ଗ୍ରୀନ୍‌ ଜୋନ୍‌ରେ ଗଞ୍ଜାମ, ଏଣୁ ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ ହେବ: ଜିଲାପାଳ

ଛତ୍ରପୁର, ୨।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ମେ ୧୭ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଅବଧିକୁ କେନ୍ଦ୍ର ସରକାର ବୃଦ୍ଧି କରିଛନ୍ତି । ତେବେ ଏହି ସମୟରେ ଗ୍ରୀନ, ଅରେଞ୍ଜ, ରେଡ ଜୋନ୍‌ ପାଇଁ ଗାଇଡଲାଇନ୍‌ ଅଲଗା ରହିଛି। ଗ୍ରୀନ ଜୋନ୍‌ ପାଇଁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନରେ କେତେକ କୋହଳ କରାଯାଇଛି। ଗଞ୍ଜାମ ଜ଼ିଲା ଗ୍ରୀନ ଜୋନରେ ରହିଥିବାରୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ମୁତାବକ ତଥା ଜାରି ହୋଇଥିବା ଗାଇଡଲାଇନର ସମସ୍ତ ନିୟମଲାଗୁ ହେବ ବୋଲି ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଗ୍ରୀନ ଜୋନ୍‌ର ପ୍ରତିଟି ନିୟମକୁ ବଳବତ୍ତର ରଖାଯାଇଛି। ତେବେ ଏସବୁ ସତ୍ତ୍ୱେ ସାମାଜିକ ଦୂରତ୍ୱ ବାଧ୍ୟତାମୂଳକ ବୋଲି ଜିଲ୍ଲାପାଳ କହିଛନ୍ତି । ଯେଉଁଠି ଏହା ନ ଥିବ ଉକ୍ତ ଦୋକାନ ଓ ସୁବିଧା ବନ୍ଦ କରିଦିଆଯିବ। ସରକାରଙ୍କ ଗାଇଡଲାଇନ ଅନୁସାରେ କଣ ଖୋଲା ରହିବ ଓ କଣ ବନ୍ଦ ରହିବ ତାହା କାର୍ଯ୍ୟକାରୀ ହେବା ପୂର୍ବରୁ ଥିବା ସକାଳ ୭ ଟା ରୁ ୧୨ ଦୋକାନ ଖୋଲିବା ନିୟମକୁ ବାତିଲ କରାଯାଇଥିବା ଜିଲାପାଳ କହିଛନ୍ତି।

କେନ୍ଦ୍ର ସରକାରଙ୍କ ନୂଆ ଗାଇଡଲାଇନ ଅନୁସାରେ ସକାଳ ୭ ରୁ ସନ୍ଧ୍ୟା ୭ ଟା ପର୍ଯ୍ୟନ୍ତ ଦୋକାନ ଖୋଲାରହିବ। ତେବେ ମଦ, ପାନ ଦୋକାନ ଖୋଲିବ କି ନାହିଁ ପଚାରିବାରୁ ଗାଇଡଲାଇନ ପ୍ରସ୍ତୁତ ହେବ ବୋଲି ଜ଼ିଲାପାଳ କହିଛନ୍ତି। ମନ୍ଦିର, ମସଜିଦ, ଚର୍ଚ୍ଚ ଆଦି ଧର୍ମାନୁଷ୍ଠାନ ଓ ମାଙ୍ଗଳିକ କାର୍ଯ୍ୟକ୍ରମ ଉପରେ କଟକଣା ପୂର୍ବଭଳି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri