ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପଡ଼ିରହିଛି ଅଳିଆ ଆବର୍ଜନା : ଘଟଣା ସ୍ଥଳରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୪।୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଅଳିଆ ଆବର୍ଜନା ପଡ଼ିରହି ଗନ୍ଧ ହେଉଛି । ଏହାର ସଫେଇ କରାଯାଉ ନ ଥିବା ବେଳେ ସ୍ବାସ୍ଥ୍ୟକେନ୍ଦ୍ର ଅନ୍ତଃ ବିଭାଗ ସମେତ ବାହ୍ୟ ବିଭାଗକୁ ସଫେଇ କରାଯାଉନାହିଁ। ଅସ୍ବାସ୍ଥ୍ୟକର ପରିବେଶ ଲାଗି ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇଥିବା ରୋଗୀଙ୍କ ଅବସ୍ଥା ଅଧିକ ଶୋଚନୀୟ ହୋଇପଡୁଥିବା ବୋଲି ଶ୍ରାନିକେତା ଅଞ୍ଚଳର ଧୀରେନ ପ୍ରଧାନଙ୍କ ସମେତ ନହ ପ୍ରଧାନ ପ୍ରମୁଖ ଅଭିଯୋଗ କରିଛନ୍ତି । ଏହାକୁ ନେଇ ଶୁକ୍ରବାର ଅପରାହ୍ନରେ ସ୍ବାସ୍ଥ୍ୟକେନ୍ଦ୍ରର ଅନ୍ତଃ ବିଭାଗ ପରିସର ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା । ତୁରନ୍ତ ଜିଲା ପ୍ରଶାସନ ସ୍ବାସ୍ଥ୍ୟ କେନ୍ଦ୍ରର ଅବ୍ୟବସ୍ଥାକୁ ନେଇ ପଦକ୍ଷେପ ନେଉ ନ ହେଲେ ଅଞ୍ଚଳବାସୀ ଆନ୍ଦୋଳନ କରିବେ ବୋଲି ଅଞ୍ଚଳର କମିଶନର ପ୍ରଧାନ, ଗୋବିନ୍ଦ ପ୍ରଧାନ, ସାଗର ପ୍ରଧାନ ପ୍ରମୁଖ କହିଥିଲେ। ଦୀର୍ଘ ସମୟ ଧରି ଘଟଣାସ୍ଥଳରେ ଉତ୍ତେଜନା ଲାଗି ରହିଥିଲେ ମଧ୍ୟ କୌଣସି ଅଧିକାରୀଙ୍କ ଦେଖା ମିଳି ନ ଥିଲା। ଏ ନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲ। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଇନଚାର୍ଜ ଡାକ୍ତର ଜୟପାଲ ସେନାପପତିଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ ଲୋକଙ୍କ ଉତ୍ତେଜନା ଏବଂ ଅଭିଯୋଗ ସମ୍ପର୍କରେ ତାଙ୍କ ନିକଟରେ ଖବର ରହିଛି। ତେବେ ଗତ ୨୦ ତାରିଖରୁ ଭୁବନେଶ୍ୱରର ଏକ ଘରୋଇ କମ୍ପାନୀ ସ୍ବାସ୍ଥ୍ୟକେନ୍ଦ୍ରର କିପିଂ ଏବଂ କ୍ଲିନଂ ଦାୟିତ୍ୱ ନେଇଛି, କାର୍ଯ୍ୟରତ ସୁପରଭାଇଜରଙ୍କୁ ଶୀଘ୍ର ସଫେଇ କରିବାକୁ କୁହାଯାଇଛି। ତେବେ ପୂର୍ବ ଅପେକ୍ଷା ଏବେ ସ୍ବାସ୍ଥ୍ୟକେନ୍ଦ୍ର ସଫାସୁତୁରା କରାଯାଉଥିବା ସେ କହିଛନ୍ତି। ଧୀରେ ଧୀରେ ସମ୍ପୂର୍ଣ୍ଣ ସ୍ବାସ୍ଥ୍ୟକେନ୍ଦ୍ର ସଫା ରଖାଯିବ । ଏଥିପାଇଁ ଟେଣ୍ଡର ନେଇଥିବା ସଂସ୍ଥାକୁ ନିର୍ଦ୍ଦେଶ ଦିଆଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

ଆନ୍ଦୋଳନରେ ଡାକ୍ତର, ହଇରାଣ ହେଉଛନ୍ତି ଗରିବ ରୋଗୀ

ପଦ୍ମପୁର,୨ା୭(ପ୍ରଦୀପ୍ତ ଦାଶ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

‘ଅଦୃଶ୍ୟ ସହ ବିପଜ୍ଜନକ’: ଆଇନଗତ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା(AI)ର ବ୍ୟବହାର ବିରୁଦ୍ଧରେ ଚେତାବନୀ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୭: ନ୍ୟାୟିକ ପ୍ରକ୍ରିୟାରେ କୃତ୍ରିମ ବୁଦ୍ଧିମତ୍ତା (AI) ବ୍ୟବହାର ସମ୍ପର୍କରେ ସୁପ୍ରିମକୋର୍ଟ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି। ନ୍ୟାୟାଳୟ ଜାତୀୟ କମ୍ପାନୀ ଆଇନ ଟ୍ରିବ୍ୟୁନାଲ (NCLT) ଏବଂ…

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri