ଗ୍ୟାସ ଟାଙ୍କି ଫାଟି ଘରେ ଲାଗିଲା ନିଆଁ

ଛତ୍ରପୁର,୨୧।୧୧(ଡି.ଏନ.ଏ):ଛତ୍ରପୁର କୋର୍ଟ ଷ୍ଟେଶନ ସାହିର ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଘରେ ଗୁରୁବାର ପୂର୍ବାହ୍ନରେ ରନ୍ଧନ ଗ୍ୟାସ ଟାଙ୍କି ଫାଟି ନିଆଁ ଲାଗିଯାଇଥିଲା। ଅପରପକ୍ଷରେ ଏଥିରେ କେହି ମୃତାହତ ହୋଇ ନ ଥିଲେ ହେଁ ଘରର ସମସ୍ତ ଆସବାବପତ୍ର ସମ୍ପୂର୍ଣ୍ଣ ରୂପେ ଜଳିଯାଇଛି। ମିଳିଥିବା ସୂଚନା ଅନୁସାରେ, ସୂର୍ଯ୍ୟ ଘରେ ନ ଥିବାବେଳେ ଏଭଳି ଅଘଟଣ ଘଟିଛି। ଘରକୁ ଫେରିବା ପରେ ନିଆଁ ଲାଗିଥିବା ଜାଣିବାକୁ ପାଇଥିଲେ ସୂର୍ଯ୍ୟ। ଏସମ୍ପର୍କରେ ଛତ୍ରପୁର ଦମକଳ ବାହିନୀ, ଛତ୍ରପୁର ଅଷ୍ଟମ ବାଟାଲିୟନର ଓଡ୍ରାଫ୍‌ (ଓଡିଶା ଡିଜାଷ୍ଟର ରାପିଡ୍‌ ଆକ୍ସନ ଫୋର୍ସ) ଟିମ୍‌ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏପରିକି ଘରେ ଥିବା ଆଉ ଏକ ଗ୍ୟାସ ଟାଙ୍କିକୁ ଉଦ୍ଧାର କରାଯାଇଥିଲା। ଫଳରେ ଆଉ ଅଘଟଣକୁ ଏଡାଇ ଦିଆଯାଇଥିଲା। ଘଟଣାସ୍ଥଳରେ ଛତ୍ରପୁର ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଓ ତାଙ୍କ ଟିମ୍‌ ପହଞ୍ଚି ସେଠାରେ ନିଆଁକୁ ନିୟନ୍ତ୍ରିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

ମାମୁଁ ଘରକୁ ଆସିଥିଲେ: କେନାଲରୁ ମିଳିଲା ନାବାଳିକାଙ୍କ ମୃତଦେହ

ରାଜନଗର,୩।୪: କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଚାନ୍ଦିବାଉଁଶମୂଳ ପଞ୍ଚାୟତ ଅଞ୍ଚଳରୁ ଶୁକ୍ରବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ କେନାଲରୁ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ସାଙ୍ଗମାନଙ୍କ ସହ ନଦୀକୁ ଯାଇଥିଲେ ଗାଧୋଇବାକୁ, ଖସିଗଲା ଗୋଡ, ଘଟଣାସ୍ଥଳରେ…

ଧର୍ମଶାଳା,୩।୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ମିର୍ଜାପୁର ନିକଟରେ କେଲୁଅ ନଦୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁସାରେ କୁଆଖିଆ…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri