ଗ୍ରାହକ ସେବା କେନ୍ଦ୍ରରେ ଟଙ୍କା ଆତ୍ମସାତ୍‌ ଘଟଣା:ସିଏସ୍‌ପି ମୁଖ୍ୟ ଗିରଫ

ନୂଆପଡା ଅଫିସ,୧୭ା୮
ଏସ୍‌ବିଆଇର ଗ୍ରାହକ ସେବା କେନ୍ଦ୍ରରେ ଚଞ୍ଚକତା କରି କୋଟି କୋଟି ଟଙ୍କା ଆତ୍ମସାତ କରାଯାଉଛି ା ଗ୍ରାହକଙ୍କ ଏପରି ଅଭିଯୋଗ ପରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ନୂଆପଡା ପୋଲିସ । ଅଭିଯୁକ୍ତ ଜଣକ ହେଲେ ସ୍ଥାନୀୟ ଲଖନା ଗାଁର ଦାଶରଥୀ ସୁନାନୀ (୩୦) । ତାଙ୍କ ବିରୋଧରେ ଦଫା ୪୦୯, ୪୨୦, ଆଇଟି ଆକ୍ଟରେ ମାମଲା (ନଂ. ୩୭/୧୯)ରୁଜୁ କରି କୋର୍ଟ ଚାଲାଣ କରାଯାଇଛି ବୋଲି ଶୁକ୍ରବାର ପୂର୍ବାହ୍ନରେ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ସ୍ମିତ ପରମାର କହିଛନ୍ତି ।
ଏସ୍‌ପି ପରମାରଙ୍କ ସୂଚନା ଅନୁଯାୟୀ, ଗତ ମାସ ୧୫ ତାରିଖରେ କାଶିପଲା ଗାଁର ଲାଲୁ ଶବରଙ୍କ ସମେତ କୁରୁମପୁରୀ ସିଏସପି (କଷ୍ଟୋମର ସର୍ଭିସ ସେଣ୍ଟର)ରେ ଅର୍ଥଜମା କରୁଥିବା ୧୫ଜଣ ପରିଚାଳକ ଦାଶରଥୀ ସୁନାନୀଙ୍କ ବିରୋଧରେ ଲଖନା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଏହାକୁ ଭିତ୍ତିକରି ପୋଲିସ ମାମଲା ରୁଜୁ କରିଥିଲା । ସେଦିନଠାରୁ ଦାଶରଥୀ ଫେରାର ହୋଇଯାଇଥିଲେ । ପୋଲିସ ତଦନ୍ତ କରି ପୁରୀରୁ ତାଙ୍କୁ କାବୁ କରି ଆଣିଥିଲା । ଏହି ବାବଦକୁ ଦାଶରଥୀଙ୍କଠାରୁ ୧୦ ଲକ୍ଷ ୪ ହଜାର ୩୦୦ ଟଙ୍କା ଜବତ କରାଯାଇଛି । ତାଙ୍କ ପାଖରୁ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର, କମ୍ପ୍ୟୁଟର ମଧ୍ୟ ଜବତ କରାଯାଇଛି। ଏହି ମାମଲାରେ ଶତାଧିକ ହିତାଧିକାରୀ ଏତଲା ଦେବା ସହ ବ୍ୟାଙ୍କକୁ ଘେରାଉ କରିଥିଲେ । ବାକି ଟଙ୍କା କୁଆଡେ ଗଲା ବୋଲି ଗ୍ରାହକମାନେ ପ୍ରଶ୍ନ କରିଛନ୍ତି ା ଏଥିରେ ସିଏସ୍‌ପି କିମ୍ବା ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ସମ୍ପୃକ୍ତି ରହିଛି କି ବୋଲି ଖବରଦାତାମାନେ ପଚାରିବାରୁ ଆଗକୁ ତଦନ୍ତ ଚାଲିଛି। ଏଥିରେ ଯେଉଁମାନଙ୍କ ବି ସମ୍ପୃକ୍ତି ଆସିବ ସେମାନଙ୍କୁ ଗିରଫ କରାଯିବ ବୋଲି ଏସ୍‌ପି କହିଛନ୍ତି । ପୋଲିସ ତରଫରୁ ଏକ ଟିମ ଗଠନ କରି ଜିଲାବ୍ୟାପୀ ତଦନ୍ତ କରାଯିବ ବୋଲି କହିଛନ୍ତି । ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ପ୍ରଶାନ୍ତ କୁମାର ପଟ୍ଟନାୟକ, ନୂଆପଡା ଥାନା ଅଧିକାରୀ ଆଦିତ୍ୟ କୁମାର ମହାକୁଡ, ଦେବାଶିଷ ରାଉତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri