ଘଟଣାର ତଦନ୍ତ ହୋଇ ସତ ବାହାରକୁ ଆସୁ: ଭାଜପା

ଭୁବନେଶ୍ୱର,୯ା୧୨(ବ୍ୟୁରୋ): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନଙ୍କ ଭରତପୁର କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ପଶି ତାଙ୍କ ଗାଡିରେ ନିଆଁ ଲଗାଇ ଦେଇଛନ୍ତି। ଏଥିରେ ବିଧାୟକଙ୍କ ଗାଡି ସହିତ ବିଜୁ ଯୁବ ବାହିନୀର ଏକ ଆମ୍ବୁଲାନ୍ସ ମଧ୍ୟ ପୋଡିଯାଇଛି। ତେବେ ପୂର୍ବରୁ ମଧ୍ୟ ବ୍ରଜ ପ୍ରଧାନଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ ତାଙ୍କର ଅନ୍ୟ ଏକ ଗାଡ଼ିକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଏହି ଘଟଣାକୁ ନେଇ ଭାଜପା କିନ୍ତୁ ନୂଆ ଅଭିଯୋଗ ଆଣିଛି। ଭାଜପା ସମ୍ପାଦକ କାଳନ୍ଦି ସାମଲ କହିଛନ୍ତି, ତାଳଚେର ବିଧାୟକଙ୍କ ଗାଡ଼ି ପୋଡିଯାଇଥିବାର ଖବର ଆସିଛି ା ଯେଉଁ ସ୍ଥାନରେ ସେହି ଗାଡ଼ି ପୋଡିଛି ତାହା ଏମସିଏଲର ଜାଗା ା କାହିଁକି ଏମସିଏଲ୍‌ ଜାଗାରେ ବିଧାୟକ ତାଙ୍କ କ୍ୟାମ୍ପ ଅଫିସ କରିଥିଲେ ଓ ଏମସିଏଲ କିପରି ଏଥିପାଇଁ ଅନୁମତି ଦେଇଥିଲା। ଯଦି ଏମ୍‌ସିଏଲ ବିନା ଅନୁମତିରେ ଏହା ହୋଇଥିଲା ତେବେ ଏମସିଏଲ କାହିଁକି କାର୍ଯ୍ୟାନୁଷ୍ଠାନ ନେଇ ନ ଥିଲା ା ଯେହେତୁ ଏମ୍‌ସିଏଲ ଜାଗାରେ ବିଧାୟକଙ୍କ ଗାଡ଼ି ପୋଡିଛି ତେଣୁ ଏମ୍‌ସିଏଲ ଏହି ଘଟଣା ପରେ କ’ଣ ପଦକ୍ଷେପ ନେଇଛି। ପୂର୍ବରୁ ତାଳଚେର ବିଧାୟକଙ୍କ ଏକ ଗାଡ଼ି ଭୁବନେଶ୍ୱରରେ ପୋଡ଼ିଯାଇଥିଲା। ପୋଲିସ ଏହାର ତଦନ୍ତ କରୁଥିଲା ା ହେଲେ ଏ ପର୍ଯ୍ୟନ୍ତ ପୋଲିସ ସ୍ପଷ୍ଟ କଲାନାହିଁ କିଏ ତାଙ୍କ ଗାଡ଼ି ପୋଡ଼ିଛି ା ରାଜ୍ୟ ପୋଲିସ ଯଦି ଏମଏଲଏ କ୍ୱାର୍ଟରରେ ଜଣେ ବିଧାୟକଙ୍କ ଗାଡ଼ି ପୋଡିବାର ତଦନ୍ତ ସାରିପାରୁନାହିଁ ତା’ହେଲେ ସାଧାରଣ ଲୋକଙ୍କୁ ସୁରକ୍ଷା କେମିତି ଦେଇପାରିବ ା ଏହି ଘଟଣାରେ ସତ ବାହାରକୁ ଆସିବା ପାଇଁ ଗୁରୁତର ସହିତ ତଦନ୍ତ କରାଯାଉ ବୋଲି ସାମଲ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri