ଗୋପାଳ କାଣ୍ଡାଙ୍କ ସମର୍ଥନ ନ ନେଇପାରେ ଭାଜପା

ନୂଆଦିଲ୍ଲୀ,୨୫।୧୦: ହରିୟାଣା ଲୋକହିତ ପାର୍ଟିର ନେତା ତଥା ସିରସା ବିଧାନସଭା ଆସନର ବିଜୟୀ ପ୍ରାର୍ଥୀ ଗୋପାଳ କାଣ୍ଡାଙ୍କ ସମର୍ଥନକୁ ଭାରତୀୟ ଜନତା ପାର୍ଟି(ଭାଜପା) ଗ୍ରହଣ ନ କରିପାରେ ବୋଲି ଆଲୋଚନା ହେଉଛି। ଏହାର ଏକ ବଡ କାରଣ ହେଉଛି କାଣ୍ଡାଙ୍କ ଆପରାଧୀକ ମାମଲା। ଏୟାର ହୋଷ୍ଟେସ ଆତ୍ମହତ୍ୟା ମାମଲାରେ ଜେଲ୍‌ ଯାଇ ସାରିଛନ୍ତି କାଣ୍ଡା। କେବଳ ସେତିକି ନୁହେଁ ଏହି ଘଟଣା ସମୟରେ କାଣ୍ଡାଙ୍କୁ ଗିରଫ କରିବାକୁ ଭାଜପା ରାସ୍ତାକୁ ଓହ୍ଲାଇ ଆସିଥିଲା। ତେଣୁ ଏବେ ଭାଜପା କାଣ୍ଡାଙ୍କ ସମର୍ଥନକୁ ଗ୍ରହଣ ନ କରିପାରେ ବୋଲି ଆଲୋଚନା ହେଉଛି। ସୂଚନାଯୋଗ୍ୟ, ହରିୟାଣା ବିଧାନସଭା ପାଇଁ ଭାଜପାକୁ ବହୁମତ ମିଳି ନ ଥିବା ବେଳେ ଏବେ ସେ ସ୍ବାଧୀନ ପ୍ରାର୍ଥୀଙ୍କୁ ନେଇ ସରକାର ଗଠନ କରିବାକୁ ପ୍ରୟାସ ଜାରି ରଖିଛି। ଏତେସବୁ କଳ୍ପନା ଜଳ୍ପନା ପରେ ବି କାଣ୍ଡା ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଭେଟିବାକୁ ପହଞ୍ଚିଥିବା ଜଣାପଡିଛି। ତେବେ ଗୋପାଳ କାଣ୍ଡାଙ୍କ ଭାଜପା ମିଶ୍ରଣକୁ ନେଇ କଂଗ୍ରେସ ପ୍ରବକ୍ତା ରଣଦୀପ ସୁରଜଓ୍ବୋଲା କହିଥିଲେ ଏହା ଭାଜପାର ଦୋଗଲା ନୀତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଆଲର୍ଟ ଜାରି କଲା IMD, ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ,୧୪।୪: ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡକ୍ଟର ଏମ. ମହାପାତ୍ର କହିଛନ୍ତି ଯେ ଚଳିତ ବର୍ଷ ମୋଟ ବର୍ଷା ସାଧାରଣ ହାରାହାରି ପ୍ରାୟ ୯୨ ପ୍ରତିଶତ ହେବ…

ବିହାରରେ ‘ସମ୍ରାଟ’ ଯୁଗ ଆରମ୍ଭ: ବୁଧବାର ଶପଥ ଗ୍ରହଣ

ପାଟନା,୧୪।୪: ନୀତୀଶ କୁମାର ମଙ୍ଗଳବାର ବିହାରର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କର ଶେଷ କ୍ୟାବିନେଟ ବୈଠକ କରି ରାଜ୍ୟପାଳଙ୍କ ସହ ସାକ୍ଷାତ କରି ଇସ୍ତଫା ପତ୍ର…

ସଞ୍ଜୁ ସାମସନଙ୍କୁ ICCର ସ୍ବତନ୍ତ୍ର ସମ୍ମାନ, ଜସପ୍ରିତ ବୁମରାହଙ୍କୁ ପଛରେ ପକାଇ ହାସଲ କଲେ ବଡ଼ ଉପଲବ୍ଧି

ନୂଆଦିଲ୍ଲୀ,୧୪।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ମାର୍ଚ୍ଚ ମାସ ପାଇଁ ସଞ୍ଜୁ ସାମସନଙ୍କୁ ପ୍ଲେୟର ଅଫ ଦ ମନ୍ଥ ଆଓ୍ବାର୍ଡରେ ସମ୍ମାନିତ କରିଛି। ୨୦୨୬ ଟି୨୦ ବିଶ୍ୱକପରେ ତାଙ୍କର…

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri