ଘରକୁ ଫେରିବା ବେଳେ ବାଟରେ ଟଳିପଡିଲେ

ଜଳେଶ୍ୱର, ୧୫।୫(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଓଡ଼ିଶା ଆସୁଥିବା ଜଣେ ପ୍ରବାସୀଙ୍କର ଶୁକ୍ରବାର ମଧ୍ୟାହ୍ନ ସମୟରେ ୬୦ନଂ. ଜାତୀୟ ରାଜପଥ ଲକ୍ଷ୍ମଣନାଥ ଉପାନ୍ତ ଚେକ୍‌ଗେଟ୍‌ ନିକଟରେ ମୃତ୍ୟୁ ଘଟିଛି। ତାଙ୍କ ନାମ ଧୁବେଇ ମହାନ୍ତି (୫୬) ଓ ଘର ପୁରୀ ଜିଲା କାକଟପୁର ଅଞ୍ଚଳ ଟିକରପଡ଼ା ଗାଁରେ।
ସେ କୋଲକାତାରେ ରହି କାର୍ଯ୍ୟ କରୁଥିଲେ। ଲକ୍‌ଡାଉନ ଯୋଗୁ ସେ ୨ମାସ ଧରି ସେଠାରେ ଅଟକି ଯାଇଥିଲେ। ଶୁକ୍ରବାର ସେ କୋଲକତା-ସୋନାକଣିଆ ବସ୍‌ରେ ଫେରିଥିଲେ। ସେ ବସ୍‌ଷ୍ଟାଣ୍ଡରୁ ଓହ୍ଲାଇ ଦ୍ୱିପ୍ରହର ସମୟରେ ୬୦ନଂ. ଜାତୀୟ ରାଜପଥକୁ ନିଜର ଆସବାବପତ୍ର ଧରି ଚାଲି ଚାଲି ଆସିଥିଲେ। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ ସେ ହଠାତ୍‌ ରାସ୍ତାରେ ପଡ଼ିଯାଇଥିଲେ। ତାଙ୍କର କପାଳର ଡାହାଣପଟେ ଏକ କ୍ଷତ ସୃଷ୍ଟି ହୋଇ ରକ୍ତ ଝରୁଥିବା ଦେଖିବାକୁ ମିଳିଥିଲା। ସେଠାରେ ଥିବା ଲୋକେ ତାଙ୍କୁ ପାଣି ଦେଇଥିଲେ ମଧ୍ୟ ସେ ଅଚେତ ହୋଇପଡିଥିଲେ। ଖବର ପାଇ ଜଳେଶ୍ୱର ପୋଲିସ୍‌ ପହଞ୍ଚତ୍ ତୁରନ୍ତ ତାଙ୍କୁ ହସ୍‌ପିଟାଲ ଆଣିଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହା ଅଂଶୁଘାତଜନିତ ମୃତ୍ୟୁ କି ହୃଦଘାତଜନତ୍‌ ତାହା ଜଣାପଡିନାହିଁ। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ତଥ୍ୟ ମିଳିପାରିବ ବୋଲି ପୋଲିସ୍‌ କହିଛି। ଏ ସମ୍ପର୍କରେ ତାଙ୍କ ପରିବାରବର୍ଗଙ୍କୁ ଖବର ଦିଆଯାଇଛି। ସମ୍ପର୍କୀୟମାନେ ଆସିବା ପରେ ବ୍ୟବଚ୍ଛେଦ ହେବ ବୋଲି ପୋଲିସ୍‌ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri