Posted inରାଜ୍ୟ

ଗ୍ରୀଷ୍ମ ବଳୟରେ ସାରା ଓଡ଼ିଶା

ଭୁବନେଶ୍ୱର, ୨୬ା୫(ବ୍ୟୁରୋ): ପ୍ରଚଣ୍ଡ ତାତି। ଆକାଶରୁ ସତେ ଯେମିତି ଅଗ୍ନି ବର୍ଷୁଛି। ଗ୍ରୀଷ୍ମ ବଳୟ ସାରା ଓଡ଼ିଶାକୁ ଘେରିରହିଛି। ପାରଦ ୪୬ ଡିଗ୍ରୀ ଉପରକୁ ଟପି ଯାଇଛି। ଆସନ୍ତା ୩୧ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ଆହୁରି କଲବଲ କରିବ ବୋଲି ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ଉପକୂଳଠାରୁ ଆରମ୍ଭ କରି ପଶ୍ଚିମ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶା ତାତି ଜ୍ୱାଳାରେ ଛଟପଟ ହେଉଛି । ସୂର୍ଯ୍ୟଦେବଙ୍କ କୋପ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଭୟଙ୍କର ଗ୍ରୀଷ୍ମପ୍ରବାହ ସାଙ୍ଗକୁ ପ୍ରବଳ ଗୁଳୁଗୁଳି ଲୋକଙ୍କୁ ଅଣନିଃଶ୍ୱାସୀ କରିପକାଉଛି । ସକାଳ ୭ଟାରୁ ମାଡି ଆସୁଛି ଭୟଙ୍କର ତାତି। ଘରୁ ବାହାରିବା ମୁସ୍କିଲ ହୋଇପଡିଛି। ଦେହ ମୁହଁ ଜଳି ପୋଡିଗଲା ଭଳି ଲାଗୁଛି। ଗତ ଦୁଇ ତିନି ସପ୍ତାହ ଧରି ରାଜ୍ୟରେ ଜାରି ରହିଥିବା ଏଭଳି ପ୍ରତିକୂଳ ପାଗ ମଣିଷଙ୍କଠାରୁ ଆରମ୍ଭ କରି ଜୀବଜନ୍ତୁଙ୍କୁ ଅସ୍ତବ୍ୟସ୍ତ କରିଛି। ଦିନ କିମ୍ବା ରାତିରେ ମଧ୍ୟ ଆଶ୍ୱସ୍ତି ମିଳୁ ନାହିଁ।
ଆଭ୍ୟନ୍ତରୀଣ ଏବଂ ପଶ୍ଚମ ଓଡ଼ିଶାରେ ଭୟଙ୍କର ପରିସ୍ଥିତି ସୃଷ୍ଟି ହୋଇଛି । ଅଧିକାଂଶ ସ୍ଥାନରେ ପାରଦ ୪୩ ଡିଗ୍ରୀ ସେଲସିୟସ ଉପରେ ରହୁଛି । ତତଲା ହାଓ୍ବା ପରିବେଶକୁ ଅଧିକ ଉତ୍ତପ୍ତ କରିଦେଇଛି। ୨ଟି ସହରରେ ପାରଦ ୪୬ ଡିଗ୍ରୀ ସେଲସିୟସ ଉପରେ ରହିଥିବା ବେଳେ ୧୩ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ଟିଟିଲାଗଡ଼ରେ ରାଜ୍ୟରେ ସର୍ବାଧିକ ୪୬.୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ୪୬.୩, ତାଳଚେର ୪୫.୭, ଝାରସୁଗୁଡା ୪୫.୨, ସମ୍ବଲପୁର ୪୫.୨, ଚାନ୍ଦବାଲି ୪୦.୨, କଟକ ୪୦.୫, ସୁନ୍ଦରଗଡ଼ ୪୩, ହୀରାକୁଦ ୪୪.୫, ଭବାନୀପାଟଣା ୪୪.୩, ମାଲକାନଗିରି ୪୩,ସୋନପୁର ୪୪.୮, ଭୁବନେଶ୍ୱର ୩୯.୫ ଏବଂ କେନ୍ଦୁଝର ସର୍ବାଧିକ ୩୯.୭ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।
ଉପକୂଳ ଓଡ଼ିଶା ବାୟୁମଣ୍ଡଳରେ ଆର୍ଦ୍ରତା ୮୦ରୁ ୯୫ ପ୍ରତିଶତ ରହୁଥିବାରୁ ଦେହ ମୁଣ୍ଡରୁ ଗମ୍‌ ଗମ୍‌ ଝାଳ ବାହାରି ଅଶ୍ୱସ୍ତିକର ପରିବେଶ ସୃଷ୍ଟି କରିଛିି। ଆସନ୍ତା ୩୧ ଯାଏ ତାତି ଓ ଗୁଳୁଗୁଳିରୁ ନିସ୍ତାର ମିଳିବ ନାହିଁ। ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ଶାରେ ତାତି ଆହୁରି ବଢ଼ିବା ସହ ଗ୍ରୀଷ୍ମପ୍ରବାହ ଜାରିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଜିଲାର କେତେକ ସ୍ଥାନରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ ବିଭାଗ ଚେତାବନୀ ଦେଇଛି। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ କାଳବୈଶାଖୀଜନିତ ଝଡ଼ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ଲଘୁଚାପ ବର୍ଷାରେ ଜଳମଗ୍ନ ଧାମନଗର ବ୍ଲକ

ଧାମନଗର, ୧୭।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଥିବା ବେଳେ ଜନଜୀବନ ସମ୍ପୂର୍ଣ୍ଣ…

ପାତଲମ୍ବା ଜଙ୍ଗଲରୁ ମିଳିଲା ଅଜଣା ଯୁବକଙ୍କ ମୃତଦେହ : ଦନ୍ତା ହାତୀ ଆକ୍ରମଣ ସନ୍ଦେହ; ପୋଲିସ, ବନ ବିଭାଗ ଓ ସାଇଣ୍ଟିଫିକ୍ ଟିମ୍‌ର ତଦନ୍ତ ଆରମ୍ଭ

କଲ୍ୟାଣସିଂହପୁର, ୧୭।୭ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତର ପାତଲମ୍ବା ଜଙ୍ଗଲରୁ ଶୁକ୍ରବାର ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର…

ଦିଗପହଣ୍ଡିରେ ରଥଟଣା ସମ୍ପନ୍ନ: ଶ୍ରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିଲେ ଶ୍ରୀମହାବାହୁ

ଦିଗପହଣ୍ଡି, ୧୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଅନ୍ୟତମ ଗଡ଼ଜାତ ତଥା ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ରାଜଧାନୀ ଦିଗପହଣ୍ଡିରେ ପବିତ୍ର ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri