‘ଗୋନାସିକା’ ମହୋତ୍ସବରେ ବିକାଶର ବାର୍ତ୍ତା: ଉଦ୍‌ଯାପନ ମହୋତ୍ସବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ୨୬ ପର୍ଯ୍ୟନ୍ତ ଚାଲିବ ପଲ୍ଲୀଶ୍ରୀ ମେଳା

କେନ୍ଦୁଝର, ୨୫ା୧୨(ଡି.ଏନ୍‌.ଏ.)-କେନ୍ଦୁଝର କାଳୀପଡିଆଠାରେ ‘ଗୋନାସିକା କେନ୍ଦୁଝର ମହୋତ୍ସବ’ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। ମେଳା ପରିସରରେ ଅନୁଷ୍ଠିତ ‘ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୧୯’ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ଅଞ୍ଚଳରୁ ଆସିଥିବା ଶିଳ୍ପୀ ଓ କଳାକାରଙ୍କ ମଧ୍ୟରେ ଭାବ ବିନିମୟ ସାଙ୍ଗକୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନ ମୋହିଥିଲା। ବିକାଶର ବାର୍ତ୍ତା ଦେଇ ଆୟୋଜିତ ଏହି ସମାରୋହର ଉଦ୍‌ଯାପନୀ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ ଜିଲାପାଳ ଆଶିଷ ଥାକ୍‌ରେ। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ। ସେ ତାଙ୍କ ବକ୍ତବ୍ୟରେ କଳା, ସଂସ୍କୃତି, ବୈଶିଷ୍ଟ୍ୟ ଉପରେ ଆଲୋକପାତ କରି ଜିଲାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀମାନଙ୍କର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ। କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଗୋନାସିକା-କେନ୍ଦୁଝର ମହୋତ୍ସବ ଜିଲାର କଳା, ସାହିତ୍ୟ, ସଂସ୍କୃତି ଓ ବିକାଶର ଦର୍ପଣ ସ୍ବରୂପ। ଆଗାମୀ ଦିନରେ ଏହାକୁ ଅଧିକ ବ୍ୟାପକ କରିବାଲାଗି ଉଦ୍ୟମ କରାଯିବ। ଅନ୍ୟତମ ସମ୍ମାନୀତ ଅତିଥି ଭାବେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏଭଳି ମହୋତ୍ସବ କଳାକାରମାନଙ୍କୁ ଉସତ୍ାହ ପ୍ରଦାନ କରିଛି ବୋଲି କହିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା କମଳିନୀ ପାତ୍ର ପ୍ରାରମ୍ଭିକ ଭାଷଣ ଦେଇଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଉଦ୍ଧବ ଚନ୍ଦ୍ର ମାଝୀ ତାଙ୍କ ବକ୍ତବ୍ୟରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା ପାଇଁ ଯେଉଁ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା ତାହା ସଫଳ ହୋଇଥିବା ଦର୍ଶାଇଥିଲେ। ସ୍ଥାନୀୟ,ଜାତୀୟ ଓ ପ୍ରାଦେଶିକ ଶିଳ୍ପୀମାନେ ମହୋସତ୍ବରେ ଯୋଗଦେଇ ଏହାକୁ ସଫଳ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସଞ୍ଜୀବ ବାରିକ ଉଦ୍‌ଯାପନୀ ଉସତ୍ବର କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ। ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଓଡିଶାର ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସତ୍ୟଜିତ ପ୍ରଧାନ, ଅନ୍ତରା ଚକ୍ରବର୍ତ୍ତୀ ଓ ଟି. ସୌରୀଙ୍କ ଦଳ ଚିତ୍ତାକର୍ଷକ ସଂଗୀତ ପରିବେଷଣ କରିଥିଲେ। ଉଦ୍‌ଯାପନୀ ଉସତ୍ବ ପୂର୍ବରୁ ଭୁବନେଶ୍ୱରର ରୁଦ୍ରାକ୍ଷ ତରଫରୁ ଓଡିଶୀ, ଗୁରୁ ମାଗୁଣୀ ଚରଣ କୁଅଁରଙ୍କ ପକ୍ଷରୁ କଣ୍ଢେଇ ନୃତ୍ୟ,ବଡବିଲ ରୁଦ୍ରାକ୍ଷ ନୃତ୍ୟ ଏକାଡେମୀ, ଶିରିଷପାଳର ସାନ୍ତାଳୀ ଏବଂ ମୁଣ୍ଡା ନୃତ୍ୟ,ଅନନ୍ୟା ନୃତ୍ୟ ଏକାଡେମୀ, ମୟୁର ନୃତ୍ୟ ଅନୁଷ୍ଠାନ ଏବଂ ଶ୍ରୀକ୍ରୀଷ୍ଣା କୁରୁକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପଞ୍ଚମ ସନ୍ଧ୍ୟାରେ ଆୟୋଜିତ ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ। ପ୍ରଶାନ୍ତ କୁମାର ପଲେଇ ଓ ଉପସ୍ଥାପିକା ବିଜ୍ଞାନଦର୍ଶିନୀ ନନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?