ଗୋରୁ ବୋଝେଇ ୨ ପିକ୍‌ଅପ୍‌ ଭ୍ୟାନ ଜବତ, ୩ ଗିରଫ: ୧୬ ଗୋରଙ୍କୁ ଉଦ୍ଧାର କରାଗଲା

ବାହାନଗା,୧।୮(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ୍‌ ଗୋପାଳପୁର ଫାଣ୍ଡି ପୋଲିସ ବୁଧବାର ୨ଟି ଗୋରୁ ବୋଝେଇ ପିକ୍‌ଅପ୍‌ ଭ୍ୟାନକୁ ଜବତ କରି ସେଥିରେ ଚୋରା ଚାଲାଣ ହେଉଥିବା ୧୬ ଗୋରୁଙ୍କୁ ଉଦ୍ଧାର କରିଛି। ଗାଡିରେ ଥିବା ୨ ଡ୍ରାଇଭର ଓ ଜଣେ ହେଲପରଙ୍କୁ ଗିରଫ କରାଯାଇଛି। ତାଳପଦା ଅଞ୍ଚଳରୁ ଏହି ଗୋରୁଙ୍କୁ ପଶ୍ଚିମବଙ୍ଗକୁ ଚାଲାଣ କରାଯାଉଥିଲା। ଓଡି-୧୩ସି ୧୭୯୩ ନମ୍ବର ବିଶିଷ୍ଟ ଟାଟା ଏସି ପିକ୍‌ଅପ୍‌ ଭ୍ୟାନରେ ୬ ଏବଂ ଓଡି-୦୧ଏ-୭୦୮୬ ନମ୍ବର ମହିନ୍ଦ୍ରା ପିକ୍‌ଅପ୍‌୍‌ ଗାଡିରେ ୧୦ ଗୋରୁ ରହିଥିଲେ। ଗୋପାଳପୁର ଫାଣ୍ଡି ଅଧିକାରୀ ବଂଶୀଧର ପ୍ରଧାନ ଓ ଏଏସଆଇ ପି.ଆର. ଜେନା ସଦଳବଳ ଚଡାଉ କରି ଗାଡି ଦୁଇଟିକୁ ଅଟକାଇଥିଲେ ା ପରେ ଗାଡି ଯାଞ୍ଚ କରାଯିବାରୁ ସେଥିରେ ଗୋରୁ ବୋଝେଇ ହୋଇଥିବା ଜଣାପଡିଥିଲା। ଏଥିନେଇ ଖନ୍ତପଡା ଥାନାରେ ମାମଲା ରୁଜୁ କରାଯାଇଛି। ଗିରଫ ଗାଡି ଡ୍ରାଇଭର ସୁନହଟର ସେକ୍‌ ରାଜାକଙ୍କ ସମେତ ବାଲେଶ୍ୱର ଅଞ୍ଚଳର ଅନ୍ୟଜଣେ ଡ୍ରାଇଭର ସେକ୍‌ କନ୍‌ୱାର ମହମ୍ମଦ ଓ ହେଲପର ନୂଆପୁର ଗ୍ରାମର ଗଣପତି ମହାଳିକଙ୍କୁ ପୋଲିସ ଗିରଫ କରି ଏହି ଗୋ ଚାଲାଣ ପଛରେ ଆଉ କାହାର ହାତ ଅଛିି, ସେ ନେଇ ତନାଘନା ଆରମ୍ଭ କରିଛି ା ଉଲ୍ଲେଖନୀୟ ଯେ, ଗତ ମଙ୍ଗଳବାର ଖନ୍ତପଡା ଥାନା ଅଧୀନ ଶ୍ରୀଜଙ୍ଗ ଛକଠାରେ କେତେକ ବ୍ୟକ୍ତି ଗୋ ଚାଲାଣ ହେଉଥିବା ଦେଖି ଗାଡିକୁ ଅଟକାଇ ଡ୍ରାଇଭରଙ୍କୁ ମାଡ ମାରି ସବୁ ଗୋରୁଙ୍କୁ ଅଟାସପୁର ସମଦ୍ରଆଡିଆ ଅଞ୍ଚଳକୁ ନେଇଯାଇଥିଲେ। ଏ ବାବଦରେ ଖନ୍ତପଡା ଥାନା କିମ୍ବା ଗୋପାଳପୁର ଫାଣ୍ଡି ଅଞ୍ଚଳରେ କୌଣସି ଅଭିଯୋଗ ହୋଇ ନ ଥିଲା ା ଏହି ଘଟଣାକୁ ଦୃଷ୍ଟିରେ ରଖି ପୋଲିସ ସଲ୍ଟରୋଡ ରାସ୍ତା ଉପରେ କଡା ନଜର ରଖି କାର୍ଯ୍ୟ କରୁଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri