ଘର ଭାଙ୍ଗିଲା, ବୃଦ୍ଧାଙ୍କୁ ଦଳି ମାରିଲା ହାତୀ

ଖପ୍ରାଖୋଲ,୧୧ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଦେଖାଦେଇଛି। ବ୍ଲକ ଅନ୍ତର୍ଗତ ହନୁପାଲି ଗାଁରେ ଶୁକ୍ରବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ମୃତା ହେଲେ ବେଲମତୀ ବରିହା(୯୦)। ହାତୀ ଆକ୍ରମଣରୁ ତାଙ୍କ ପୁଅ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ ବିଳମ୍ବିତ ରାତିରେ ହାତୀ ବେଲମତୀଙ୍କ ଘର ଭାଙ୍ଗି ଥିଲା। ଏହି ସମୟରେ ସେ ଘରେ ଶୋଇଥିବାବେଳେ ତାଙ୍କୁ ଦଳି ଦେଇଥିଲା ହାତୀ। କାନ୍ଥ ଭାଙ୍ଗି ପଡିବା ଶଦ୍ଦ ଶୁଣି ଘରେ ଶୋଇଥିବା ତାଙ୍କ ପୁଅ ଦୌଡି ପ୍ରାଣ ବିକଳରେ ପଳାଇଥିଲେ। ପରେ ହାତୀ ଘରେ ଥିବା ଧାନ, ଚାଉଳ ଖାଇ ସେଠାରୁ ପଳାଇ ଯାଇଥିଲା। ଖବର ପାଇ ସ୍ଥାନୀୟ ଲୋକେ ଏବଂ ବନ ବିଭାଗ କର୍ମଚାରୀ ବୃଦ୍ଧାଙ୍କୁ ଉଦ୍ଧାର କରି ପ୍ରଥମେ ଖପ୍ରାଖୋଲ ଡାକ୍ତରଖାନା ଏବଂ ପରେ ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ା କିଛି ଦିନ ତଳେ ଖପ୍ରାଖୋଲ ସୀମାନ୍ତ ପଦ୍ମପୁର ଅଞ୍ଚଳରେ ହାତୀପଲ ୪ଜଣଙ୍କୁ ଦଳି ମାରିଥିବାବେଳେ ଏବେ ଗନ୍ଧମାର୍ଦ୍ଦନ ପାହାଡ ତଳି ଅଞ୍ଚଳରେ ଆତଙ୍କ ଖେଳାଇଛନ୍ତି। ଏ ନେଇ ହରିଶଙ୍କର ରେଞ୍ଜ ଅଧିକାରୀ ଶ୍ରୀବତ୍ସ କୁମୁରାଙ୍କୁ ପଚାରିବାରୁ ଶୁକ୍ରବାର ଭାନପୁର ଅଞ୍ଚଳରେ ହାତୀ ଥିବା ଜାଣି ପାଟ୍ରୋଲିଂ କରିଥିଲୁ। ରାତିରେ ହନୁପାଲିରେ ହାତୀ ଆକ୍ରମଣ ଜାଣି ସେଠାକୁ ଯିବା ସହ ଗୁରୁତର ବୃଦ୍ଧାଙ୍କୁ ଚିକତ୍ସା ପାଇଁ ନେଇଥିଲୁ ା ହାତୀପଲଙ୍କ ଗତିବିଧି ଉପରେ ଲକ୍ଷ୍ୟ ରଖାଯାଇଛି। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ବନ ବିଭାଗ ପକ୍ଷରୁ ୪ଲକ୍ଷ ଟଙ୍କାର କ୍ଷତିପୂରଣ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶା ଦେଇ +୨ ଛାତ୍ରୀଙ୍କୁ ଗଣବଳାତ୍କାର କଲେ ୮ ସହାପାଠୀ

ବ୍ରହ୍ମପୁର,୮ା୫(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସହରରେ ଜଣେ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଲୋଡନ ସୃଷ୍ଟି କରିଛି। ଯୁକ୍ତ ୨ ପଢ଼ୁଥିବା ନାବାଳିକା ଛାତ୍ରୀ ଜଣଙ୍କୁ...

ଦମ୍‌ ଅଛି ଯଦି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କର

ଭୁବନେଶ୍ୱର/ହିଞ୍ଜିଳିକାଟୁ/ଶେରଗଡ଼/ଖଲ୍ଲିକୋଟ,୮ା୫(ଅନିଲ ଦାସ/ ଦ୍ୱିତୀକୃଷ୍ଣ ପଣ୍ଡା/ସୂର୍ଯ୍ୟନାରାୟଣ ଦାଶ/ପ୍ରଶାନ୍ତ ମିଶ୍ର):କିଛିଲୋକ ଦିନରେ ସ୍ବପ୍ନ ଦେଖୁଛନ୍ତି, ଭାବୁଛନ୍ତି ନବୀନବାବୁ ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ, କିନ୍ତୁ ଭାଜପାକୁ ଯଦି ପଚାରିବେ...

ପ୍ରଣବଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠାଇଲା ଭାଜପା

ସମ୍ବଲପୁର, ୮।୫ (ପ୍ରମୋଦ ବହିଦାର):ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଦଳର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ...

ବିଧାୟକ ପ୍ରାର୍ଥୀଙ୍କ ଫଟୋରେ ଜୋତାମାଳ

କେନ୍ଦୁଝର(ନରେଶ ଚନ୍ଦ୍ର ପଟ୍ଟନାୟକ)/ପାଟଣା(ବୀର କିଶୋର ଦାଶ),୮ା୫:କେନ୍ଦୁଝର ଜିଲା ପାଟଣା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାୟକଙ୍କ ଫଟୋରେ କେହି ଜୋତାମାଳ ଝୁଲାଇବା...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

ଦକ୍ଷିଣାଞ୍ଚଳ ଆଇଜିଙ୍କ ନିକଟରେ ଆତ୍ମସମର୍ପଣ କଲେ ମାଓବାଦୀ

ଫୁଲବାଣୀ,୭ା୫(ରାକେଶ କୁମାର ରାଉତ): କେକେବିଏନ୍‌ ମାଓବାଦୀ ସଂଗଠନର ଜଣେ କ୍ୟାଡର ମାଓବାଦୀ ଦକ୍ଷିଣାଞ୍ଚଳ ଆଇଜି ଜେ.ଏନ୍‌.ପଙ୍କଜଙ୍କ ନିକଟରେ ଆତ୍ମସମର୍ପଣ କରି ସମାଜର ମୁଖ୍ୟ ସ୍ରୋତରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri