Posted inପୁରୀ

ଗୋଷ୍ଠୀସଂଘର୍ଷକୁ ନେଇ ବୋମା ମାଡ଼

ବ୍ରହ୍ମଗିରି,୪ା୬(ଡି.ଏନ.ଏ): ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କିସ୍ତି ଟଙ୍କାକୁ କେନ୍ଦ୍ର କରି ପୁରୀ ସଦର ଥାନା ଅନ୍ତର୍ଗତ ନିଶିଭଅଁର ଗ୍ରାମରେ ଗୁରୁବାର ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇ ଗୁରୁବାର ବୋମା ମାଡ଼ ହୋଇଛି। ଏ ନେଇ ଗ୍ରାମରେ ସଦର ପୋଲିସ ମୁତୟନ ରହିଛି। ସୂଚନା ଅନୁଯାୟୀ, ଉକ୍ତ ଗାଁର ଜଣେ ବ୍ୟକ୍ତି ଉକ୍ତ ସଂସ୍ଥାଠାରୁ ଟଙ୍କା ଋଣ ଆଣି ଅନ୍ୟ ଏକ ପରିବାରକୁ ଦେଇଥିଲେ। ଟଙ୍କା ନେଇଥିବା ପରିବାର କିସ୍ତି ଶୁଝି ଚାଲିଥିଲେ। ପରେ ଅର୍ଥଲଗାଣ ସଂସ୍ଥା ଏକ ପ୍ୟାକେଜ ଉପହାରସ୍ବରୂପ ଦେଇଥିଲେ। କିନ୍ତୁ ଏହି ଉପହାରକୁ ମୂଳ ଋଣ ଆଣିଥିବା ପରିବାର ଲୋକେ ନେଇଥିଲେ। ଫଳରେ ଉପହାରକୁ ନେଇ ଦୁଇ ପରିବାର ମଧ୍ୟରେ ଗୁରୁବାର ବିବାଦ ଦେଖାଦେଇ ଗୋଷ୍ଠୀସଂଘର୍ଷ ହୋଇଥିଲା। ଏଥିରେ ଉଭୟ ପରିବାରର ସଦସ୍ୟମାନେ ଉତ୍ତକ୍ତ ହୋଇ ପରସ୍ପର ଉପରକୁ ବୋମାମାଡ଼ କରିଥିଲେ। ଏହି ବୋମା ମାଡରେ ଏକ ଆଜବେଷ୍ଟସ ଘର ଭାଙ୍ଗିଯାଇଛି। ଖବରପାଇ ଘଟଣାସ୍ଥଳରେ ସଦର ପୋଲିସ ପହଞ୍ଚତ୍ବାରେ ପରିସ୍ଥିତ ନିୟନ୍ତ୍ରଣାଧୀନ ରହିଛି। ରିପୋର୍ଟ ଲେଖାଯିବା ବେଳକୁ ଥାନାରେ ଅଭିଯୋଗ ହୋଇ ନ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri