ଗ୍ରାମବାସୀଙ୍କୁ ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସଂକ୍ରମଣରୁ ବର୍ତ୍ତିକା ପାଇଁ ସଚେତନତା ହିଁ ଏକମାତ୍ର ମାଧ୍ୟମ । ସମସ୍ତେ ସଚେତନ ସହ ପ୍ରତି ମୁହୂର୍ତ୍ତରେ ସତର୍କ ରହିଲେ ସଂକ୍ରମଣରୁ ରକ୍ଷା ପାଇପାରିବେ । ଗ୍ରାମାଞ୍ଚଳର ସମସ୍ତ ବାସିନ୍ଦାଙ୍କୁ ଏ ନେଇ ଅବଗତ କରାଇ ସଚେତନତା ବାର୍ତ୍ତା ଦେବା ସମ୍ପର୍କିତ ଏକ ବୈଠକ ରବିବାର ଅନୁଗୋଳ ଜିଲା କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି । ସରପଞ୍ଚ ଜଳଧର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ସ୍ୱାସ୍ଥ୍ୟକର୍ମୀ ସସ୍ମିତା ସାହୁ, ନାରାୟଣ ଦେହୁରୀ, ବଇଣ୍ଡା ସ୍ୱାସ୍ଥ୍ୟକେନ୍ଦ୍ରର ଫାର୍ମାସିଷ୍ଟ ବାମଦେବ ପ୍ରଧାନ, ଅଙ୍ଗନୱାଡି କର୍ମୀ ଗୀତା ପ୍ରଧାନ, ସବିତା ସେନାପତି, ମନ୍ଦାକିନି ବିଳାସ, ସସ୍ମିତା ଦେହୁରୀ, ଆଶା କର୍ମୀ ମମତା ପାତ୍ର, ସୁମିତ୍ରା ବେହେରା, ୱାର୍ଡମେମ୍ବର ଶଙ୍କର ଦାସ, ସୁଶୀଳ ଦାସ ପ୍ରମୁଖ ଯୋଗଦେଇଥିଲେ । ବିଶେଷ କରି ପରିଷ୍କାର ପରିଚ୍ଛନ ରହିବା ସହ ସର୍ବଦା ସାମାଜିକ ଦୂରତ୍ୱ ବଜାୟ ରଖିବା ଉପରେ ଲୋକଙ୍କୁ ସଚେତନ କରିବାକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri