ଗୋପପୁରରେ ଗୁଣି ସନ୍ଦେହ: ୬ ଜଣଙ୍କୁ ମାଡ଼ ମାରି ଅଖାଦ୍ୟ ଖୁଆଇଲେ ଗ୍ରାମବାସୀ

ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରି ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଖଲ୍ଲିକୋଟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତ, ଗଞ୍ଜାମ ଏସ୍‌ପି ବ୍ରିଜେଶ ରଏଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସ୍ଥାନୀୟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ ଓ ସ୍ଥାନୀୟ ଥାନାଧିକାରୀମାନେ ପହଞ୍ଚତ୍ ଗାଁ କୋଠ ଘରୁ ୬ଜଣଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ସମୟରେ ପୋଲିସ ଉପରକୁ ଲଙ୍କାଗୁଣ୍ଡ, ବାଲି ଆଦି ଫିଙ୍ଗା ଯାଇଥିଲା। ଏ ନେଇ ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କୁ ଖଲ୍ଲିକୋଟ ପୋଲିସ ଥାନାରେ ଅଟକ ରଖିଛି। ଗୋପପୁର ଗ୍ରାମରେ କିଛିଦିନ ହେବ ଅଜଣା ରୋଗରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୮ ସେପ୍ଟେମ୍ବରରେ ୩ ଜଣ ମହିଳା ଓ ଜଣେ ପୁରୁଷଙ୍କ ଗୋଡ଼ହାତ ବିନ୍ଧା, ଜ୍ୱର ହୋଇଥିଲା। ଏହା ଗୁଣିଗାରେଡି ଦ୍ୱାରା ହେଉଥିବା ଗ୍ରାମବାସୀ ସନ୍ଦେହ କରି ଜଣେ ଗୁଣିଆଙ୍କୁ ଡାକିଥିଲେ। ଏହା ଜାଣିବା ପରେ ତହସିଲଦାର, ଆଇଆଇସି ପ୍ରମୁଖ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କୁ ଖଲ୍ଲିକୋଟ ଡାକ୍ତରଖାନା ନେଇଥିଲେ। ପରେ ଅନ୍ଧବିଶ୍ୱାସ ଦୂର କରିବା ପାଇଁ ବ୍ରହ୍ମପୁରରୁ ଏକ ଡାକ୍ତରି ଟିମ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କ ରକ୍ତ ନମୁନା ପରୀକ୍ଷା କରିଥିଲେ। କିନ୍ତୁ ଏସବୁ ସତ୍ତ୍ବେ ଗ୍ରାମବାସୀ କାଠଗଣ୍ଡି ପକାଇ ଗାଁ ମଧ୍ୟକୁ କାହାରିକୁ ନ ଛାଡ଼ି ଗୁଣି ସନ୍ଦେହରେ ଉକ୍ତ ୬ ଜଣଙ୍କୁ ମାଡ଼ ମାରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri