ଭୁବନେଶ୍ୱର, ୨୪ା୭(ବ୍ୟୁରୋ): ୨୦୧୮-୧୯ ବର୍ଷରେ ଗ୍ରୀନ୍ ମହାନଦୀ ମିଶନ ଯୋଜନାରେ ରାଜ୍ୟ ସରକାର ମହାନଦୀ, ଇବ୍, ତେଲ ଏବଂ ଏହାର ଶାଖା/ପ୍ରଶାଖାର ଉଭୟ ପାର୍ଶ୍ୱରେ ୧୪୫୨.୨୫ ହେକ୍ଟର ପରିମିତ ଅଞ୍ଚଳରେ ସଘନ ବନୀକରଣ, ୫୦ ହେକ୍ଟର ଝାଉଁ ଜଙ୍ଗଲ, ୪୦ ହେକ୍ଟର ଲଣ୍ଡା ପାହାଡରେ ବନୀକରଣ, ୬୦୭୭ ହେକ୍ଟର ଅଞ୍ଚଳରେ ଉଜୁଡା ଜଙ୍ଗଲ ପୁନରୁଦ୍ଧାର, ୨୧୦ ହେକ୍ଟରରେ ବାଉଁଶ ବନୀକରଣ, ୫ଲକ୍ଷ ୭୪ହଜାର ୨୦୦ ବୃକ୍ଷଚାରା ସହରାଞ୍ଚଳରେ ବନୀକରଣ କରାଯାଇଛି। ଏହା ବ୍ୟତୀତ ୨୯ଲକ୍ଷ ୪୧ ହଜାର ବୃକ୍ଷଚାରା ହିତାଧିକାରୀମାନଙ୍କୁ ନିଜସ୍ବ ବାଡି ବଗିଚାରେ ରୋପଣ ଲାଗି ବିନା ମୂଲ୍ୟରେ ବିତରଣ କରାଯାଇଥିବା ଜଣାପଡିଛି। ଏ ବାବଦରେ ରାଜ୍ୟ ଯୋଜନାରେ ୫୯ କୋଟି ୪୮ଲକ୍ଷ ୩୪ ହଜାର ଟଙ୍କା ବ୍ୟୟ ହୋଇଛି। ଏହାସହ ଏମ୍ଜିଏନଆରଇଜିଏସରେ ୧୦ କୋଟି ୧୭ ଲକ୍ଷ ୨୮ ହଜାର ଟଙ୍କା ଖର୍ଚ୍ଚ କରାଯାଇଥିବା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସୂଚନା ଦେଇଛନ୍ତି। ବିଧାୟକ ଦେବେଶ ଆଚାର୍ଯ୍ୟ ପଚାରିଥିବା ଏକ ଅଣତାରକା ପ୍ରଶ୍ନର ଲିଖିତ ଉତ୍ତରରେ ମନ୍ତ୍ରୀ ଏହା କହିବା ସହିତ ଆହୁରି କହିଛନ୍ତି, ୨୦୧୯-୨୦ ବର୍ଷରେ ଗ୍ରୀନ୍ ମହାନଦୀ ଯୋଜନାରେ ରାଜ୍ୟ ସରକାର ଇବ୍, ତେଲ, ବ୍ରାହ୍ମଣୀ, ବୈତରଣୀ, ଋଷିକୂଲ୍ୟା, ବଂଶଧାରା ଏବଂ ଏହାର ଶାଖା ଓ ପ୍ରଶାଖାର ଉଭୟ ପାର୍ଶ୍ୱରେ ୧ ହଜାର ୩୫ ହେକ୍ଟର ପରିମିତ ଅଞ୍ଚଳରେ ସଘନ ବନୀକରଣ, ୭୫ ହେକ୍ଟର ଝାଉଁ ଜଙ୍ଗଲ, ୨୦୩ ହେକ୍ଟର ଲଣ୍ଡା ପାହାଡରେ ବନୀକରଣ, ୭୭୬୩ ହେକ୍ଟର ଉଜୁଡା ଜଙ୍ଗଲର ପୁନଃରୁଦ୍ଧାର, ୧୭୧ ହେକ୍ଟର ବାଉଁଶ ବନୀକରଣ, ୭ଲକ୍ଷ ୧୨ହଜାର ଚାରା ସହରାଞ୍ଚଳ ବନୀକରଣ ଲାଗି ପ୍ରସ୍ତାବ ରଖାଯାଇଛି। ଏହାସହ ୫୦ଲକ୍ଷ ଚାରା ହିତାଧିକାରୀମାନଙ୍କୁ ନିଜସ୍ବ ବାଡିବଗିଚାରେ ରୋପଣ ନିମନ୍ତେ ବିନାମୂଲ୍ୟରେ ବିତରଣ କରାଯିବାକୁ ପ୍ରସ୍ତାବ ରଖାଯାଇଛି। ଏ ବାବଦରେ ୫୧ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଛି। ସରକାରଙ୍କ ଅନୁମୋଦନକ୍ରମେ ଗ୍ରୀନ୍ ମହାନଦୀ ମିଶନ ଯୋଜନା ୨୦୧୮-୧୯ ଆର୍ଥିକ ବର୍ଷଠାରୁ ୨୦୨୨-୨୩ ପର୍ଯ୍ୟନ୍ତ ଚାଲିବ। ଏହାର ରକ୍ଷଣାବେକ୍ଷଣ କାର୍ଯ୍ୟ ୨୦୨୫-୨୬ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଚାଲିବ ବୋଲି ମନ୍ତ୍ରୀ ଉତ୍ତରରେ ଦର୍ଶାଇଛନ୍ତି।
ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍…
ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ…
ପୁରୀ,୨୧ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…
ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…
ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…
ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ
ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…
ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ
ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…
ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…
ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼
ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…
୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ
ସୁନ୍ଦରଗଡ/ କୁଆଁରମୁଣ୍ଡା,୨୧।୭(ଜୟ ନାରାୟଣ ମେଣ୍ଡୁଳି/ ମହେନ୍ଦ୍ର କୁମାର ସାହୁ ): ସୁନ୍ଦରଗଡ ଜିଲା କୁଆରମୁଣ୍ଡା ତହସିଲ ଅଧୀନ କଲୋସିହିରା ସର୍କଲର ରାଜସ୍ୱ ନିରୀକ୍ଷକ ଲାଞ୍ଚ ନେଉଥିବା ବେଳେ…
Archives

