ଗ୍ୟାରେଜ୍‌ରୁ ଚୋରି ଘଟଣା: ୩ ଅଭିଯୁକ୍ତ ଗିରଫ, ସାମଗ୍ରୀ ଜବତ

ଫୁଲନଖରା,୨୧।୯(ଡି.ଏନ୍‌.ଏ.): କଟକ ଜିଲା ଗୋପାଳପୁର ଜାଗୁଳାଇ ସାହିରେ ଥିବା ଏକ ଗ୍ୟାରେଜ୍‌ରୁ ଚୋରି ଘଟଣାରେ କଟକ ସଦର ପୋଲିସ ଶୁକ୍ରବାର ୩ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ଶନିବାର ସେମାନଙ୍କୁ କୋର୍ଟଚାଲାଣ କରାଯାଇଛି। ସେମାନେ ହେଲେ ଉକ୍ତ ଥାନା ଅନ୍ତର୍ଗତ ଗୋପାଳପୁର ଢିହସାହିର ମୀନକେତନ ଶତପଥୀ(୨୬), ବିଶାଲ ରାଉତ(୨୧) ଓ ବାଲିକୁଦା କୈବର୍ତ୍ତ୍ୟସାହିର ଶିବ ବେହେରା(୨୫)। ସେମାନଙ୍କ ନିକଟରୁ ପୋଲିସ ଗୋଟିଏ ଇଲେକ୍ଟ୍ରି ପମ୍ପସେଟ୍‌, ଏକ ଓ୍ବାଟର କିରୋସିନ ପମ୍ପସେଟ୍‌, ୧ ଆଇରନ, ଓ୍ବେଲ୍‌ଡିଂ ମେଶିନ, ପ୍ଲାଇ କଟର ମେଶିନ ଓ ଅନ୍ୟ ୩ଟି କଟର ମେଶିନ ଜବତ କରିଛି। ସମ୍ପୃକ୍ତ ଯୁବକଙ୍କ ବିରୋଧରେ ଥାନାରେ କେସ୍‌ ନଂ. ୪୦୬/୧୯ରେ ଏକ ମାମଲା ରୁଜୁ କରିଛି।
ପ୍ରକାଶ ଯେ, କନ୍ଦରପୁର ଥାନା ଅଞ୍ଚଳର ବିଦ୍ୟାଧର ଖଟୁଆ ଗୋପାଳପୁର ଜାଗୁଳାଇ ସାହିରେ ଏକ ଗ୍ୟାରେଜ କରିଥିଲେ। ବିଶ୍ୱକର୍ମା ପୂଜା ଦିନ ଗ୍ୟାରେଜରେ ପୂଜାସାରି ଖଟୁଆ ଚାବି ପକାଇ ଘରକୁ ଯାଇଥିଲେ। ପରଦିନ ସେ ଦୋକାନ ଆସିବା ପରେ ଗ୍ୟାରେଜରୁ ଚୋରି ହୋଇଥିବା ଜାଣିବାକୁ ପାଇଥିଲେ। ଏ ନେଇ ସେ ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ଘଟଣାର ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ମେ ୪ରୁ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଶେଷ ସପ୍ତାହରେ ଜମିବ ‘ଛତ୍ରପୁର ମହୋତ୍ସବ’

ଛତ୍ରପୁର, ୨।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଅନ୍ୟତମ ପ୍ରସିଦ୍ଧ ଉତ୍ସବ, ଛତ୍ରପୁର ସହରର ଆରାଧ୍ୟା ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଚଳିତ ବର୍ଷ ଅନୁଷ୍ଠିତ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri