କୁଆମରା,୨୧।୮(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକରେ ଦିନକୁ ଦିନ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଫଳରେ ପ୍ରଶାସନ ପାଇଁ ଏହା ମୁଣ୍ଡବ୍ୟଥାର କାରଣ ପାଲଟିଛି। ଜିଲାର ପ୍ରତି ବ୍ଲକରେ ପ୍ରତ୍ୟେହ ୩ଶହ ନମୁନା ପରୀକ୍ଷା ପାଇଁ ସରକାରଙ୍କ ତରଫରୁ ନିର୍ଦ୍ଦେଶ ରହିଥିବା ବେଳେ ୩ ଦିନ ହେବ ପ୍ରଶାସନ ପକ୍ଷରୁ ଏହାକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରାଯାଉଛି। ବୁଧବାର ଏହି ବ୍ଲକରୁ ୭ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମୋଟ ୩୫୯ ଜଣଙ୍କ ସ୍ବାବ୍ ପରୀକ୍ଷା କରାଯାଇଥିଲା। ସେଥି ମଧ୍ୟରୁ ସାନଖୁଣ୍ଟା ପଞ୍ଚାୟତର ୧୨, ପୁରୁଣା ବାରିପଦା ପଞ୍ଚାୟତର ୭ ଏବଂ ସାଇଁକୁଳା ପଞ୍ଚାୟତର ଜଣଙ୍କୁ ମିଶାଇ ମୋଟ ୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫ ଜଣଙ୍କୁ ବାରିପଦା କୋଭିଡ୍ ହସ୍ପିଟାଲକୁ ପଠାଯାଇଛି। ଅନ୍ୟମାନଙ୍କୁ ହୋମ୍ କ୍ବାରାଣ୍ଟାଇନ୍ରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପୁରୁଣା ବାରିପଦା ପଞ୍ଚାୟତର ଗୋଟିଏ ପରିବାରର ୭ ପଜିଟିଭ୍ ଚିହ୍ନଟ ହେବାରୁ ସାଧାରଣରେ ଆତଙ୍କ ଖେଳି ଯାଇଛି। ସେମାନଙ୍କ ସଂସ୍ପର୍ଶରେ ବହୁ ଲୋକ ଆସିଥିବା ଆଶଙ୍କା କରାଯାଇ ପଞ୍ଚାୟତକୁ ଶୁକ୍ରବାର ସକାଳ ୬ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ୭୨ ଘଣ୍ଟା ପାଇଁ ଶଟ ଡାଉନ କରାଯାଇଥିବା ସ୍ଥାନୀୟ ସରପଞ୍ଚ ସୂଚନା ଦେଇଛନ୍ତି। ତେବେ ବ୍ଲକରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୮ରେ ପହଞ୍ଚିଥିବା ବେଳେ ସେଥି ମଧ୍ୟରୁ ୩୮ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି।
ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…
ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...
ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ
ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...
କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା
ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...
ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’
ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ଗଛକାଟି ବସ୍ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି
ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ...
ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…
ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...
ଘରେଥିଲେ ବୃଦ୍ଧ ହଠାତ୍ ଲାଗିଗଲା ନିଆଁ: ଶେଷରେ…
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...
ବସ୍ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…
ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍...
Archives


