Posted inଖେଳ

ଗୋଲଶୂନ୍ୟ ରହିଲା କ୍ଲାସିକୋ

ବାର୍ସିଲୋନା,୧୯।୧୨- ଚଳିତ ଲା ଲିଗା ଲିଗ୍‌ର ସବୁଠୁ ଗୁରୁତ୍ୱପୂର୍ଣ୍ଣ କ୍ଲାସିକୋ ମ୍ୟାଚ୍‌ ଗୋଲଶୂନ୍ୟ ଭାବେ ଶେଷ ହୋଇଛି। ରିୟଲ ମାଡ୍ରିଡ୍‌ ଓ ପଏଣ୍ଟ ଟେବୁଲ ଟପ୍ପର ବାର୍ସିଲୋନା ଦଳ ପ୍ରଶଂସକଙ୍କ ଆଶା ପୂରଣ କରିପାରି ନ ଥିଲା। ଡ୍ର’ ସତ୍ତ୍ୱେ ବାର୍ସିଲୋନା ୧୭ ମ୍ୟାଚ୍‌ରୁ ୩୬ ପଏଣ୍ଟ ସହ ଶୀର୍ଷରେ ରହିଛି। ମାଡ୍ରିଡ୍‌ ନିକଟରେ ମଧ୍ୟ ରହିଛି ସମାନ ସଂଖ୍ୟକ ପଏଣ୍ଟ। ହେଲେ ଅଧିକ ସଂଖ୍ୟକ ଗୋଲ ଯୋଗୁ ଲିଓନେଲ ମେସିଙ୍କ ଦଳ ଶୀର୍ଷସ୍ଥାନ ଅଧିକାର କରିଛି। ଉଭୟ ଦଳ ବହୁ ସୁଯୋଗ ହାତଛଡ଼ା କରିଥିଲେ। ମାଡ୍ରିଡ୍‌ ପକ୍ଷରୁ ଦୁଇ ଥର ପେନାଲି୍ଟ ପାଇଁ ଆବେଦନ କରାଯାଇଥିଲା, ଯାହାକୁ ଖାରଜ କରାଯାଇଥିଲା। ଗାରେଥ ବାଲେ ଏକ ଭଲ ପୋଜିଶନରେ ଥିଲେ କିନ୍ତୁ ତାଙ୍କୁ ମିଳିଥିଲା ଅଫ ସାଇଡ୍‌। ମ୍ୟାଚ୍‌ବେଳେ କିଛି ପ୍ରଶଂସକ ଗ୍ରାଉଣ୍ଡରେ ପ୍ରବେଶ କରି ବିକ୍ଷୋଭ କରିଥିଲେ। ଏଥିଯୋଗୁ ମ୍ୟାଚ୍‌ ବାଧାପ୍ରାପ୍ତ ହୋଇଥିଲା। ଉଲ୍ଲେଖଥାଉ କି, କ୍ଲାସିକୋ ମ୍ୟାଚ୍‌ ପ୍ରଥମେ ଅକ୍ଟୋବର ୨୬ ତାରିଖରେ ଖେଳାଯିବାର ଥିଲା। ମାତ୍ର ଷ୍ଟାଡିୟମ ନିକଟରେ ପ୍ରବଳ ବିକ୍ଷୋଭ ଯୋଗୁ ମ୍ୟାଚ୍‌ ତାରିଖ ସ୍ଥାନାନ୍ତର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ସଞ୍ଜୁ ସାମସନଙ୍କୁ ଭୁରି ଭୁରି ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୩।୪: ଟିମ ଇଣ୍ଡିଆ ନିକଟରେ ICC ଟି୨୦ ବିଶ୍ୱକପ ୨୦୨୬ ଜିତି ଇତିହାସ ରଚିଛି। ଷ୍ଟାର ଭାରତୀୟ ଉଇକେଟ୍‌କିପର-ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଏହି ଟାଇଟଲ ବିଜୟର ହିରୋ…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri