ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଦଦ୍‌ରା ମାଏଟ୍‌ କୁରିଆରେ ୬ ପରାନୀ କୁଟୁମ୍‌

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ନିସାହା, ଗରିବ୍‌ ଦୁଖିକୁ ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଅବାସ, ମୋ କୁଡ଼ିଆ, ବିଜୁ ପକାଘର ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ହକ୍‌ଦାର ହିତାଧିକାରୀ ଭିନେ ଭିନେ କାରନରୁ ଯୋଜନାରୁ ବଁଚିତ୍‌ ହେଇ ବଡ଼ା ଗୁଲ୍‌ଗୁଲାରେ ଜୀବନ୍‌ ବିତଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କମେଇମୁଣ୍ଡା ପଁଚେତ୍‌ ମାନ୍ଦଲା ଗଁାର ପୁଟାପଡ଼ାରେ।
ସୂଚନା ଅନ୍‌ସାରେ ମାନ୍ଦଲା ଗଁାର ପୁଟାପଡ଼ାର ଅନାତ ମାଝି। ପରିବାର କହେଲେ ମାଏକିନା ଚୁରାମଣି, ୪ ଝି’ ଆର ଗୁଟେବଲି ପୁଓକେ ନେଇ ସଁସାର। ପରିବାରଟା ନିହାତି ଗରିବ୍‌, ସଁପତି ବଲି କିଛି ନାଇଁ। ଅନାତ କୁଲିମଜୁରି କରୁଥିଲାବେଲେ ମାଏକିନା ଚୁରାମଣି ଗଁାର ସ୍କୁଲରେ ରଁାଧେନ ହିସାବେ କାମ୍‌ କରୁଛନ୍‌। ଧାର ଉଧାର କରି ଅନାତ ବଡ଼ ଝି’କେ ବିହା କରିଛନ୍‌। ହେଲେ ଏହେଦେ ବି ମୁଡ଼ ଉପରେ ୩ ଝି’ର ବିହା ବୋଝ୍‌ ରହିଛେ। ଦୁଇ ମାଏଝି ମୁନୁଷ୍‌ ଯାହା କମଉଛନ୍‌ ସେଟା ପେଟ୍‌କେ ଅଁଟ୍‌ଲେ ଦିହିକେ ନାଇଁ। ଏନ୍‌ତାଥି ପରିବାରଟା ଭଲ ଘର ଖଁଡ଼େ ତିଆରିବାର ଲାଗି ସକ୍ଷମ ନୁହଁନ୍‌। ଏନ୍‌ତା ପରିସ୍ଥିତିରେ ୬ ପରାନୀ କୁଟୁମ ଗୁଟେ ଦଦ୍‌ରା ମାଏଟ୍‌ ଖପର ଘରେ ମୁଡ଼ ଗୁଁଜିଛନ୍‌। ସରକାରୀ ଯୋଜନାରେ ଘରଖଁଡ଼େ ପାଏବାର ଆଶ୍‌ରେ ଅନାତ ଦରକାରୀ କାଗଜପତର ଧରି ଅନେକ ଥର ପଁଚେତ୍‌କେର ଗୁହାରି କରି ନିରାଶ ହେଇଥିବାର କହିଛନ୍‌। ଇଆଡ଼େ ବରଷା ଦିନେ ବଡ଼ା ଗୁଲ୍‌ଗୁଲା ହେଉଛୁଁ। ଘର ଭିତରେ ଦରୋ ଦରୋ ପାଏନ୍‌ ଗଲୁଛେ, ରହିବସି ନାଇଁ ହେବାର ବଲି ଅନାତ କହିଛନ୍‌। ସେନ୍‌ତା ପରିବାରରେ ୬ ଝନ୍‌ ଲୋକ୍‌ ରହିଥିଲାବେଲେ ଝନ୍‌ପିଛା ୫ କେ.ଜି. ହିସାବେ ମାସିକ ୩୦ କେ.ଜି. ଚାଉଲ ମିଲବାର କଥା। ହେଲେ ଇ ପରିବାରକେ ମାସିକ ୨୫ କେ.ଜି. ଚାଉଲ ମିଲୁଛେ। ସରକାର ଗରିବ୍‌ ପରିବାରମାନକୁ ଅବାସ ଯୋଜନାରେ ଘର ଯୁଗେଇ ଦେଉଥିଲାବେଲେ ଅନାତ ପଁଚେତ୍‌ରେ ଦରକାରୀ କାଗଜପତର ଦାଖଲ କରି ବାରବାର ଗୁହାରି ନିରାଶ ହେଇଥିବାର ଅଭିଯୋଗ କରିଛନ୍‌। ଇ ଦିଗେ ଜିଲା ଆର ଥାନୀଅ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଘଟନାର ତଦଁତ କରି ଅନାତକୁଁ ଆବାସ ଯୋଜନାରେ ଘରଖଁଡ଼େ ଯୁଗେଇ ଦେବାକେ ପଡ଼ାବାସୀ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ପୂର୍ବତନ SRAଙ୍କ ଦୁଇମହଲା କୋଠା, ଟେଣ୍ଟ ହାଉସ୍‌ ଠାବ

ଜଗତସିଂହପୁର, ୨୪।୮: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଆର୍ଥିକ ଅନିୟମିତତା ଅଭିଯୋଗରେ ତିର୍ତ୍ତୋଲର ପୂର୍ବତନ SRA ଭଞ୍ଜକିଶୋର ବେହେରାଙ୍କ ବିରୋଧରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଚଢ଼ାଉ…

କରେଣ୍ଟ ନେଲା ୨ ଚାଷୀଙ୍କ ଜୀବନ, ଗାଁରେ ଶୋକାକୁଳ

ଜଗତସିଂହପୁର,୨୪।୮: ଜଗତସିଂହପୁର ଜିଲା ସଦର ଥାନା ବେନୁଖଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଛି। ଚାଷ କାମ କରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ୨ଜଣ…

ଶୋଇଥିବାବେଳେ ମହିଳାଙ୍କ ଉପରେ ଭୁଶୁଡ଼ି ପଡ଼ିଲା କାନ୍ଥ, ତହସିଲଦାର ପହଞ୍ଚି…

ଗୁଣପୁର,୨୪ା୮(ସୁଜାତା ପାଢ଼ୀ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରାୟଗଡ଼ା ଜିଲା ରାମନାଗୁଡ଼ା ବ୍ଲକ କଣ୍ଡାଜାମ ଗ୍ରାମରେ ଜଣେ ମହିଳାଙ୍କ ଉପରେ କାନ୍ଥ ଭୁଶୁଡ଼ି ପଡ଼ିଥିଲା। ତେବେ…

ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀଙ୍କ ବଡ଼ ସୂଚନା, ଏହି ନଦୀ କରିଛି ଅଧିକ କ୍ଷତି

ଭୁବନେଶ୍ୱର,୨୪।୮: ଲଘୁଚାପ ବର୍ଷା ନେଇ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲୀପ ରାଉତ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟର ୯ଟି ସ୍ଥାନରେ ୧୦୦ ମିଲିମିଟରରୁ ଅଧିକ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri