ଗ୍ରାହକଙ୍କ ଜମାଖାତାରୁ ୬୬,୮୧୩ ଟଙ୍କା ଗାଏବ

ବନ୍ତ, ୪।୧୦ (ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତସ୍ଥିତ ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖାରୁ ଜଣେ ଗ୍ରାହକଙ୍କର ୬୬ ହଜାର ୮୧୩ ଟଙ୍କା ଉଭାନ ହେବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଉକ୍ତ ଗ୍ରାହକ ହେଲେ ଟିଲୋ ଦେବତାଗଢିଆ ଗ୍ରାମର କ୍ଷେତ୍ରବାସୀ ରଣା। ସେ ଏ ନେଇ ବ୍ୟାଙ୍କ ଶାଖା ପରିଚାଳକଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ବିଧିବଦ୍ଧ ତଦନ୍ତ କରାଯାଇ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ସହ ତାଙ୍କ ଜମାଖାତାରୁ ଗାଏବ ହୋଇଥିବା ଟଙ୍କା ଫେରସ୍ତ ପାଇଁ ସେ ଦାବି କରିଛନ୍ତି।
କ୍ଷେତ୍ରବାସୀ ଅଭିଯୋଗ କରିଛନ୍ତି ଯେ, ତାଙ୍କର ଉକ୍ତ ବ୍ୟାଙ୍କ ଜମାଖାତାରେ ୬୬ ହଜାର ୮୧୩ ଟଙ୍କା ଥିଲା। ସେ ଡାକ୍ତରୀ ଚିକିତ୍ସା ପାଇଁ ଗୁରୁବାର ସମ୍ପୃକ୍ତ ବ୍ୟାଙ୍କକୁ ଯାଇ ଟଙ୍କା ଉଠାଇବାକୁ ଆବେଦନ କରିଥିଲେ। ବ୍ୟାଙ୍କର ଶାଖା କର୍ମଚାରୀ ତାଙ୍କ ଜମାଖାତା ଦେଖି ଆକାଉଣ୍ଟରୁ ସବୁ ଟଙ୍କା ଏଟିଏମ୍‌ କାର୍ଡ ସହାୟତାରେ ଉଠାଇ ନିଆଯାଇଥିବା କହିଥିଲେ। କ୍ଷେତ୍ରବାସୀ କୌଣସ ଏଟିଏମ୍‌ କାର୍ଡ ପାଇ ନ ଥିବାବେଳେ କିପରି ତାଙ୍କ ଜମାଖାତାରୁ ଏଟିଏମ୍‌ ସହାୟତାରେ ଟଙ୍କା ଉଠାଣ ହେଲା ତାହା ତାଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପୂର୍ବରୁ ସମ୍ପୃକ୍ତ ବ୍ୟାଙ୍କରେ ବହୁ ଗ୍ରାହକଙ୍କ ନିକଟକୁ ଡାକ ଯୋଗେ ଏଟିଏମ୍‌ କାର୍ଡ ପଠାଯାଉଥିବାବେଳେ ସେ କୌଣସି ଏଟିଏମ୍‌ କାର୍ଡ ପାଇ ନ ଥିବା କହିଛନ୍ତି। ଉକ୍ତ ବ୍ୟାଙ୍କରୁ ତାଙ୍କ ନାମରେ ଏଟିଏମ୍‌ ଯାଇଛି କି ନାହିଁ, ଯଦି ଯାଇଛି ତେବେ କିଏ ନେଇଛନ୍ତି ନା ବ୍ୟାଙ୍କ ଶାଖାର କୌଣସି କର୍ମଚାରୀ ଏଭଳି କରିଛନ୍ତି ତଦନ୍ତ କଲେ ସତ୍ୟାସତ୍ୟ ଜଣାପଡ଼ିବ ବୋଲି ସେ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ୟାଙ୍କ ଶାଖା ପରିଚାଳକ ରାମନାରାୟଣ ମହାନ୍ତିଙ୍କୁ ପଚାରିବାରୁ ଘଟଣାର ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri