ଘରକୁ ଫେରିବେ ଫସି ରହିଥିବା ଓଡ଼ିଆ: କର୍ଣ୍ଣାଟକ-ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ନବୀନଙ୍କ ଆଲୋଚନା

ଭୁବନେଶ୍ୱର, ୨।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌.ୟେଦୁୟୁରପ୍ପା ଏବଂ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗମୋହନ ରେଡ୍ଡିୀଙ୍କ ସହ କଥା ହୋଇଛନ୍ତି। ଉଭୟ ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କ ଫେରିବା ସମ୍ପର୍କରେ ଏଥିରେ ଆଲୋଚନା ହୋଇଥିବା ସୂଚନା ମିଳିଛି।

ଲକ୍‌ଡାଉନ୍‌ ସମୟରେ ଉଭୟ ରାଜ୍ୟ ସରକାର ସେଠାରେ ରହିଥିବା ଓଡ଼ିଆମାନଙ୍କର ଉପଯୁକ୍ତ ଯତ୍ନ ନେଇଥିବାରୁ ନବୀନ ମୁଖ୍ୟମନ୍ତ୍ରୀମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ଏହାଛଡ଼ା ଓଡ଼ିଶା ଆସିବାକୁ ଚାହୁଁଥିବା ଓଡ଼ିଆ ଲୋକମାନେ ଯେପରି ସୁବିଧାରେ ଫେରି ଆସି ପାରିବେ ସେଥିରେ ସହଯୋଗ କରିବାକୁ ସେ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।

କର୍ଣ୍ଣାଟକ ଓ ଆନ୍ଧ୍ର ପ୍ରଦେଶ ସରକାର ଇତି ମଧ୍ୟରେ ଅନେକ କାର୍ଯ୍ୟ ଆରମ୍ଭ କରିଛନ୍ତି। ତେଣୁ ଯେଉଁମାନେ ଚାହିଁବେ ସେମାନେ ସେଠାରେ ରହି ମଧ୍ୟ କାମ କରିପାରିବେ। ଅପରପକ୍ଷେ ଯେଉଁମାନେ ଫେରିବାକୁ ଚାହୁଁଛନ୍ତି ସେମାନଙ୍କୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ତେବେ ଓଡ଼ିଶା ଫେରିବାକୁ ଆଗ୍ରହୀମାନେ ରାଜ୍ୟ ସରକାରଙ୍କ ଅନ୍‌ଲାଇନ୍‌ ପୋର୍ଟାଲରେ ରେଜିଷ୍ଟ୍ରେଶନ କରିପାରିବେ ସେଥିପାଇଁ ସହଯୋଗ କରିବାକୁ କନ୍‌ଫରେନ୍ସିଂରେ ଉପସ୍ଥିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଥିଲେ। ଶେଷରେ ଲୋକମାନଙ୍କ ସ୍କ୍ରିନିଂ, ରେଜିଷ୍ଟ୍ରେଶନ, ଯାତ୍ରା ସମ୍ପର୍କିତ ବିଭିନ୍ନ ବ୍ୟବସ୍ଥା ସମ୍ପର୍କିତ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ଏକ ବିଧିବଦ୍ଧ ପ୍ରୋଟୋକଲ୍‌ ପ୍ରସ୍ତୁତି ଉପରେ ଆଲୋଚନା କରାଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ମୁଖ୍ୟ ଉପଦେଷ୍ଠା ଆର୍‌. ବାଲକ୍ରିଷ୍ଣନ୍‌, ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri