ଗ୍ୟାସ୍‌ ଲିକ୍‌ରୁ ନିଆଁ : ୪ ଗୁରୁତର

ନୟାଗଡ଼ ଅଫିସ,୨୬।୫-ନୟାଗଡ଼ ଜିଲା ନୂଆଗାଁ ବ୍ଲକ ବହାଡ଼ାଝୋଲା ଢିପିସାହିରେ ଜଣେ ବ୍ୟକ୍ତିଙ୍କ ଘରେ ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ୪ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ଜଣ ଗୋଟିଏ ପରିବାର ସଦସ୍ୟ ହୋଇଥିବାବେଳେ ଅନ୍ୟଜଣେ ତାଙ୍କ ସମ୍ପର୍କୀୟ । ଗୁରୁତର ହେଲେ ଢିପିସାହିର ଜିତେନ୍ଦ୍ର ଘଟୁଆଳ (୫୫) , ତାଙ୍କର ଦୁଇ ପୁଅ ବିଜୟ ଘଟୁଆଳ (୩୦) ଓ ବୁଲୁ ଘଟୁଆଳ (୨୫) ଏବଂ ସିଙ୍ଗାରପଲ୍ଲୀ ଗ୍ରାମର ଜଗନ୍ନାଥ ସେନାପତି (୨୭)।

ପ୍ରକାଶ ଯେ, ଜିତେନ୍ଦ୍ରଙ୍କ ଘରେ ଥିବା ଗ୍ୟାସ୍‌ ଲଗାଯିବାବେଳେ କୌଣସି କାରଣରୁ ତାହା ଜଳି ନ ଥିଲା। ଏ ନେଇ ଜିତେନ୍ଦ୍ର ସିଙ୍ଗାରପଲ୍ଲୀ ଗ୍ରାମରେ ଗ୍ୟାରେଜ କରିଥିବା ତାଙ୍କ ସମ୍ପର୍କୀୟ ଜଗନ୍ନାଥଙ୍କୁ ଡାକିଥିଲେ। ଜଗନ୍ନାଥ ରାତ୍ର ୯ଟାରେ ଗ୍ୟାସ୍‌ ସଜାଡି ସାରି ଲାଇଟର ମାରୁଥିବା ବେଳେ ଘରେ ନିଆଁ ଲାଗି ଚାରିଆଡକୁ ବ୍ୟାପୀ ଯାଇଥିଲା। ନିଆଁ ଜଗନ୍ନାଥଙ୍କ ଦେହରେ ଲାଗିବା ସହ ସେଠାରେ ଉପସ୍ଥିତ ଥିବା ଜିତେନ୍ଦ୍ର, ବିଜୟ ଓ ବୁଲୁ ନିଆଁ ସଂସ୍ପର୍ଶରେ ଆସିଥିଲେ। ସମସ୍ତଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା। ତେବେ ସେଠାରେ ସମସ୍ତଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri