ଗୟାଧରକୁଁ ଚିକିତ୍ସା ଲାଗି ପଠାଲା ପର୍‌ଶାସନ

ପର୍ଲା, ୧୮।୧ (ଡି.ଏନ୍‌.ଏ)-
କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)କୁଁ ପରଶାସନ ଶୁକୁରବାର ଉଧାର କରି ଚିକିଛା ଲାଗି ଜିଲା ମୁଖିଆ ଡାକ୍‌ତରଖାନା ଭବାନୀପାଟଣାକେ ପଠେଇଛେ। ଇ ବାବ୍‌ଦେ ଲାଗ୍‌ଲାଗ୍‌ ଧରିତ୍ରୀରେ ଖବର ବାହାରଲାରୁ ଥାନୀଅ ପରଶାସନ ଗୟାଧାରକୁଁ ସାହାଯ୍‌ର ହାତ୍‌ ବଢ଼ାଇଥିଲା।
ପୂବର ସୂଚନା ଅନ୍‌ସାରେ ଜୟନ୍ତପୁର ଗଁାର ଧନସିଂ ଲୋହାର(୬୫)କଁର ପରିବାର କହେଲେ ମାଏକିନା ଧନମତି(୫୫), ଦୁଇ ପୁଓ କେଶରୀ(୩୦), ଗୟାଧର(୨୫)କୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍‌। ଏନ୍‌ତାଥି ଗଲା ୪ ବଛର ତଲେ ସାନ୍‌ ପୁଓ ଗୟାଧରକଁର ଛାତିରେ ଗୁଟେ ଘା’ ହେଇଥିଲା। ପରିବାର ଲୋକ୍‌ ତାହାକୁ ଆସର ପାସର ଡାକ୍‌ତରଖାନାରେ ଚିକିଛା କରେଇ ନିରାଶ ହେଇଥିଲେ। ଇ ବାବ୍‌ଦେ ଗଲା ୧୪ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଖବର ବାହାରିଥିଲା। ଖବର ବାହାରଲା ଉତାରୁ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିଛା ଅଧ୍‌କାରୀକଁର ନିରଦେଶରେ ଡା.ଲଲିତ ବେହେରାକଁର ଦେଖ୍‌ରେଖରେ ଗୁଟେ ଡାକ୍‌ତରୀ ଦଲ ଗୟାଧରକଁର ଘରେ ପୁହୁଁଚିଥିଲା। ସେଠାନେ ତାକର ପରୀକ୍ଷା ନିରୀକ୍ଷା କରବାର ସଂଗେ ଉଚ ଚିକିଛା ଲାଗି ତାହାକୁ ଜିଲା ମୁଖିଆ ଡାକ୍‌ତରଖାନାକେ ପଠାବାର କଥା ଦେଇଥିଲେ। ସେ ଅନ୍‌ସାରେ ଶୁକୁରବାର ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିଛା ଅଧ୍‌କାରୀ ସଞ୍ଜୀବ କୁମାର ନାଏକକଁର ଦେଖ୍‌ରେଖରେ ଗୟାଧରକୁଁ ଚିକିଛା ଲାଗି ଭବାନୀପାଟଣା ପଠାଯାଇଛେ। ଦରକାର ପଡ଼ଲେ ଉଚ ଚିକିଛା ଲାଗି ଗୟାଧରକୁଁ କଟକ ବଡ଼ ଡାକ୍‌ତରଖାନା ପଠାଯିବା ବଲି ଡା.ନାଏକ କହିଛନ୍‌। ଇ ମହତ୍‌ କାଯ୍‌ ଲାଗି ଗୟାଧରକଁର ମା’ବାପ୍‌ ଥାନୀଅ ପରଶାସନ ଆର ଧରିତ୍ରୀକେ ଧଏନ୍‌ବାଦ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଦିଲ୍ଲୀ ତାତି: ସୋନମ ୱାଙ୍ଗଚୁକଙ୍କୁ ସମର୍ଥନ କରି ଧର୍ମେନ୍ଦ୍ରଙ୍କ କୁଶ ପୁତ୍ତଳିକା ଦାହ

ବରଗଡ଼,୧୯।୭(ପ୍ରେମାନନ୍ଦ ଖମାରୀ): ଏନଇଇଟି ପରୀକ୍ଷାରେ ବିଭ୍ରାଟ ପ୍ରତିବାଦରେ ଦିଲ୍ଲୀ ଜନ୍ତରମନ୍ତରରେ ଚାଲିଥିବା ଆନ୍ଦୋଳନର ତାତି ବରଗଡ଼ରେ ଅନୁଭୂତ ହୋଇଛି । ରବିବାର ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ବରଗଡ଼…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ…

ଭାଜପାରେ ମିଶିବା ଚର୍ଚ୍ଚା ଭିତରେ ବଡ଼ କଥା କହିଦେଲେ ବିକ୍ରମ ଆରୁଖ, ‘ବିଜେଡିରେ..’

ଭୁବନେଶ୍ବର,୧୯ା୭: ବିଜେଡିର ବରିଷ୍ଠ ନେତା ବିକ୍ରମ ଆରୁଖ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଥିଲା । ଏହାରି ଭିତରେ ବର୍ତ୍ତମାନ ସେ ମୁହଁ ଖୋଲି ଚର୍ଚ୍ଚାକୁ…

ବସରେ ଗଞ୍ଜେଇ ଚାଲାଣ ପାଇଁ ଯୋଜନା ବେଳେ ମାଡିବସିଲା ଅଡବା ପୋଲିସ, ୪ ଲକ୍ଷ ଟଙ୍କାର ଗଞ୍ଜେଇ ସହ କେରଳର…

ମୋହନା,୧୯ା୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଶନିବାର ବିଳମ୍ବିତ ରାତିରେ ପୋଲିସ ପାଟ୍ରୋଲିଂ କରିବା ସମୟରେ ୪୦ କିଲୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri