ଘର କ୍ରେତାଙ୍କୁ ମାଲିକାନା ନେବାକୁ ବାଧ୍ୟ କରାଯାଇପାରିବନି

ନୂଆଦିଲ୍ଲୀ,୪-୮: ବିଳମ୍ବିତ ହାଉସିଂ ପ୍ରକଳ୍ପରେ ନିର୍ମିତ ଘରର ମାଲିକାନା ନେବା ଲାଗି ବିଲ୍ଡର ବାଧ୍ୟ କରିପାରିବ ନାହିଁ। ଏହା ଘର ମାଲିକଙ୍କ ଇଚ୍ଛାଧୀନ। ଫ୍ଲାଟ୍‌ ନିର୍ମାଣ ସରିଥିବାରୁ ଘର କ୍ରେତାଙ୍କୁ ଟଙ୍କା ଫେରସ୍ତ ଦେବ ନାହିଁ ବୋଲି ବିଲ୍ଡର କହିପାରିବ ନାହିଁ। ନ୍ୟାଶନାଲ କଞ୍ଜ୍ୟୁମର ଡିସ୍‌ପ୍ୟୁଟ୍ସ ରିଡ୍ରେସାଲ କମିଶନ(ଏନ୍‌ସିଡିଆର୍‌ସି) ପକ୍ଷରୁ ରାୟରେ ଉଲ୍ଲେଖ କରାଯାଇଛି। ଜଷ୍ଟିସ ଭି.କେ.ଜୈନଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏ ସଂକ୍ରାନ୍ତରେ ଆଗତ ଏକ ମାମଲାର ବିଚାର କରି ବିଲ୍ଡର ପାୟୋନିୟର ଅର୍ବାନ ଲ୍ୟାଣ୍ଡ ଆଣ୍ଡ ଇନ୍‌ଫ୍ରାଷ୍ଟ୍ରକଚରକୁ ୪.୪୩ କୋଟି ଟଙ୍କା ଘର କ୍ରେତାଙ୍କୁ ଫେରସ୍ତ ଦେବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ସମ୍ପୃକ୍ତ କ୍ରେତା ଗୁରୁଗ୍ରାମରେ ଏକ ଫ୍ଲାଟ୍‌ କିଣିବା ଲାଗି ୨୦୧୨ରେ ବିଲ୍ଡରଙ୍କୁ ଟଙ୍କା ଦେଇଥିଲେ। ୨୦୧୫ ସୁଦ୍ଧା ତାଙ୍କୁ ଏହି ଫ୍ଳାଟ୍‌ ମିଳିବାର ଥିଲା। ତେବେ ବିଲ୍ଡର ଏହା ପ୍ରଦାନ କରିବାରେ ବିଫଳ ହୋଇଥିଲେ। ଏହାକୁ ଦୃଷ୍ଟିରେ ରଖି ଘର କ୍ରେତାଙ୍କ ପକ୍ଷରୁ ଟଙ୍କା ଫେରସ୍ତ ପାଇଁ ୨୦୧୮ରେ ଏନ୍‌ସିଡିଆର୍‌ସିଙ୍କ ନିକଟରେ ଆବେଦନ କରାଯାଇଥିଲା। ଆବେଦନକାରୀ ମାମଲା ଦାଏର କରିବାର ୧୫ ଦିନ ପୂର୍ବରୁ ବିଲ୍ଡର ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କ ଠାରୁ ନିବାସ ସାର୍ଟିଫିକେଟ ହାସଲ କରିଥିଲେ ସୁଦ୍ଧା କମିଶନ ଅର୍ଥ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। କାରଣ ୨ ବର୍ଷରୁ ଅଧିକ ସମୟ ହେବ ଘର ଦେବାରେ ବିଳମ୍ବ ହୋଇଛି ବୋଲି ଖଣ୍ଡପୀଠ କାରଣ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର

ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍‌ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…

ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍‌ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos 

ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍‌ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍‌ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍‌ ଫଟୋ

ମୁମ୍ବାଇ: ବଲିଉଡର ଫିଟନେସ୍‌ କୁଇନ୍‌ ତଥା ଖ୍ୟାତନାମା ଆଇଟମ୍‌ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ମାତୃଭାଷା ଦିବସ ସମ୍ପର୍କରେ ଶପଥ ପାଠ

ଦିଗପହଣ୍ଡି,୨୧|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି  ସରସ୍ଵତୀ ଶିଶୁବିଦ୍ୟାମନ୍ଦିର ପରିସରରେ ଶନିବାର  ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି। ଏଥି ଉପଲକ୍ଷେ ଆୟୋଜିତ ସଭାରେ ବିଦ୍ୟାମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri