Posted inଜାତୀୟ

ଗ୍ରାମ୍ୟ ନ୍ୟାୟାଳୟ ବିଳମ୍ବକୁ ନେଇ ରାଜ୍ୟକୁ ସୁପ୍ରିମକୋର୍ଟ ଝଟକା

ନୂଆଦିଲ୍ଲୀ,୧୨ା୨: ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନକୁ ନେଇ ଏକ ପିଟିଶନ ଉପରେ ସତ୍ୟପାଠ ଦାଖଲରେ ବିଳମ୍ବ କରିଥିବା ଓଡ଼ିଶା ସରକାରଙ୍କ ଉପରେ ସୁପ୍ରିମକୋର୍ଟ ୧ ଲକ୍ଷ ଟଙ୍କା ଜରିମାନା ଧାର୍ଯ୍ୟ କରିଥିଲେ। ଅର୍ଥଦଣ୍ଡରୁ ବାଦ୍‌ ଦେବା ପାଇଁ ରାଜ୍ୟ ସରକାର କରିଥିବା ଆବେଦନକୁ ସର୍ବୋଚ୍ଚ ଅଦାଲତ ମଙ୍ଗଳବାର ଅଗ୍ରାହ୍ୟ କରିଦେଇଛନ୍ତି। ଫଳରେ ରାଜ୍ୟ ସରକାରଙ୍କୁ ଶକ୍ତ ଝଟକା ଲାଗିଛି। ବିଚାରପତି ଏନ୍‌.ଭି. ରମାନା, କ୍ରିଷ୍ଣା ମୁରାରି ଏବଂ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ଖଣ୍ଡପୀଠ ଓଡିଶା ଓ ଛତିଶଗଡ଼ର ଜରିମାନା ଛାଡ଼ ଆବେଦନକୁ ଖାରଜ କରିଦେବା ସହ ଯେଉଁ ରାଜ୍ୟମାନେ ଏକ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିନାହାନ୍ତି ସେମାନଙ୍କ ଜରିମାନା ପରିମାଣକୁ ଦ୍ୱିଗୁଣିତ କରିଛନ୍ତି। ସବୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନ ପାଇଁ ନିର୍ଦ୍ଦେଶ ଦେବାକୁ ନ୍ୟାଶନାଲ ଫେଡେରେଶନ ଅଫ ସୋସାଇଟିଜ୍‌ ଫର ଲାଷ୍ଟ ଜଷ୍ଟିସ୍‌ ପକ୍ଷରୁ ପିଟିଶନ ଦାଏର ହୋଇଥିଲା। ଗ୍ରାମାଞ୍ଚଳ ଲୋକଙ୍କୁ ଶୀଘ୍ର ଓ ସୁବିଧାରେ ନ୍ୟାୟ ଯୋଗାଇଦେବା ପାଇଁ ଗ୍ରାମ୍ୟ ନ୍ୟାୟାଳୟ ସ୍ଥାପନ ନିମନ୍ତେ ୨୦୦୮ରେ ପାର୍ଲାମେଣ୍ଟରେ ବିଲ୍‌ ଗୃହୀତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri