ଗ୍ରାମାଞ୍ଚଳରେ କରୋନା ରୋଗୀଙ୍କ ପ୍ରତି ଘୃଣା ବଢୁଛି

ଭୁବନେଶ୍ୱର,୨୯। ୫ (ବ୍ୟୁରୋ): ବର୍ତ୍ତମାନ ଗ୍ରାମାଞ୍ଚଳ ତଥା ଗ୍ରାମପଞ୍ଚାୟତ ସ୍ତରରେ କରୋନା ରୋଗୀଙ୍କ ପ୍ରତି ଘୃଣା ଭାବ ବୃଦ୍ଧି ପାଉଛି। ଭବିଷ୍ୟତରେ ସ୍ବାଭାବିକ ଅବସ୍ଥା ବଜାୟ ରଖିବାକୁ ହେଲେ ଏଥିପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ସରକାରୀ ସ୍ତରରେ ଗ୍ରାମ୍ୟ କମିଟି ସହ ନିରନ୍ତର ବୈଠକ ଓ ଆଲୋଚନା କରାଯାଇ ଜନସାଧାରଣଙ୍କ ମଧ୍ୟରେ କୋଭିଡ୍‌-୧୯ ପ୍ରତି ଜନସଚେତନତା ସୃଷ୍ଟି କରିବା ଆବଶ୍ୟକ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି।
ଗୁରୁବାର ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କୋଭିଡ୍‌-୧୯ ସମ୍ପର୍କିତ ଉଚ୍ଚ କ୍ଷମତା ସମ୍ପନ୍ନ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଯୋଗଦେଇ ସ୍ବାସ୍ଥ୍ୟମନ୍ତ୍ରୀ ଦାସ କହିଲେ, ଫେରନ୍ତା ପ୍ରବାସୀଙ୍କ ମଧ୍ୟରେ ବର୍ତ୍ତମାନ ଶିଶୁ ଓ ଗର୍ଭବତୀ ମହିଳାଙ୍କ ସଂଖ୍ୟା ବୃଦ୍ଧି ପାଉଛି। ସେମାନଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରରେ ରଖାଯାଉଥିବାବେଳେ କିପରି ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା ହେବ ସେଥିପ୍ରତି ଧ୍ୟାନ ଦେବା ଆବଶ୍ୟକ। ସେହିପରି ଜିଲା ସ୍ତରରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିବା କିଶୋରୀ କିଶୋରଙ୍କୁ ନିର୍ଯାତନା ଓ ଶୋଷଣରୁ ରକ୍ଷା କରିବା ପାଇଁ ଜିଲା ଶିଶୁ ଅଧିକାରୀଙ୍କ ମାଧ୍ୟମରେ ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକରେ ଆନୁଷଙ୍ଗିକ ବ୍ୟବସ୍ଥା ସହ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଯେଉଁ ହସ୍ପିଟାଲ କୋଭିଡ୍‌ ପରୀକ୍ଷଣ ପାଇଁ ଅନୁମତି ପାଇଛନ୍ତି, ସେମାନଙ୍କ କାର୍ଯ୍ୟ ବ୍ୟବସ୍ଥା ଯାଞ୍ଚ ଓ ସମୀକ୍ଷା କରିବା, ଆର୍‌ଟିପିସିଆର ମେଶିନ ଓ କୋଭିଡ୍‌ ପରୀକ୍ଷଣ ପାଇଁ ଆବଶ୍ୟକ କିଟ୍‌ଗୁଡ଼ିକୁ ନିୟମିତ ଯାଞ୍ଚ କରିବା ଏବଂ ରାଜ୍ୟରେ କୋଭିଡ୍‌-୧୯ ପ୍ରସଙ୍ଗକୁ ସବୁ ଦିଗରୁ ତର୍ଜମା କରି ଆବଶ୍ୟକ ସାମଗ୍ରୀ ସଂରକ୍ଷିତ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ଏହି ଭିଡିଓ କନ୍‌ଫରେନ୍ସରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ମହିଳା ଓ ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ରଙ୍କ ସମେତ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ରାଜ୍ୟରେ କରୋନା ସ୍ଥିତିକୁ ନେଇ ଆଲୋଚନା କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୟାକରି ଘରକୁ ଫେରିଯାଅ…ଆନ୍ଦୋଳନରତ ଛାତ୍ରଛାତ୍ରୀମାନଙ୍କୁ ସଲମାନ କଲେ ଏଭଳି ଅପିଲ୍‌

ନୂଆଦିଲ୍ଲୀ: ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଏବଂ ପେପର୍ ଲିକ୍ ପ୍ରସଙ୍ଗକୁ ନେଇ ବଲିଉଡ୍ ଅଭିନେତା ସଲମାନ ଖନ୍ ପୁଣିଥରେ ଏକ ଗୁରୁତ୍ୱପୂର୍ଣ୍ଣ ସୋସିଆଲ ମିଡିଆ…

ପୋଲିସ ଗାଡ଼ି ଅଟକାଇ ଚର୍ଚ୍ଚାରେ ଯୁବତୀ, ଭିଡିଓ ଭାଇରାଲ

ମୁମ୍ବାଇ, ୨୩।୭ : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ମୁମ୍ବାଇର ଦାଦର ନିକଟସ୍ଥ ଶିବାଜୀ ପାର୍କ ନିକଟରୁ ଏକ…

ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର, ଆଉ ଫେରିବ ନାହିଁ ଇଥାନଲ୍‌ମୁକ୍ତ ପେଟ୍ରୋଲ

ନୂଆଦିଲ୍ଲୀ,୨୩ା୭: ଆଉ କୌଣସି ପରିସ୍ଥିତିରେ ବିନା ଇଥାନଲ୍‌ ପେଟ୍ରୋଲ ଫେରିବ ନାହିଁ । ପେଟ୍ରୋଲରେ ୨୦ ପ୍ରତିଶତ ଏଥାନଲ୍ ମିଶ୍ରଣ (E20) ଏକ ସୁରକ୍ଷିତ, ସ୍ୱଚ୍ଛ ଏବଂ…

ଦିଲ୍ଲୀ ପୋଲିସ କମିଶନରଙ୍କୁ ମିଳିଲା ବଡ଼ କ୍ଷମତା

ନୂଆଦିଲ୍ଲୀ,୨୩ା୭: ଦିଲ୍ଲୀରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି)ର ବିକ୍ଷୋଭ ହିଂସାତ୍ମକ ରୂପ ନେଉଥିବାରୁ କେନ୍ଦ୍ର ସରକାର ଦିଲ୍ଲୀ ପୋଲିସ କମିଶନରଙ୍କୁ ଜାତୀୟ ସୁରକ୍ଷା ଆଇନ (ଏନ୍‌ଏସ୍‌ଏ) ବଳରେ…

ରଥ ମେଲଣରେ ଯୋଗଦେଲେ ଉପ ମୁଖ୍ୟମନ୍ତ୍ରୀ

ଅତାବିରା,୨୩।୭(ଯୁଧିଷ୍ଠିର ମହାପାତ୍ର) ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବରଗଡ଼ ଜିଲା ଅତାବିରା ଗସ୍ତରେ ଆସି ଗୁରୁବାର ସନ୍ଧ୍ୟାରେ କାଠଡେରା ଶ୍ରୀଗୁଣ୍ଡିଚା…

ରାସ୍ତା କାଦୁଅ ପଚ ପଚ, ଦୁର୍ଦ୍ଦଶାରେ ଲୋକେ

କୋକସରା,୨୩ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ବ୍ଲକ ଡଙ୍ଗରୀଗୁଡା ଛକଠାରୁ କାଦୋପଦର ଭାୟା କାଶିବାହାଲ ପର୍ଯ୍ୟନ୍ତ ରାସ୍ତା ଅତ୍ୟନ୍ତ ଶୋଚନୀୟ ହୋଇପଡିଛି।…

ଦିଲ୍ଲୀ ତାତି ବରଗଡ଼ରେ: ଗାନ୍ଧୀଛକରେ କଂଗ୍ରେସର ବିକ୍ଷୋଭ ସହ ମୋଦୀ-ଶାହ-ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ

ବରଗଡ଼, ୨୩ା୭(ପ୍ରେମାନନ୍ଦ ଖମାରୀ): ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଛାତ୍ର ଆନ୍ଦୋଳନ ଉପରେ ପୋଲିସର ଦମନଲୀଳା ଏବଂ ଶୀର୍ଷ ନେତୃବୃନ୍ଦଙ୍କ ଗିରଫଦାରୀ ପ୍ରତିବାଦରେ ଗୁରୁବାର ସନ୍ଧ୍ୟାରେ ବରଗଡ଼ ଜିଲା…

ଜନ୍ତର ମନ୍ତର ଅନ୍ଦୋଳନକୁ ନେଇ ଗୃହ ମନ୍ତ୍ରଣାଳୟର ବଡ଼ ନିର୍ଦ୍ଦେଶ: ଏସବୁ ଅଞ୍ଚଳରେ ବନ୍ଦ ହେବ ମୋବାଇଲ ଇଣ୍ଟରନେଟ ସେବା

ନୂଆଦିଲ୍ଲୀ,୨୩।୭: ଗୃହ ମନ୍ତ୍ରଣାଳୟ ଜନ୍ତର ମନ୍ତର ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଛି। ଚାଲିଥିବା ପ୍ରତିବାଦକୁ ଦୃଷ୍ଟିରେ ରଖି, ସରକାର ନିର୍ଦ୍ଦେଶ ଦେଇଛନ୍ତି ଯେ ଜନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri