Posted inରାଜ୍ୟ

ଗ୍ୟାସ୍‌ ଲିକ୍‌ ହୋଇ ହୋଟେଲରେ ଅଗ୍ନିକାଣ୍ଡ

ରଣପୁର,୧୫।୬(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ମୁଖ୍ୟ ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଏକ ହୋଟେଲରେ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ହୋଟେଲର ୩୦ ହଜାରରୁ ଊର୍ଦ୍ଧ୍ୱ ମୂଲ୍ୟର ସମ୍ପିତ୍ତି ନଷ୍ଟ ହୋଇଛି । ରଣପୁର ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଏହି ଘଟଣାକୁ ନେଇ ସେଠାରେ କିଛି ସମୟ ପାଇଁ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା । ପୁରୁଣା ସିଲିଣ୍ଡରରେ ଗ୍ୟାସ୍‌ ଯୋଗାଣ ହେଉଥିବା ଲୋକେ ଅଭିଯୋଗ କରିଥିଲେ। ଘଟଣା ସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ଲୋକମାନଙ୍କୁ ବୁଝାଶୁଝା କରିବାରୁ ଉତ୍ତେଜନା ଥମିଥିଲା ।
ଯେ, ରଣପୁର ଥାନା ଠାରୁ ମାତ୍ର ୩୦୦ ମିଟର ଦୂରରେ ବ୍ୟବସାୟୀ ସଉରି ସାହୁ ତାଙ୍କ ଘର ଆଗରେ ମିଠା ଓ ଜଳଖିଆ ଦୋକାନ କରିଛନ୍ତି। ସେ ଘରୋଇ ଗ୍ୟାସ୍‌ ସିଲିଣ୍ଡର ବ୍ୟବହାର କରୁଥିଲେ। ରାତ୍ର ସାଢେ ୭ଟାରେ ହଠାତ୍‌ ଗ୍ୟାସ୍‌ ସିଲିଣ୍ଡରରୁ ଗ୍ୟାସ୍‌ ଲିକ୍‌ ହୋଇ ଦୋକାନରେ ନିଆଁ ଲାଗି ଯାଇଥିଲା । ଚାହୁଁ ଚାହୁଁ ନିଆଁ ଚାରି ଆଡକୁ ବ୍ୟାପୀ ଯାଇଥିଲା। ଏହା ଦେଖି ସଉରି ପାଟି କରିଥିଲେ । ତୁରନ୍ତ ଖବର ପାଇ ଦମକଳ ବାହିନୀର ଅଧିକାରୀ ସରୋଜ କୁମାର ଦାସଙ୍କ ସହିତ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚତ୍ ସିଲିଣ୍ଡରରୁ ନିଆଁ ଲିଭାଇବା ସହିତ ଦୋକାନରୁ ନିଆଁ ଲିଭାଇଥିଲେ । ସୂଚନା ଯୋଗ୍ୟ, ରଣପୁର ଅଞ୍ଚଳକୁ ବିଭିନ୍ନ ଗ୍ୟାସ୍‌ କମ୍ପାନୀ ପକ୍ଷରୁ ଘରମାନଙ୍କୁ ଯୋଗାଣ ହେଉଥିବା ଗ୍ୟାସ ସିଲିଣ୍ଡରଗୁଡିକ ବହୁ ବର୍ଷର ପୁରୁଣା । କମ୍ପାନୀମାନେ ଏହାକୁ ନ ବଦଳାଇ ସେହି ପୁରୁଣା ସିଲିଣ୍ଡରରେ ଗ୍ୟାସ୍‌ ପ୍ରଦାନ କରି ବିପଦ ସୃଷ୍ଟି କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri