବେଳେ ସେଠାରେ ସଂଖ୍ୟା ବୃଦ୍ଧି କରିବା କାଠିକର ପାଠ ବୋଲି ବିଭାଗୀୟ ଅଧିକାରୀ କହିଛନ୍ତି। ମା’ ପଲରେ ନ ମିଶାଇଲେ ଶାବକକୁ କେଉଁଠାରେ ରଖାଯିବ ସେ ନେଇ ଏବେ ଦ୍ୱନ୍ଦ୍ୱରେ ପଡ଼ିଛି ବନ ବିଭାଗ।
ଏ ସଂକ୍ରାନ୍ତରେ ଜିଲା ବନଖଣ୍ଡ ଅଧିକାରୀ ସୁଦର୍ଶନ ପାତ୍ର କୁହନ୍ତି, ବନ ବିଭାଗ ପକ୍ଷରୁ ହାତୀ ଶାବକକୁ ପୁନର୍ବାର ପଲରେ ଛଡ଼ାଯିବାକୁ ବାରମ୍ବାର ଉଦ୍ୟମ କରାଯାଇଥିଲେ ମଧ୍ୟ ତାହା ସଫଳ ହୋଇନାହିଁ। କପିଳାସ ଚିଡ଼ିଆଖାନାରେ ହାତୀ ଛୁଆକୁ ରଖିବା ସମ୍ଭବପର ହେଉନାହିଁ। ହାତୀ ଛୁଆକୁ ନେଇ କ’ଣ କରାଯିବ ସେଥିଲାଗି ଚିନ୍ତା କରାଯାଉଥିବା ସେ ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଉକ୍ତ ମାଈ ହାତୀ ଶାବକର ଆନୁମାନିକ ବୟସ ୨ ବର୍ଷ ହେବ। ୫ଦିନ ତଳେ ମା’ଠାରୁ ଅଲଗା ହୋଇ ସେ ଜନବସତିକୁ ପଳାଇ ଆସିଥିଲା। ଅଞ୍ଚଳବାସୀ ତାକୁ ଉଦ୍ଧାର କରି ସ୍ଥାନୀୟ ବନ ବିଭାଗର ଜିମା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri