ଗ୍ରାମାଞ୍ଚଳରେ ନିର୍ମାଣ କାର୍ଯ୍ୟକୁ ଅନୁମତି

ନୂଆଦିଲ୍ଲୀ,୧୮ା୪(ପି.ଟି.): କରୋନା ସଂକ୍ରମଣକୁ ପ୍ରତିହତ କରିବା ଲାଗି ପ୍ରଧାନମନ୍ତ୍ରୀ ଦ୍ୱିତୀୟ ପର୍ଯ୍ୟାୟରେ ମେ’ ୩ ପର୍ଯ୍ୟନ୍ତ ଲକ୍‌ଡାଉନ ବଢ଼ାଇଥିବାବେଳେ ୨୦ ତାରିଖରୁ ଗ୍ରାମାଞ୍ଚଳରେ ବିଭିନ୍ନ ଅର୍ଥନୈତିକ କାର୍ଯ୍ୟ କରିବା ପାଇଁ ଅନୁମତି ଦିଆଯିବ ବୋଲି କହିଥିଲେ। ତଦନୁଯାୟୀ ୨୦ ପରେ ଲକ୍‌ଡାଉନରୁ ବାଦ୍‌ ପଡ଼ିବାକୁ ଥିବା କେତେକ କାର୍ଯ୍ୟର ତାଲିକା ଗତ ୧୫ରେ କେନ୍ଦ୍ର ସରକାର ପ୍ରକାଶ କରିଥିଲେ। ପୁନର୍ବାର ଶୁକ୍ରବାର ଆଉ କେତେକ କାର୍ଯ୍ୟକୁ ସରକାର ଲକ୍‌ଡାଉନ କଟକଣାରୁ ବାଦ୍‌ ଦେଇଛନ୍ତି। ଏହି ସମୟରେ ଗ୍ରାମାଞ୍ଚଳରେ ଜଳଯୋଗାଣ, ପରିମଳ ସମେତ ଅନ୍ୟ ନିର୍ମାଣ କାର୍ଯ୍ୟ କରାଯାଇପାରିବ। ବିଦ୍ୟୁତ ଲାଇନ ଟଣାଯାଇପାରିବ ଓ ଟେଲିକମ୍‌ ଅପ୍ଟିକାଲ ଫାଇବର ତଥା କେବୁଲ ବିଛାଯାଇପାରିବ। ଏଥିସହିତ ଅଣବ୍ୟାଙ୍କିଙ୍ଗ ଫାଇନାନ୍ସ ସଂସ୍ଥା ଏବଂ କୋଅପରେଟିଭ୍‌ କ୍ରେଡିଟ୍‌ ସୋସାଇଟି ଏହି ସମୟରେ ଖୋଲା ରଖିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବମାନଙ୍କୁ ପତ୍ର ଲେଖି ସ୍ବରାଷ୍ଟ୍ର ସଚିବ ଅଜୟ ଭାଲା କହିଛନ୍ତି, ଲକ୍‌ଡାଉନ ବେଳେ ଅନୁସୂଚିତ ଜନଜାତି ଓ ଅନ୍ୟ ବନବାସୀମାନଙ୍କୁ ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ, ଅମଳ ଓ ପ୍ରକ୍ରିୟାକରଣ ପାଇଁ ସୁଯୋଗ ମିଳିବ। ହାଉସିଂ ଫାଇନାନ୍ସ କମ୍ପାନୀ, ମାଇକ୍ରୋ ଫାଇନାନ୍ସ ସଂସ୍ଥାଗୁଡ଼ିକ ସର୍ବନିମ୍ନ କର୍ମଚାରୀରେ ଚାଲୁ କରିବାକୁ କୁହାଯାଇଛି। ଲକ୍‌ଡାଉନ ବେଳେ ବାଉଁଶ, ନଡିଆ, ଗୁଆ ଓ ମସଲା ଚାରାରୋପଣ ସହ ସେଗୁଡିକର ଅମଳ, ପ୍ରକ୍ରିୟାକରଣ, ପ୍ୟାକେଜିଂ, ବିକ୍ରି ଓ ବିପଣନକୁ ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭରଣପୋଷଣ ଦୟା ନୁହେଁ, ସ୍ତ୍ରୀଙ୍କ ଅଧିକାର: ହାଇକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୭।୨: ସ୍ତ୍ରୀଙ୍କୁ ଭରଣପୋଷଣ ଦେବା କୌଣସି ଦୟା କିମ୍ବା ଦାନ ନୁହେଁ, ବରଂ ଏହା ସେମାନଙ୍କର ଏକ ଆଇନଗତ ଅଧିକାର। ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri