ଗ୍ରାହକଙ୍କୁ ଲୁଟୁଛନ୍ତି ଖୁଚୁରା ବ୍ୟବସାୟୀ

ଭୁବନେଶ୍ୱର, ୨୪।୮(ବ୍ୟୁରୋ): ରାଜ୍ୟରେ ପିଆଜ ଦର ବଢ଼ିଚାଲିଛି। ଗତ ଦୁଇ ସପ୍ତାହ ମଧ୍ୟରେ ପିଆଜ କିଲୋରେ ୧୦ରୁ ୧୫ ଟଙ୍କା ବୃଦ୍ଧି ହେଲାଣି। ଆଗକୁ ଦର ଆହୁରି ଆକାଶଛୁଆଁ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି। ଗୋଦାମରେ ପିଆଜ କୁଇଣ୍ଟାଲ ୨୫୦୦ ଟଙ୍କା ହୋଇଥିବା ବେଳେ ଖୁଚୁରା ବଜାରରେ କିଲୋ ପିଛା ୩୦ରୁ ୩୫ ଟଙ୍କାରେ ଦରରେ ବିକ୍ର ହେଉଛି। ପିଆଜ ପାଇଁ ଓଡ଼ିଶାକୁ ମହାରାଷ୍ଟ୍ରର ନାସିକ ଉପରେ ନିର୍ଭର କରିବାକୁ ପଡୁଛି। ସେଠାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାରୁ ପିଆଜ ଦର ବୃଦ୍ଧି ପାଇଛି। ବାଙ୍ଗାଲୋର, ଆନ୍ଧ୍ର ଓ କର୍ନାଟକରେ ପିଆଜ ଅମଳ ହୋଇ ନ ଥିବାରୁ ଦରରେ ବୃଦ୍ଧି ହୋଇଛି। ନୂଆ ପିଆଜ ଆସିବାକୁ ଆହୁରି ଦୁଇ ସପ୍ତାହ ଲାଗିଯିବ। ତେଣୁ ତାହାର ଭରପୂର ଫାଇଦା ଉଠାଇବାରେ ଲାଗିଛନ୍ତି ଖୁଚୁରା ବ୍ୟବସାୟୀ। ଆଳୁ ଓ ପିଆଜ ଏକ ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିବାରୁ କିଣା ମୂଲ୍ୟଠାରୁ କିଲୋ ପିଛା ୨ରୁ ୩ ଟଙ୍କା ଅଧିକ ଦରରେ ଖୁବୁରା ବ୍ୟବସାୟୀମାନେ ବିକ୍ରି କରିବାକୁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ତେବେ ଏହି ନିର୍ଦ୍ଦେଶନାମାକୁ ବ୍ୟବସାୟୀମାନେ ବେଖାତିର କରି ମନଇଚ୍ଛା ଚଢ଼ା ଦରରେ ବିକ୍ରି କରୁଛନ୍ତି। ଏହାକୁ ନେଇ ଗ୍ରାହକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି।
ରାଜ୍ୟକୁ ବାର୍ଷିକ ୨.୯୭ ଲକ୍ଷ ଟନ ପିଆଜ ଆବଶ୍ୟକ ଥିବା ବେଳେ ଉତ୍ପାଦନ ହେଉଛି ୩.୯୭ ଲକ୍ଷ ଟନ। ଉତ୍ପାଦନ ସମୟରେ ପିଆଜକୁ ରଖିବା ପାଇଁ ବ୍ୟବସ୍ଥା ନ ଥିବାରୁ ଚାଷୀଙ୍କୁ ଅନେକ ସମୟରେ ଅଭାବୀ ବିକ୍ରିର ସମ୍ମୁଖୀନ ହେବାକୁ ପଡୁଛି। ରାଜ୍ୟ ସରକାର ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଉତ୍ପାଦନ ବୃଦ୍ଧି ପାଇଁ ୨୦୧୭ରେ ପିଆଜ ମିଶନ କାର୍ଯ୍ୟକାରୀ କରିଥିଲେ। ଉଦ୍ୟାନ କୃଷି ବିଭାଗ ପକ୍ଷରୁ ୨୪୮୫ ହେକ୍ଟର ଜମିରେ ୩୮ ହଜାର ଟନ ଉତ୍ପାଦନ ପାଇଁ ଯୋଜନା କରାଯାଇଥିଲା। ସେଥିପାଇଁ ୫୦ ହେକ୍ଟର ଜମିରେ ରିହାତି ଦିଆଯାଇଥିଲା। ତେବେ ସେହି ମିଶନ ସଫଳ ହୋଇ ପାରି ନ ଥିଲା। ଫଳରେ ରାଜ୍ୟ ପୁଣି ପିଆଜ ପାଇଁ ପଡୋଶୀ ରାଜ୍ୟ ଉପରେ ନିର୍ଭର କରିବାକୁ ବାଧ୍ୟ ହୋଇଛି।
ଆଇଗିଣିଆ ପିଆଜ ବ୍ୟବସାୟୀ ସଂଘର ଆବାହକ ଶକ୍ତି ଶଙ୍କର ମିଶ୍ର କହିଛନ୍ତି ଯେ, ଓଡ଼ିଶା ପଡୋଶୀ ରାଜ୍ୟ ଉପରେ ଆଳୁ ଓ ପିଆଜ ପାଇଁ ନିର୍ଭର କରୁଛି। ସେଠାରେ କୌଣସି ସମସ୍ୟା ହେଲେ ଦର ବୃଦ୍ଧି ଘଟୁଛି। ଗୋଦାମରୁ କିଲୋ ପିଛା ୨୫ ଟଙ୍କାରେ ପିଆଜ ଯୋଗାଇ ଦିଆଯାଉଛି। କିନ୍ତୁ ଖୁଚୁରା ବଜାରରେ ୧୦ରୁ ୧୫ ଟଙ୍କା ଅଧିକ ବିକ୍ରି ହେବା କଥା ନୁହେଁ। ରାଜ୍ୟ ସରକାରଙ୍କ କୌଣସି ନିୟନ୍ତ୍ରଣ ନ ଥିବାରୁ ଗ୍ରାହକଙ୍କୁ ଏହାର ଦୁର୍ଦ୍ଦଶା ଭୋଗିବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri