ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରି ଅଖାଦ୍ୟ ଖୁଆଇ ଗାଁ କୋଠ ଘରେ ବାନ୍ଧି ରଖିଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଖଲ୍ଲିକୋଟ ତହସିଲଦାର ଚିତ୍ତରଞ୍ଜନ ମହାନ୍ତ, ଗଞ୍ଜାମ ଏସ୍ପି ବ୍ରିଜେଶ ରଏଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସ୍ଥାନୀୟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ ଓ ସ୍ଥାନୀୟ ଥାନାଧିକାରୀମାନେ ପହଞ୍ଚତ୍ ଗାଁ କୋଠ ଘରୁ ୬ଜଣଙ୍କୁ ଉଦ୍ଧାର କରିଥିଲେ। ଉଦ୍ଧାର ସମୟରେ ପୋଲିସ ଉପରକୁ ଲଙ୍କାଗୁଣ୍ଡ, ବାଲି ଆଦି ଫିଙ୍ଗା ଯାଇଥିଲା। ଏ ନେଇ ଗ୍ରାମର ୪୦ରୁ ଊର୍ଦ୍ଧ୍ୱ ମହିଳା ଓ ପୁରୁଷଙ୍କୁ ଖଲ୍ଲିକୋଟ ପୋଲିସ ଥାନାରେ ଅଟକ ରଖିଛି। ଗୋପପୁର ଗ୍ରାମରେ କିଛିଦିନ ହେବ ଅଜଣା ରୋଗରେ ୩ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୮ ସେପ୍ଟେମ୍ବରରେ ୩ ଜଣ ମହିଳା ଓ ଜଣେ ପୁରୁଷଙ୍କ ଗୋଡ଼ହାତ ବିନ୍ଧା, ଜ୍ୱର ହୋଇଥିଲା। ଏହା ଗୁଣିଗାରେଡି ଦ୍ୱାରା ହେଉଥିବା ଗ୍ରାମବାସୀ ସନ୍ଦେହ କରି ଜଣେ ଗୁଣିଆଙ୍କୁ ଡାକିଥିଲେ। ଏହା ଜାଣିବା ପରେ ତହସିଲଦାର, ଆଇଆଇସି ପ୍ରମୁଖ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କୁ ଖଲ୍ଲିକୋଟ ଡାକ୍ତରଖାନା ନେଇଥିଲେ। ପରେ ଅନ୍ଧବିଶ୍ୱାସ ଦୂର କରିବା ପାଇଁ ବ୍ରହ୍ମପୁରରୁ ଏକ ଡାକ୍ତରି ଟିମ ଗ୍ରାମରେ ପହଞ୍ଚତ୍ ଅସୁସ୍ଥଙ୍କ ରକ୍ତ ନମୁନା ପରୀକ୍ଷା କରିଥିଲେ। କିନ୍ତୁ ଏସବୁ ସତ୍ତ୍ବେ ଗ୍ରାମବାସୀ କାଠଗଣ୍ଡି ପକାଇ ଗାଁ ମଧ୍ୟକୁ କାହାରିକୁ ନ ଛାଡ଼ି ଗୁଣି ସନ୍ଦେହରେ ଉକ୍ତ ୬ ଜଣଙ୍କୁ ମାଡ଼ ମାରିଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍, ଆଉ ତା’ ପରେ…
ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...
୬ ଫୁଟ୍ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼
ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...
Archives


