ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା: ଗଛକୁ ଧକ୍କା ଦେଲା ଅଟୋ, ୮ ଆହତ

ହିିଞ୍ଜିଳିକାଟୁ, ୨୭ା୨(ଡି.ଏନ୍‌.ଏ): ଘନ କୁହୁଡ଼ି ଯୋଗୁ ଗଞ୍ଜାମ ଜିଲା ୫୯ ନଂ. ଜାତୀୟ ରାଜପଥ ହିଞ୍ଜିଳିକାଟୁ ଥାନା ସୋମପୁର ଛକ ନିକଟରେ ଗୁରୁବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ରାସ୍ତାପାର୍ଶ୍ୱ ଗଛକୁ ପିଟି ହେବାରୁ ଏଥିରେ ଯାଉଥିବା ୮ ଯାତ୍ରୀ ଆହତ ହୋଇଛନ୍ତି। ସେମାନେ ହେଲେ ଆସିକା ଥାନା ପଢ଼ାଳ ଜୟପୁର ଗ୍ରାମର ରାକେଶ ଲେଙ୍କା(୨୯), ପ୍ରୀତିପ୍ରଜ୍ଞା ମହାନ୍ତିି (୧୨), ଲକ୍ଷ୍ମୀ ପ୍ରତିମା ଲେଙ୍କା (୧୯), ଜୟନ୍ତୀ ଲେଙ୍କା(୩୭), ସାରଙ୍ଗଧର ମହାନ୍ତି(୪୨), ରୁନୁ ମହାନ୍ତି (୩୭), ଚିଦାନନ୍ଦ ମହାନ୍ତି(୮) ଓ ରାଜା ସ୍ବାଇଁ (୮)। ସମସ୍ତ ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ହିିଞ୍ଜିଳିକାଟୁ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ସେମାନଙ୍କ ମଧ୍ୟରୁ ରାଜେଶ, ପ୍ରୀତିପ୍ରଜ୍ଞା ଓ ଲକ୍ଷ୍ମୀଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଯାଇଛି। ପୋଲିସ ଦୁର୍ଘଟଣାଗ୍ରସ୍ତ ଅଟୋକୁ ଜବତ କରି ତଦନ୍ତ କରୁଛି। ଅଟୋଚାଳକ ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri