ଗୋପାଳପୁର ବନ୍ଦରରେ ଲାଗିଲା ପ୍ରଥମ ବୃହତ ଜାହାଜ

ବ୍ରହ୍ମପୁର ଅଫିସ୍‌/ଛତ୍ରପୁର ୧୫ା୧୦ (ଡି.ଏନ.ଏ)-ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରରେ ପ୍ରଥମ ଥର ଲାଗି ବୃହତ ମାଲ୍‌ବାହୀ ଜାହାଜ ଲାଗିଛି । ଏଥିରେ ୧ ଲକ୍ଷ ୫ହଜାର ଟନ୍‌ ଚୂନ ପଥର ରହିଛି । ଏତେ ଓଜନର ମାଲ୍‌ ପରିବହନ କରୁଥିବା ଜାହଜ ଲାଗିବା ବିଷୟରେ ଗୋପାଳପୁର ବନ୍ଦର ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦିଆଯାଇଛି । ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର୍‌ ଲିମିଟେଡ୍‌(ଜେଏସ୍‌ପିଏଲ୍‌) ପକ୍ଷରୁ ଏହି ଚୂନା ପଥର ମଧ୍ୟ-ପୂର୍ବରୁ ଆମଦାନୀ କରାଯାଇଛି । ଷ୍ଟିଲ୍‌ ଉପତ୍ାଦନରେ ଏହି ଚୂନ ପଥର ବ୍ୟବହୃତ ହେବ । ଏସାର୍‌ ସିପିଙ୍ଗର ଏହି ଜାହଜ ଶନିବାର ଗୋପାଳପୁର ବନ୍ଦରରେ ପହଞ୍ଚିଥିଲା। ୧ ଲକ୍ଷ ୫ହଜାର ଟନ୍‌ ପରିବହନ କରୁଥିବା ବୃହତ ଜାହାଜ ଗୋପାଳପୁର ବନ୍ଦରରେ ଲାଗିବା ଆମ ପାଇଁ ଏକ ଗର୍ବର ବିଷୟ ବୋଲି ସାପୋଜି ପାଲୋଞ୍ଜି ପୋର୍ଟ ମେଣ୍ଟେନାନ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଅମିତ ସାବୁ ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ, ଗୋପାଳପୁର ବନ୍ଦରକୁ ସାପୋଜି ପାଲୋଞ୍ଜି ଗ୍ରୁପ୍‌ ଅଧିକୃତ କରିବା ପରଠୁ ବନ୍ଦର ବିକାଶରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ଡ୍ରେଜିଂ(ଖନନ) ଦ୍ୱାରା ବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି। ଫଳରେ ଏହା ଅଧିକ ଗଭୀର ହୋଇପାରିଛି। ଆଗାମୀ ଦିନରେ ମଧ୍ୟ ବୃହତ ଯାହାଜ ଏହି ବନ୍ଦରରେ ସହଜରେ ଲାଗି ପାରିବ । ତେବେ ଡ୍ରେଜିଂ ଶେଷ ହେବା ପରେ ବନ୍ଦର ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିଛି । ଏହାର କ୍ଷମତା ବଢ଼ିଛି । ବୃହତ ଯାହାଜ ବନ୍ଦରରେ ଲାଗିବା ଫଳରେ ବନ୍ଦରର ଗ୍ରାହକମାନେ ଅଧିକ ସୁବିଧା ପାଇପାରିବେ ବୋଲି ଆଶା ପ୍ରକାଶ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସି ଖବର! ହର୍ମୁଜ ପାର୍ ହୋଇ ଭାରତ ଆସୁଛି ତେଲ-ଗ୍ୟାସ ଜାହାଜ, କମିଯିବକି ଦର?

ନୂଆଦିଲ୍ଲୀ,୪।୪: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଭାରତ ପାଇଁ ଏକ ଆଶ୍ବସ୍ତିକର ଖବର ଅଛି । ଭାରତୀୟ ପତାକା ଲାଗିଥିବା ଜାହାଜ ସହିତ, ଅନ୍ୟ ତିନୋଟି ଜାହାଜ ସଫଳତାର…

ଟ୍ରମ୍ପଙ୍କୁ ବଡ଼ ଝଟକା: ପାକିସ୍ତାନରେ ଆଲୋଚନା କରିବାକୁ ମନା କଲା ଇରାନ, ୪୮ ଘଣ୍ଟାର ଅସ୍ତ୍ରବିରତି ସର୍ତ୍ତକୁ କଲା ପ୍ରତ୍ୟାଖ୍ୟାନ

ଓ୍ବାଶିଂଟନ୍‌,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ପାଇଁ ପାକିସ୍ତାନ, କାତାର ଏବଂ ତୁର୍କୀ ଦ୍ୱାରା ମଧ୍ୟସ୍ଥତା ପାଇଁ କରାଯାଇଥିବା ପ୍ରୟାସ ବିଫଳ ହୋଇଛି, କାରଣ ଇରାନ…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ କୂଅରେ ପଡିଗଲା କାର୍, ଗୋଟିଏ ପରିବାରର ୯ ମୃତ

ମୁମ୍ବାଇ,୪ା୪: ମହାରାଷ୍ଟ୍ରର ନାଶିକରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଏକ କାର ନିୟନ୍ତ୍ରଣ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ପାଣି ଭର୍ତ୍ତି କୂଅରେ…

ବିପଦପୂର୍ଣ୍ଣ ଅବସ୍ଥାରେ ଟ୍ରାନ୍ସଫର୍ମର: ଅଭିଯୋଗ ପରେ ବି ଶୁଣୁନାହାନ୍ତି ବିଭାଗୀୟ ଅଧିକାରୀ

ଗଞ୍ଜାମ,୪।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ସୂର୍ଯ୍ୟନାରାୟଣପୁର ଓଡ଼ିଆର୍ପି କଲୋନୀରେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି ଟ୍ରାନ୍ସଫର୍ମର। ଇଲେକ୍ଟ୍ରି ଟ୍ରାନ୍ସଫର୍ମର ସ୍ଥାନୀୟ ବାସିନ୍ଦା ସୁଦର୍ଶନ ପ୍ରଧାନଙ୍କ…

ସାଙ୍ଗମାନଙ୍କ ସହ ମିଶି ଗାଧୋଇବାକୁ ଯାଇଥିଲେ ନାବାଳକ, ଖସିଗଲା ଗୋଡ, ଖୋଜାଖୋଜି ପରେ ମିଳିଲା…

ଆନନ୍ଦପୁର/ହାଟଡିହି,୪l୪ (ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାଏକ ): ବୈତରଣୀ ନଦୀରେ ବୁଡ଼ିଯାଇ କେନ୍ଦୁଝର ଜିଲା ରାମଚନ୍ଦପୁରୁ ଥାନା ଅନ୍ତର୍ଗତ ଅଞ୍ଜିରା ଗ୍ରାମର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ…

ରେଳ ଷ୍ଟେଶନରୁ ୪୦ ଲକ୍ଷ ଜବତ: ଯୁବକଙ୍କୁ ଅଟକ ରଖିଲା ପୋଲିସ

କେସିଙ୍ଗା,୪।୪(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନରେ ଜଣେ ଯୁବକଙ୍କଠାରୁ ଟିଟିଲାଗଡ ରେଲୱେ ପୋଲିସ ୪୦ ଲକ୍ଷ ଟଙ୍କା ଜବତ ଜଣେ ଆସାମୀକୁ…

ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଟଙ୍କା ଆତ୍ମସାତ୍‌ ଅଭିଯୋଗ: ନ୍ୟାୟ ପାଇଁ ଥାନାର ଦ୍ୱାରସ୍ଥ ଶିକ୍ଷକ

ନୂଆପଡ଼ା,୪ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି କଲେଜରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜାଲ୍‌ ଶିକ୍ଷକ ନିଯୁକ୍ତି କରି ଦରମା ଟଙ୍କା ଆତ୍ମସାତ୍‌ କରିଥିବା ସିନାପାଲି…

ସନ୍ତାନ ପାଳନ ଓ ମାର୍ଗ ଦର୍ଶନ

ଈଶ୍ୱରଙ୍କ ସୃଷ୍ଟିରେ ମଣିଷ ସର୍ବଶ୍ରେଷ୍ଠ ଜୀବ ରୂପେ ପରିଗଣିତ ହୋଇଥାଏ। ଏହାର କାରଣ ହେଲା ଜୀବଜନ୍ତୁମାନେ ଭଲ, ମନ୍ଦ, ଭୁଲ୍‌, ଠିକ୍‌ ବିବେଚନା କରିବାରେ ଅସମର୍ଥ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri