ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି ଲାଗୁ କରିବା ଦାବି ନେଇ ଜିଲାପାଳଙ୍କ ଅଫିସ ସମ୍ମୁଖରେ ସିପିଆଇ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।

ସେହିପରି ଦୀଘ ଦଶନ୍ଧି ଧରି ବସବାସ କରି ଆସୁଥିବା ବେଲପଡା ଗାଁର ୮୫ ପରିବାରକୁ ଘରଡିହ ପ୍ରଦାନ ଓ ଜାକମ ଗାଁକୁ ବିଦ୍ୟୁତ ସଂଯୋଗୀକରଣ ଦାବି କରାଯାଇଥିଲା। ଦାବି ପୂରଣ ନ ହେଲେ ଆନ୍ଦୋଳନ ଜୋରଦାର କରାଯିବ ବୋଲି ଚେତାବନୀ ଦିଆଯାଇଛି।

ପରେ ଏହି ମର୍ମରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ଦିଆଯାଇଥିଲା। ବିକ୍ଷୋଭ ସମାବେଶରେ ସିପିଆଇ ପୂର୍ବତନ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ଜିଲା ସହ ସମ୍ପାଦକ ସଞ୍ଜୟ ସୁନାନୀ, ଜଗଦୀଶ ଦୁର୍ଗା, ଜୁନାଗଡ଼ ଜୋନ ସମ୍ପାଦକ ବାନାମ୍ବର ମେହେର, ମାଧବ ଚନ୍ଦ୍ର ସାହୁ, ଜିଲା ପରିଷଦ ବଡ ଜାଲ, ହିମାଂଶୁ ନାଏକ, ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ଦାମୋଦର ବେହେରା, କଲମପୁର ଶାଖା ସମ୍ପାଦକ ଯଶୋବନ୍ତ ବେମାଲ ପ୍ରମୁଖ ସାମିଲ ଥିଲେ। ପୂର୍ବରୁ ସିପିଆଇ ପକ୍ଷରୁ ଜିଲା ମୁଖ୍ୟ ଚିକିତ୍ସାଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ଜିଲାପାଳଙ୍କ ଅଫିସ ପର୍ଯ୍ୟନ୍ତ ଏକ ଶୋଭାଯାତ୍ରା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଘନ କୁହୁଡ଼ି ମଧ୍ୟରେ ବିମାନବନ୍ଦର: ୧୦୦ରୁ ଅଧିକ ବିମାନ ବାତିଲ, ଟ୍ରେନ ଚଳାଚଳ ବିଳମ୍ୱ

ନୂଆଦିଲ୍ଲୀ,୧୫।୧୨: ଦିଲ୍ଲୀ ଏନ୍‌ସିଆରରେ ଘନ କୁହୁଡ଼ି ସାଙ୍ଗକୁ ଦୃଶ୍ୟମାନତା ଶୂନ୍ୟ ହ୍ରାସ ଯୋଗୁ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୦୦ରୁ ଅଧିକ ବିମାନ ଉଡ଼ାଣ ବାତିଲ...

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଖୋଲୁନି ମଣ୍ଡି, ବଢୁଛି ଧାନ ଚୋରା ଚାଲାଣ

ପଟ୍ଟାମୁଣ୍ଡାଇ,୧୫ା୧୨ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲାର ଭାତହାଣ୍ଡି କୁହାଯାଉଥିବା ପଟ୍ଟାମୁଣ୍ଡାଇ ଉତିକଣ ଅଞ୍ଚଳ ସମେତ ଅନ୍ୟ ସ୍ଥାନରେ ଚାଷୀଙ୍କ ଖରିଫ ଧାନ ଫସଲ ୮୦ ଭାଗ...

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri