ଗୋସେଇଁବନ୍ଧ ରେଳ ଲାଇନ୍‌ ଧସିବା ଘଟଣା:କ୍ଷତିଗ୍ରସ୍ତଙ୍କୁ ସ୍ବତନ୍ତ୍ର କ୍ଷତିପୂରଣ ଦାବି

କେନ୍ଦ୍ରାପଡା ଅଫିସ, ୨୪।୨: କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ କେନାଲ୍‌ ବ୍ରିଜର ଗୋସେଇଁବନ୍ଧ ଗ୍ରାମ ନିକଟରେ ନିର୍ମାଣାଧୀନ ହରିଦାସପୁର-ପାରାଦୀପ ରେଳପଥ ଧସିବା ପ୍ରଭାବରେ କ୍ଷତିଗ୍ରସ୍ତ ୫ ପରିବାରଙ୍କୁ ରାଜ୍ୟସରକାର ସ୍ବତନ୍ତ୍ର କ୍ଷତିପୂରଣ ପ୍ରଦାନ କରିବାକୁ ବରିଷ୍ଠ ଭାଜପା ନେତା ବିଜୟ ମହାପାତ୍ର ଶନିବାର ଦାବି ଉପସ୍ଥାପନ କରିଛନ୍ତି। ଏ ସମ୍ପର୍କରେ ମହାପାତ୍ର କହିଛନ୍ତି ଯେ, ରେଳ ଲାଇନ୍‌ ଧସିବା ଘଟଣା ନେଇ ତଦନ୍ତ ହେବା ଆବଶ୍ୟକ। ଏଠାରେ ପ୍ରାୟ ୫ ମିଟର ମାଟି ତଳକୁ ଧସିଯାଇଥିବା ବେଳେ ପ୍ରାୟ ୨୦୦ ମିଟର ପର୍ଯ୍ୟନ୍ତ ରାସ୍ତା ଫାଟିଛି। ଏଥିସହିତ ୫୦ମିଟର ମଧ୍ୟରେ ଥିବା ଦୁମୁକା ପଞ୍ଚାୟତ ଗୋସେଇଁବନ୍ଧ ଗ୍ରାମର ରବୀନ୍ଦ୍ରନାଥ ଦାସ, ଅରୁଣ କୁମାର ଦାସ, ଅଶୋକ କୁମାର ନାୟକ, ବିଜୟ କୁମାର ସ୍ବାଇଁ ଓ ଜିତେନ୍ଦ୍ର ନାୟକଙ୍କ ଘରକୁ କ୍ଷତି ପହଞ୍ଚତ୍ଛି। ଏହି ଘଟଣାରେ ରବୀନ୍ଦ୍ରନାଥ ଓ ଅରୁଣଙ୍କ ଘର ଭାଙ୍ଗି ଯାଇଥିବାରୁ ସେମାନେ ନିକଟସ୍ଥ ସ୍କୁଲ ଘରେ ରହୁଛନ୍ତି। ଘରଗୁଡିକ କେଉଁ ସମୟରେ ଭାଙ୍ଗିଯିବା ଭୟରେ ଆତଙ୍କିତ ଅଛନ୍ତି। ଘଟଣାକୁ ଇତିମଧ୍ୟରେ ୧୦ଦିନ ବିତି ଯାଇଥିଲେ ବି ଜିଲା ପ୍ରଶାସନିକ ଅଧିକାରୀ ଓ ଆରଭିଏନ୍‌ଏଲ୍‌ ଅଧିକାରୀ ଘଟଣାସ୍ଥଳକୁ ଅନୁଧ୍ୟାନ ପାଇଁ ନ ଆସିବା ଦୁର୍ଭାଗ୍ୟଜନକ। ଗୋସେଇଁବନ୍ଧ ଦୁର୍ଘଟଣାସ୍ଥଳକୁ ବରିଷ୍ଠ ନେତା ମହାପାତ୍ରଙ୍କ ପରିଦର୍ଶନ ସମୟରେ ଜିଲା ପରିଷଦ ସଭ୍ୟ ଗଣେଶ ଚନ୍ଦ୍ର ସାମଲ, ପୂର୍ବତନ ଜିଲା ଭାଜପା ସଭାପତି ସୁକାନ୍ତ ଦ୍ୱିବେଦୀ, ସରପଞ୍ଚ ପ୍ରତାପ ରାଉତ, ବରିଷ୍ଠ ନେତା ଶାରଦା ପ୍ରସାଦ ବେଉରା ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri