ଘନୀଭୂତ ହେଉଛି ବାତ୍ୟା ଅମ୍ଫାନ: ଓଡ଼ିଶା ଉପକୂଳ ଦେଇ ଗତି କରିବା ସମ୍ଭାବନା

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ବୁଧବାର ଲଘୁଚାପରେ ପରିଣତ ହୋଇଛି। ଗୁରୁବାର ଏହା ଅବପାତ (ଡିପ୍ରେଶନ)ରେ ପରିଣତ ହେବ। ଧୀରେ ଧୀରେ ଏହା ଘନୀଭୂତ ହୋଇ ୧୬ ତାରିଖ ସନ୍ଧ୍ୟା ସୁଦ୍ଧା  ବାତ୍ୟା ରୂପ ନେବ ।  ଏହାର ନାମ  ଅମ୍ଫାନ ରଖାଯାଇଛି। ବାତ୍ୟା ପ୍ରଥମେ ପଶ୍ଚିମ ଉତ୍ତର-ଉତ୍ତର- ପଶ୍ଚିମ ଦିଗ ଦେଇ ଗତି କରିବ। ଏହା ପରେ ଦିଗ ବଦଳାଇ ଉତ୍ତର-ଉତ୍ତର ପୂର୍ବ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବାତ୍ୟା ଉତ୍ତର- ଉତ୍ତର ପୂର୍ବ ଦେଇ ଗତି କରୁଥିବାରୁ ଶ୍ରୀଲଙ୍କା, ତାମିଲନାଡୁ ଉପକୂଳ ଦେଇ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ଆସନ୍ତା ୧୮ ତାରିଖ ମଧ୍ୟାହ୍ନରୁ ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲାରେ ବର୍ଷା ଆରମ୍ଭ ହେବ। ମେ ୧୯ ତାରିଖ ମଧ୍ୟରାତ୍ର କିମ୍ବା ୨୦ ତାରିଖ ସକାଳେ ବାତ୍ୟା ଓଡ଼ିଶାର ପୁରୀରୁ ବାଲେଶ୍ୱର ମଧ୍ୟରେ କିମ୍ବା ପଶ୍ଚିମବଙ୍ଗ ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି କେତେକ ପାଣିପାଗ ମଡେଲ ପକ୍ଷରୁ ଆକଳନ କରାଯାଇଛି। ବାତ୍ୟା ଉପକୂଳବର୍ତ୍ତୀ ଜିଲାରେ କିଛି ମାତ୍ରାରେ ତାଣ୍ଡବ ରଚାଇବା ଆଶଙ୍କାକୁ ଏଡ଼ାଯାଇ ନ ପାରେ। ବାତ୍ୟା ଅତିକ୍ରମ କରିବା ବେଳେ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଘଣ୍ଟାକୁ ୧୨୦ରୁ ୧୪୦ କିମି ବେଗରେ ପବନ ବହିବ ବୋଲି ଅନୁମାନ କରାଯାଇଛି। ଏହାଦ୍ୱାରା ଗଛ, ଚାଳଘର, ବିଦ୍ୟୁତ୍‌ ଖୁଣ୍ଟ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବା ସମ୍ଭାବନା ରହିଛି। ତେବେ ଓଡ଼ିଶା ଉପରେ କି ପ୍ରଭାବ ପଡ଼ିବ ସେ ନେଇ ପାଣିପାଗ ବିଭାଗ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରି ନାହିଁ। ଆସନ୍ତା ୧୫ ତାରିଖ ବେଳକୁ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ସ୍ପଷ୍ଟ ହେବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି। ସମୁଦ୍ର ମଧ୍ୟରେ ଅଧିକ ସମୟ ରହୁଥିବାରୁ ବାତ୍ୟା ଭୟଙ୍କର ରୂପ ଧାରଣ କରିପାରେ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୧୫ ତାରିଖରୁ ଗଭୀର ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।


ବାତ୍ୟା ଦାନା ବାନ୍ଧୁଥିବାରୁ ରାଜ୍ୟରେ ତାତି ବଢ଼ିଛି। କେତେକ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ତାଳଚେରରେ ସର୍ବାଧିକ ତାପମାତ୍ରା ୪୧.୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଟିଟିଲାଗଡ଼ରେ ୪୧, ମାଲକାନଗିରିରେ ୪୦.୫, ପାରଳାଖେମୁଣ୍ଡିରେ ୪୦.୨, ବଲାଙ୍ଗୀରରେ ୪୦, ଭବାନୀପାଟଣାରେ ୪୦, ସୁନ୍ଦରଗଡ଼ରେ ୩୯ ଏବଂ ସମ୍ବଲପୁରରେ ସର୍ବୋଚ୍ଚ ତାପମାତ୍ରା ୩୯.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କୋରାପୁଟ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଅନୁଗୋଳ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି। ଏହି ସମୟରେ ସୁନ୍ଦରଗଡ଼, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୪ ଦିନ ଯାଏ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri